-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||     

HOME   ଜିଲ୍ଲା

*ମହୁରି ରୁ ଯଦି ସୁନ୍ଦର ସୁର ଶବ୍ଦ ବାହାରୁଛି ମନ କୁ ଛୁଇଁ ଯାଉଛି ତେବେତ ମହୁରି ର ସାର୍ଥକତା*-- *ଜିଲ୍ଲାପାଳ* - *ଡ. ପ୍ରୀତିଧାରା ସାମଲ ଓ ଡ. ନୃପରାଜ ସାହୁଙ୍କୁ ମହୁରି ସମ୍ମାନ*-

04-Jan-2026



ସୁବର୍ଣ୍ଣପୁର,(ମନୋରଞ୍ଜନ ତ୍ରିପାଠୀ)
 ମଣିଷ ମନର ଆବେଗକୁ ପରିପ୍ରକାଶ କରିବା ପାଇଁ ସାହିତ୍ୟ ହିଁ ଏକମାତ୍ର ଉପଯୁକ୍ତ ମାଧ୍ୟମ। ସାହିତ୍ୟ ସାଧନା ସୁଖ, ଦୁଃଖ, ଅଭାବ ଓ ଅସୁବିଧା ଦେଖେ ନାହିଁ। ସେହିପରି ସାହିତ୍ୟରେ ଶବ୍ଦ, ଛନ୍ଦ, ଅଳଙ୍କାର ଅପେକ୍ଷା ଭାବ ହିଁ ମୁଖ୍ୟ ଉପଜୀବ୍ୟ ହୋଇଥାଏ। ଜୀବନକୁ ଛୁଇଁ ଛୁଇଁ ଯାଉଥିବା ପ୍ରସଙ୍ଗ ସବୁକୁ ନିଜର ପ୍ରତିଟି ପୃଷ୍ଠାରେ ତୋଳି ଧରି ମହୁରି ଆଜି ସାହିତ୍ୟ ଜଗତରେ ଏକ ଭିନ୍ନ ପରିଚୟ ତିଆରି କରିଛି। କବି, ଲେଖକ, ସାହିତ୍ୟିକ ସମସ୍ତଙ୍କୁ ନିଜର କରି ପାରୁଥିବା ମହୁରି ପତ୍ରିକା ସତରେ ସାହିତ୍ୟ ଜଗତରେ ଅନବଦ୍ୟ ଓ ଅନନ୍ୟ ବୋଲି ଆଜି ସୁବର୍ଣ୍ଣପୁରସ୍ଥିତ ସଂସ୍କୃତି ଭବନଠାରେ ଅନୁଷ୍ଠିତ ଅଷ୍ଟାଦଶ ମହୁରି ମହୋତ୍ସବ ଅବସରରେ ଅତିଥିମାନେ ମତବ୍ୟକ୍ତ କରିଛନ୍ତି।  ଆପଣ ଯେତେେଳେ  ପର୍ଯ୍ୟାପ୍ତ ପୃଥିବୀ କୁ ଆବିଷ୍କାର  କରିବା ପ୍ରଚେଷ୍ଟା ରେ ନିଜ କୁ ନିୟୋଜିତ ରଖିବେ, ଦେଖିବେ  ସତରେ ଆକାଶ ର ଜନ୍ହ ଟା ଏବେବି ସୁନ୍ଦର ଅଛି  ସତରେ ପାଦ ତଳ ର ସବୁଜ ଘାସ ଟା ସେମିତି ଅଛି  ବୋଲି ଜିଲ୍ଲାପାଳ ଡ଼ ସାହୁ କହିଥିଲେ l କଳାହାଣ୍ଡି କବିତା ଆନ୍ଦୋଳନର ଶାଶ୍ୱତ ସ୍ପନ୍ଦନ ମହୁରି ସାହିତ୍ୟ ପତ୍ରିକା ପକ୍ଷରୁ ଏହାର ଅଷ୍ଟାଦଶ ବାର୍ଷିକ ଉତ୍ସବ ସୁବର୍ଣ୍ଣପୁରଠାରେ ଅନୁଷ୍ଠିତ ହୋଇଯାଇଛି। ମହୁରିର ମୁଖ୍ୟ ସଂପାଦକ ଡ. ଭବାନୀଶଙ୍କର ନିଆଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ମହୋତ୍ସବରେ ମୁଖ୍ୟଅତିଥି ଭାବେ ସମ୍ବଲପୁର ବିଶ୍ୱ ବିଦ୍ୟାଳୟର କୁଳପତି ପ୍ରଫେସର ବିଧୁଭୂଷଣ ମିଶ୍ର ଯୋଗ ଦେଇଥିବାବେଳେ ମୁଖ୍ୟବକ୍ତା ଭାବେ ବରିଷ୍ଠ ଲେଖକ ପ୍ରଫେସର ନାରାୟଣ ପଣ୍ଡା ଯୋଗ ଦେଇଥିଲେ। ବିଶିଷ୍ଟ ଅତିଥି ଭାବେ ଗାଳ୍ପିକ ତଥା ସୁବର୍ଣ୍ଣପୁର ଜିଲ୍ଲାପାଳ ଡ. ନୃପରାଜ ସାହୁ, କବି ଡ. ପ୍ରୀତିଧାରା ସାମଲ ମଞ୍ଚାସୀନ ଥିଲେ। ମହୁରିର ସମ୍ପାଦକ ତଥା ଗାଳ୍ପିକ ସୁକାନ୍ତ ସାହୁ ସ୍ୱାଗତ ଅଭିଭାଷଣ ଦେଇଥିବାବେଳେ ସୁଶୀଲ କୁମାର ସଭା ପରିଚାଳନା କରିଥିଲେ। ଏହି ଅବସରରେ ଡ. ପ୍ରୀତିଧାରା ସାମଲଙ୍କୁ ମହୁରି ସମ୍ମାନ-୨୦୨୪ ଓ ଡ. ନୃପରାଜ ସାହୁଙ୍କୁ ମହୁରି ସମ୍ମାନ-୨୦୨୫ ପ୍ରଦାନ କରାଯାଇଥିଲା। ଦ୍ଵିତୀୟ ଅଧିବେଶନରେ ଅନୁଷ୍ଠିତ ହୋଇଥିଲା ରାଜ୍ୟସ୍ତରୀୟ କବିତା ପାଠୋତ୍ସବ। ମହାନଦୀ ସାହିତ୍ୟ ସଂସଦର ସଭାପତି ଡ. ସୌରଭ ରଞ୍ଜନ ଖମାରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କବିତା ପାଠୋତ୍ସବରେ ଅତିଥି ଭାବେ ଅବସରପ୍ରାପ୍ତ ପ୍ରାଧ୍ୟାପକ ଡ. ଜ୍ୟୋତିରଞ୍ଜନ ବହିଦାର, ଉଲୁଣ୍ଡାସ୍ଥିତ ପଞ୍ଚାୟତ ସମିତି ମହାବିଦ୍ୟାଳୟର ଅଧ୍ୟକ୍ଷ ଡ. ଦେବାଶିଷ ପାଣ୍ଡିଆ, ଶିକ୍ଷାବିତ ଓ ଗବେଷକ ଡ. ଅନିରୁଦ୍ଧ କୁରକୁରିଆ, ଅଧ୍ୟାପିକା ଡ. ଇତିଶ୍ରୀ ଦାଶ ପ୍ରମୁଖ ମଞ୍ଚାସୀନ ଥିଲେ। କବି ଲକ୍ଷ୍ମୀ ନାରାୟଣ ସାହୁ, ରଞ୍ଜିତା ପଣ୍ଡା କବିତା ପାଠ ଉତ୍ସବର ସଂଯୋଜନା କରିଥିଲେ। ଏହି ଅବସରରେ ରାଜ୍ୟର ବିଭିନ୍ନ କୋଣ ଅନୁକୋଣରୁ ୩୦ରୁ ଉର୍ଦ୍ଧ୍ଵ କବି ଯୋଗ ଦେଇ ସ୍ବରଚିତ କବିତା ପାଠ କରିଥିଲେ। ଏହି ଅବସରରେ ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ, ଅତିରିକ୍ତ ଜିଲ୍ଲାପାଳ ଆଞ୍ଜେଲିନା ପ୍ରଧାନ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଡ. ଅଶ୍ୱିନୀ ମେହେର, ଉପଜିଲ୍ଲାପାଳ ଡ. ସୌମ୍ୟାରୂପା ରଥ,ଜିଲ୍ଲା ପଞ୍ଚାୟତ ତଥା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅର୍ଜୁନ ମାଝୀ, ଜିଲ୍ଲା ସଂସ୍କୃତି ଅଧିକାରୀ ଯମୁନା ପ୍ରଧାନ, ସହକାରୀ ଜିଲ୍ଲାପାଳ ସତ୍ୟବ୍ରତ ସାହୁଙ୍କ ସହିତ ଜିଲ୍ଲାସ୍ତରୀୟ ଅନ୍ୟାନ୍ୟ ଅଧିକାରୀଗଣ ଉପସ୍ଥିତ ଥିଲେ। ଏଥିରେ ବହୁସଂଖ୍ୟକ କବି ଓ ଲେଖକ ତଥା ସାହିତ୍ୟପ୍ରେମୀ ଜନସାଧାରଣ ସାମିଲ ହୋଇଥିଲେ। ଏହି ଉତ୍ସବରେ ସୁବର୍ଣ୍ଣପୁର ସହରର ବୁଦ୍ଧିଜୀବୀ , ବରିଷ୍ଠ ନାଗରିକ  ସଂଘ, ସ୍ୱଚ୍ଛ ଭାରତ ସଂଗଠନ, ଭାରତ ବିକାଶ ପରିଷଦ ର ସଦସ୍ୟ , ସୁବର୍ଣ୍ଣପୁର ସହରର ବିଭିନ୍ନ ସଙ୍ଗଠନ ଗୁଡିକର ପ୍ରତିନିଧି ମାନଙ୍କ ସହିତ ବିଭିନ୍ନ ମହାବିଦ୍ୟାଳୟର ଛାତ୍ର ଛାତ୍ରୀମାନେ ଅଂଶ ଗ୍ରହଣ କରିଥିଲେ l ସେହିପରି ବିଭିନ୍ନ ଗଣମାଧ୍ୟମର ପ୍ରତିନିଧିମାନେ ମଧ୍ଯ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026

You Might Also Like