-+91-9937148622 |
prerana_bgr@rediffmail.com |
Friday 24th April 2026 |
R.N.I. Regd No. ODIODI/2010/46693
Breaking News
15-Jan-2026
ବଲାଙ୍ଗିର(ପ୍ରେରଣା ଖବର): ସରକାରୀ ମହିଳା ମହାବିଦ୍ୟାଳୟ ବଲାଙ୍ଗିରରେ ଆଞ୍ଚଳିକ ପରିବହନ ପକ୍ଷରୁ ଜାତୀୟ ସଡ଼କ ସୁରକ୍ଷା ମାସ ପାଳିତ ହୋଇଯାଇଛି I ମହାବିଦ୍ୟାଳୟର ଅଧ୍ୟକ୍ଷ ଡ଼ଃ ଅରବିନ୍ଦ କୁମାର ଓଝାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଟ୍ରାଫିକ ସଚେତନତା ସଂଯୋଜକ ପଦ୍ମଲୋଚନ ଭୋସାଗର ଅତିଥି ଭାବରେ ଯୋଗଦେଇ ଛାତ୍ରୀମାନଙ୍କୁ ଟ୍ରାଫିକ ନିୟମ ସମ୍ପର୍କରେ ସଚେତନ କରାଇଥିଲେ I ଜାତୀୟ ସେବା ଯୋଜନାର କାର୍ଯ୍ୟକ୍ରମ ଅଧିକାରିଣୀ ଡ଼ଃ ମିନତୀ ଦେବତା ଏହି କାର୍ଯ୍ୟକ୍ରମ ପରିଚାଳନା କରିଥିଲେ I ଏହି ଅବସରରେ ପରିବହନ ନିୟମ ଉପରେ ଏକ କୁଇଜ ପ୍ରତିଯୋଗିତା କରାଯାଇ କୃତୀ ଛାତ୍ରୀମାନଙ୍କୁ ପୁରସ୍କୃତ କରାଯାଇଥିଲା I ଏଥିରେ ମହାବିଦ୍ୟାଳୟର ବିଭୁତି ଭୂଷଣ ସାହୁ, ଡ଼ଃ ସଦାଶିବ ମଲ୍ଲିକ, ଅଜିତ କୁମାର ପଣ୍ଡା ପ୍ରମୁଖ ସହଯୋଗ କରିଥିଲେ I