-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଜିଲ୍ଲା

ପୋଟେରୁ କେନାଲ ଡିଭିଜନରେ ବିଭାଜନ ସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳନ – ୨୦୨୬ ଉଦ୍‌ଘାଟିତ

07-Jan-2026



କାଲିମେଳ:(ସନ୍ତୋଷ କୁମାର ପଣ୍ଡା):ଜଳ ସମ୍ପଦ ବିଭାଗ, ଓଡ଼ିଶା ପକ୍ଷରୁ ପୋଟେରୁ କେନାଲ ଡିଭିଜନ, ଏମଭି 79 ଠାରେ ବିଭାଜନ ସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳନ – ୨୦୨୬ ଉତ୍ସାହପୂର୍ଣ୍ଣ ପରିବେଶରେ ଅନୁଷ୍ଠିତ ହୋଇଯାଇଛି।
ଏହି ଅବସରରେ ମୁଖ୍ୟ ଅତିଥି ଭାବେ ବ୍ଲକ୍ ଅଧ୍ୟକ୍ଷା ଶ୍ରୀମତୀ ସୁଵାସିନୀ ସୋଡ଼ୀ ଓ ସମ୍ମାନିତ ଅତିଥି ଭାବେ ଶ୍ରୀ ସ୍ୱପନ୍ କୁମାର  ଯୋଗଦେଇଥିଲେ। ଏହାସହ ପୂର୍ବତନ ବିଧାୟକ  ମୁକୁନ୍ଦ ସୋଡ଼ୀ, କାଲିମେଳା ଜୋନ୍–୧ ଜିଲ୍ଲାପରିଷଦ ସଭ୍ୟା ଅପର୍ଣା ମଣ୍ଡଳ ଆଦି ମଞ୍ଚାସୀନ ହୋଇଥିଲେ।

କାର୍ଯ୍ୟକ୍ରମରେ ଶ୍ରୀ ବିରେନ୍ଦ୍ର କୁମାର ଧାରୁଆ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ କାର୍ଯ୍ୟାଳୟରୁ ପ୍ରେରିତ ସନ୍ଦେଶ ପାଠ କରିଥିଲେ। ଏହି ଅବସରରେ ଦକ୍ଷିଣ କେନାଲ ଉପଖଣ୍ଡର ସହକାରୀ ନିର୍ବାହୀ ଯନ୍ତ୍ରୀ ସୁନିତା ପ୍ରଧାନି ଉପସ୍ଥିତମାନଙ୍କୁ ଜଳ ସଂରକ୍ଷଣ ଓ ସଠିକ୍ ବ୍ୟବହାର ସମ୍ପର୍କରେ ସାମୁହିକ ଶପଥ ପାଠ କରାଇଥିଲେ।

ପୋଟେରୁ ଜଳ ସେଚନ ପ୍ରକଳ୍ପର ଅଧିକ୍ଷଣ ଯନ୍ତ୍ରୀ ଶ୍ରୀ ସନୋଜ ସାହୁଙ୍କ ସଭାପତିତ୍ବରେ ଆୟୋଜିତ ଏହି କାର୍ଯ୍ୟକ୍ରମର ଆରମ୍ଭରେ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ବିଭିନ୍ନ ସ୍କୁଲର ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ପ୍ରସ୍ତୁତ ଜଳ ସଂରକ୍ଷଣ ଭିତ୍ତିକ ମଡେଲ ପ୍ରଦର୍ଶନୀ ଆୟୋଜିତ ହୋଇଥିଲା।

ଏହି ଅବସରରେ ପ୍ରବନ୍ଧ ପ୍ରତିଯୋଗିତାରେ ମନସ୍ଵିନୀ ସେଠୀ, ପଡ଼ିଆ ସୋଡ଼ୀ, କୃଷ୍ଣ ଘୋଷ; ବକ୍ତୃତାରେ ପ୍ରତୀକ୍ଷା ପ୍ରିୟଦର୍ଶିନୀ ପ୍ରଧାନ, କଳ୍ପନା ଚୌଧୁରୀ, ଜୟନ୍ତ ମଣ୍ଡଳ; କୁଇଜରେ ଅମ୍ରିତା ପଣ୍ଡା, ଜଗଦୀଶ ମାଢ଼ି, ନିଶା ଦାସ; ଚିତ୍ରାଙ୍କନରେ ପଦ୍ମା ସୋଡ଼ୀ, ରାଜ ଅଧିକାରୀ, ଶୁଣି ରାୟ ଏବଂ ମଡେଲ ପ୍ରତିଯୋଗିତାରେ ପ୍ରତୀକ୍ଷା ପ୍ରିୟଦର୍ଶିନୀ ପ୍ରଧାନ, ମାଧବ ମଣ୍ଡଳ ଓ ସୁନିତା ମାଡକାମି ଆଦି କୃତି ଛାତ୍ରଛାତ୍ରୀମାନଙ୍କୁ ମାନପତ୍ର ସହ ଅର୍ଥରାଶି ପ୍ରଦାନ କରାଯାଇଥିଲା।

ଏହାସହ ଆଜିଠାରୁ ଜିଲ୍ଲାରେ ପାଣି ପଞ୍ଚାୟତ ସଚେତନତା ରଥ ପ୍ରତ୍ୟେକ ଗ୍ରାମକୁ ଯାଇ ଜଳ ସଂରକ୍ଷଣ ସନ୍ଦେଶ ପ୍ରଚାର କରିବ। ଜିଲ୍ଲା ସ୍ତରରେ ଏହି ସଚେତନତା ରଥର ଶୁଭାରମ୍ଭ ଜିଲ୍ଲାପାଳଙ୍କ ଦ୍ୱାରା କରାଯାଇଥିବା ସୂଚନା ଦିଆଯାଇଛି। ଆଗାମୀ ଦିନରେ ଏହି କାର୍ଯ୍ୟକ୍ରମ ଜିଲ୍ଲା ସ୍ତରୀୟ ଓ ରାଜ୍ୟ ସ୍ତରୀୟ ଭାବେ ଅନୁଷ୍ଠିତ ହେବ।

କାର୍ଯ୍ୟକ୍ରମ ପରିଚାଳନାର ଦାୟିତ୍ୱ  ସବ ଡିଭିଜନାଲ ଅଫିସର ଶ୍ରୀକାନ୍ତ ନାୟକ ନିଭାଇଥିବାବେଳେ, ଅତିଥିମାନଙ୍କୁ ସ୍ଵାଗତ କରିଥିଲେ ସହକାରୀ ଯନ୍ତ୍ରୀ  ପବିତ୍ର ବାଗ। ଏଥିରେ ବିଭାଗର ସହକାରୀ ଯନ୍ତ୍ରୀ ରହନ୍ ସିଂ, ରୁଦ୍ରାକ୍ଷ ଶାହା, ଖଗେଶ୍ୱର ମଲ୍ଲିକ, ହରପ୍ରିୟା ବଡ଼ନାୟକ, ଅଜିତ ପ୍ରଧାନ ଓ ବିଭାଗ ସମସ୍ତ କର୍ମଚାରୀ ଆଦି ଉପସ୍ଥିତ ଥିଲେ।କାର୍ଯ୍ୟକ୍ରମ ରେ ପାଣି ପଞ୍ଚାୟତ ସହ ଜଡିତ ଥିବା ସମସ୍ତ ଚାଷୀ ମାନେ ମଧ୍ୟ ଉପସ୍ଥିତ ରହି ନିଜର ମତ ଜାହିର୍ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like