-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||     

HOME   ଜିଲ୍ଲା

ନିଲମ୍ବିତ ରେଞ୍ଜରଙ୍କ ଘର ନିକଟରୁ ମିଳିଲା ମୃତହାତୀର ଶରୀର

23-Jan-2026



 ମୋବାଇଲ ଲାଇଟ ରେ ହେଲା ଶବ ବ୍ୟବଚ୍ଛେଦ

ବାଲିଗୁଡା:(ସୁଶୀଳ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବନଖଣ୍ଡ ବେଲଘର ରେଞ୍ଜ ମୁଣ୍ଡୁଟି ଜଙ୍ଗଲରୁ ହାତୀର ମୃତଦେହ ଗାଏବ ଘଟଣା ସାରା ରାଜ୍ୟରେ ଚର୍ଚ୍ଚାର ବିଷୟ ହୋଇଛି। ତେବେ ଏହି ମୃତହାତୀର ଖଣ୍ଡବିଖଣ୍ଡିତ ଅଂଶ ବୁଧବାର ନିଲମ୍ବିତ ରେଞ୍ଜର ବିନୟ ବିଶିଙ୍କ ଘର କଳାହାଣ୍ଡି ଜିଲ୍ଲା କେସିଙ୍ଗା ଥାନା ତହଁସିର ଡ୍ୟାମ୍ ନିକଟ ନିକଟରୁ ମିଳିଛି। ସୂଚନା ଅନୁସାରେ, ମୁଣ୍ଡୁଟି ଜଙ୍ଗଲରୁ ହାତୀ ମୃତ୍ୟୁ ଓ ଶବକୁ ନେଇ  ଅନ୍ୟତ୍ର ପୋତିଦେବା ଘଟଣାରେ ବନ ବିଭାଗ ପକ୍ଷରୁ ରେଞ୍ଜର ବିନୟ ବିଶିଙ୍କୁ ମଙ୍ଗଳବାର ଚାକିରିରୁ ନିଲମ୍ବନ କରାଯାଇଥିଲା। ତେବେ ହାତୀର ଶବ ମିଳିନଥିଲା। ବାଲିଗୁଡ଼ା ଡିଏଫ୍‌ଓ ଏହି ଘଟଣାର ତଦନ୍ତ କରୁଥିଲେ । ବୁଧବାର ଜଏଣ୍ଟ୍ ଟାସ୍କଫୋର୍ସ ଟିମ୍ ସହ ବାଲିଗୁଡ଼ା ଡିଏଫ୍‌ଓ

ରେଞ୍ଜରଙ୍କ ପତ୍ତା ମିଳୁନି

ଘନଶ୍ୟାମ ମହନ୍ତ ଓ ତୁମୁଡ଼ିବନ୍ଧ ରେଞ୍ଜର କାଳୀଚରଣ ବେହେରା ନିଲମ୍ବିତ ରେଞ୍ଜର ଶ୍ରୀ ବିଶିଙ୍କ ଗାଁ କେସିଙ୍ଗାର ତହଁସିରରେ ପହଞ୍ଚି ତନାଘନା କରିଥିଲେ। ହାତୀର ଶବ ପୋତିବା ଘଟଣାରେ ସଂଶ୍ଳିଷ୍ଟ ଥିବା ବ୍ୟକ୍ତିମାନଙ୍କ ସୂଚନା ଆଧାରରେ ବାଲିଗୁଡା ବନଖଣ୍ଡ ବିଭାଗ ଓ କଳାହାଣ୍ଡି ବନଖଣ୍ଡ ବିଭାଗ ଅଧିକାରୀମାନେ ତହଁସିର ଡ୍ୟାମ୍ ନିକଟରେ ପୋତାଯାଇଥିବା ସ୍ଥାନ ଚିହ୍ନଟ କରିଥିଲେ। ଏହି ଅପରେସନକୁ ସମ୍ପୂର୍ଣ୍ଣ ଗୁପ୍ତ ରଖିବା ପାଇଁ ମିଳିଥିବା ସ୍ଥାନରେ ଗ୍ରିନ୍ ବ୍ୟାରିକେଡ୍ କରି ରଖିଥିଲେ। ଜେସିବି ଦ୍ବାରା ମାଟି କଢା ଯାଇ ୭ ଫୁଟ୍ ତଳୁ ହାତୀ ଶରୀରର ବିଭିନ୍ନ ଅଂଶ ପାଇଥିଲେ । ହାତୀକୁ ଟିକିଟିକି କରି କାଟି ପୋତା ଯାଇଥିବା ଅନୁମାନ କରାଯାଉଛି। ତେବେ ଦେହାଂଶର ଅଧିକାଂଶ ପଚିସଢି ଯାଇଥିବା ବେଳେ ଶୁଣ୍ଢ, ଗୋଡ଼, ମୁଣ୍ଡ ଆଦି ମିଳିଥିଲା। ପରେ ଭବାନୀପାଟଣା ଓ କେସିଙ୍ଗା ପ୍ରାଣୀ ଚିକିତ୍ସାଳୟର ବିଶେଷଜ୍ଞ ମାନେ ସେହି ସ୍ଥାନରେ ଶବ ବ୍ୟବଚ୍ଛେଦ କରିଥିଲେ। ଏହି ଖବରରୁ ସମସ୍ତଙ୍କୁ ଦୁରେଇ ରଖାଯାଇଥିଲା। ଏମିତି କି ଗଣମାଧ୍ୟମ ପ୍ରତିନିଧିଙ୍କୁ ମଧ୍ୟ ଫଟୋ ନେବାରୁ ବାରଣ କରାଯାଇଥିଲା ବାଲିଗୁଡା ଡିଏଫ୍‌ଓଙ୍କ ତତ୍ତ୍ବାବଧାନରେ ଏହି ଅପରେସନ ହୋଇଥିଲା। କଳାହାଣ୍ଡି ଉତ୍ତର ବନଖଣ୍ଡ ଡିଏଫ୍‌ଓ କନ୍ଧମାଳ ଜିଲ୍ଲା ଘଟଣାର ଅପରେସନ କରୁଛି ବୋଲି କହିଥିଲେ। ତେବେ ରାତିରେ ମୋବାଇଲ୍ ଲାଇଟ୍‌ରେ କିପରି ବ୍ୟବଚ୍ଛେଦ ହେଲା ବୋଲି ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି ମଙ୍ଗଳବାର କନ୍ଧମାଳ ଜିଲ୍ଲାର ବେଲଘର କାଠ ବଙ୍ଗଳାରେ ତଦନ୍ତ ପରେ କାଡ଼ାପାନା ନର୍ସରିରେ ହାତୀର ଶବ ପୋତା ଯାଇଥିବା ଅନୁମାନ କରି ଖୋଳାଖୋଳି ଆରମ୍ଭ ହୋଇଥିଲା ଏଠାରୁ ପଲିଥିନ୍‌ରେ ବନ୍ଧାଯାଇଥିବା କିଛି ମାଂସ ଜବତ ହୋଇଥିଲା। ଆଜି ପଡ଼ୋଶୀ ଜିଲ୍ଲା କଳାହାଣ୍ଡିରୁ ହାତୀର ଦେହାବଶେଷ ମିଳିବା, ଏହି ଘଟଣାକୁ ଆହୁରି ରହସ୍ୟକୁ ଠେଲିଦେଇଛି। ହାତୀ ମୃତ୍ୟୁ ଲୁଚାଇବାକୁ ରେଞ୍ଜର କିଭଳି ବଡ଼ଧରଣର ଜାଲ ବିଛାଇଥିଲେ, ତାହା ଏଥିରୁ ସ୍ପଷ୍ଟ ପ୍ରମାଣିତ ହୋଇଛି ନିଲମ୍ବିତ ରେଞ୍ଜର୍‌ଙ୍କ ପତ୍ତା ମିଳୁନାହିଁ। ବାଲିଗୁଡ଼ା ଡିଏଫ୍‌ଓ ଘନଶ୍ୟାମ ମହାନ୍ତ ଏହି ସମ୍ବେଦନଶୀଳ ଘଟଣାର ଉଚ୍ଚସ୍ତରୀୟ ତଦନ୍ତ କରି ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛନ୍ତି । ସେହିପରି

 

ବାଲିଗୁଡ଼ା ବିଧାୟକ ଚକ୍ରମଣି କହଁର ବିଏସ୍‌ଟିଏଫ୍ ତଦନ୍ତ ଦାବି କରିବା ସହ ଏଥିରେ ତଳତଳିଆ କର୍ମଚାରୀଙ୍କଠୁ ଆରମ୍ଭକରି ଉଚ୍ଚପଦସ୍ଥ ଅଧିକାରୀଙ୍କ ପର୍ଯ୍ୟନ୍ତ ସଂପୃକ୍ତି ରହିଥିବା କହିଛନ୍ତି | ଏନେଇ ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ସହ ଆଲୋଚନା ହେବ ବୋଲି ବିଧାୟକ ପ୍ରକାଶ କରିଛନ୍ତି। ବିଜେଡି ନେତା ତଥା ଜିଲ୍ଲା ଉପସଭାପତି ଟୁନା ଦାସ କହିଛନ୍ତି, ଏହି ଘଟଣାରେ କେବଳ ତଳତଳିଆଙ୍କୁ ବଳି ପକାଇ ଡିଏଫ୍‌ଓ ଓ ଏସିଏଫ୍ ଖସି ଯିବାକୁ ଉଦ୍ୟମ କରୁଛନ୍ତି । ସେ ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ଦାବି କରିଛନ୍ତି। ସୂଚନା ଥାଉ କି, ମୁଣ୍ଡୁଟି ଜଙ୍ଗଲରେ ଗତ ୫ ତାରିଖରେ ଏକ ହାତୀର ମୃତ୍ୟୁ ହୋଇଥିଲା। ଘଟଣା ଚପାଇ ଦେବାକୁ ସ୍ଥାନୀୟ ରେଞ୍ଜର ଶ୍ରୀ ବିଶି ଷଡ଼ଯନ୍ତ୍ର ରଚିଥିଲେ। ଘଟଣାକୁ ଲୁଚାଇବା ପାଇଁ ହାତୀ ମୃତଦେହକୁ ସେଠାରେ ନ ପୋତି ଅନ୍ୟ ସ୍ଥାନକୁ ସ୍ଥାନାନ୍ତର କରିଥିଲେ। ଏହି ଘଟଣାର ତଦନ୍ତ ପାଇଁ ଭୁବନେଶ୍ଵରରେ ଏକ ଜେଟିଏଫ୍ ଟିମ୍ ଗଠନ କରାଯାଇଛି। ଏଥିରେ ଡେପୁଟି କଞ୍ଜରଭଟର ରାମପଦ ଅରବିନ୍ଦ ମିଶ୍ର, ବିବେକ କୁମାର ଓ ଅବସରପ୍ରାପ୍ତ ଏସ୍‌ପି କିଶୋର ପାଣିଗ୍ରାହୀ ରହିଛନ୍ତି। ଏହି ଟିମ୍ ଘଟଣାସ୍ଥଳକୁ ଯାଇ ତଦନ୍ତ ଆରମ୍ଭ କରିଥିବା ବେଳେ ବ୍ରହ୍ମପୁର ଆର୍‌ସିସିଏଫ୍ ବିଶ୍ବନାଥ ନୀଳାମ୍ବର ବାଲିଗୁଡ଼ା ଆସି ପ୍ରଥମିକ ତଦନ୍ତ ରିପୋର୍ଟ ନେଇଥିବା ଜଣାପଡ଼ିଛି!


News Comment




Photo in News

Advertisment
Lastest News
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026

You Might Also Like