-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||     

HOME   ଜିଲ୍ଲା

ବିଜେପୁର ହାଇସ୍କୁଲ ପଡିଆରେ ବ୍ଲକ ସ୍ତରୀୟ ୭୭ତମ ସାଧାରଣତନ୍ତ୍ର ଦିବସ ପାଳିତ

26-Jan-2026



ବରପାଲି (ସୁଦାମ ଦୀପ)
ଦେଶର ୭୭ତମ ସାଧାରଣତନ୍ତ୍ର ଦିବସ ଅବସରରେ ବରଗଡ଼ ଜିଲ୍ଲା ବିଜେପୁର ବ୍ଲକରେ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ବିଜେପୁର ହାଇସ୍କୁଲ ପଡିଆ ଠାରେ ଆୟୋଜିତ ବ୍ଲକ ସ୍ତରୀୟ   ବିଧାୟକ ଶ୍ରୀ ସନତ କୁମାର ଗଡତିୟା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ।ପତାକା ଉତ୍ତୋଳନ ପରେ ଜାତୀୟ ସଙ୍ଗୀତ ଗାନ ହୋଇଥିଲା ଏବଂ ସମଗ୍ର ପଡିଆ “ଜୟହିନ୍ଦ” ଓ “ବନ୍ଦେ ମାତରମ୍” ନାରାରେ ଗୁଞ୍ଜରିତ ହୋଇଉଠିଥିଲା। ସମାରୋହରେ ବ୍ଲକ ପ୍ରଶାସନର ଅଧିକାରୀ, ଜନପ୍ରତିନିଧି, ବିଭିନ୍ନ ବିଭାଗର କର୍ମଚାରୀ, ଶିକ୍ଷକ, ଛାତ୍ରଛାତ୍ରୀ ଓ ବହୁ ସାଧାରଣ ଜନତା ଉପସ୍ଥିତ ଥିଲେ।ଏହି ଅବସରରେ ବିଧାୟକ ଶ୍ରୀ ସନତ କୁମାର ଗଡତିୟା କହିଥିଲେ ଯେ, ସାଧାରଣତନ୍ତ୍ର ଦିବସ ହେଉଛି ଭାରତର ଗଣତାନ୍ତ୍ରିକ ପରମ୍ପରାକୁ ସ୍ମରଣ କରିବାର ଏକ ଐତିହାସିକ ଓ ପବିତ୍ର ଦିନ। ଏହି ଦିନ ଆମକୁ ସ୍ୱାଧୀନତା ସଂଗ୍ରାମୀମାନଙ୍କର ଅପାର ତ୍ୟାଗ ଓ ବଳିଦାନକୁ ସ୍ମରଣ କରାଇ ଦିଏ। ସେମାନଙ୍କ ତ୍ୟାଗର ଫଳରୂପ ଆଜି ଆମେ ଏକ ସ୍ୱାଧୀନ, ସାର୍ବଭୌମ ଓ ଗଣତାନ୍ତ୍ରିକ ଦେଶର ନାଗରିକ ଭାବେ ଗର୍ବ କରୁଛୁ।ବିଧାୟକ କହିଥିଲେ ଯେ, ଭାରତର ସମ୍ବିଧାନ ହେଉଛି ଆମର ସର୍ବୋଚ୍ଚ ଗ୍ରନ୍ଥ, ଯାହା ସମସ୍ତ ନାଗରିକଙ୍କୁ ସମାନ ଅଧିକାର, ସ୍ୱାଧୀନତା ଓ ନ୍ୟାୟ ପ୍ରଦାନ କରେ। ଡାକ୍ତର ଭୀମରାଓ ଆମ୍ବେଦକରଙ୍କ ନେତୃତ୍ୱରେ ରଚିତ ଏହି ସମ୍ବିଧାନକୁ ରକ୍ଷା କରିବା ଓ ତାହାର ଆଦର୍ଶକୁ ଜୀବନରେ ଅନୁସରଣ କରିବା ପ୍ରତ୍ୟେକ ଭାରତୀୟର କର୍ତ୍ତବ୍ୟ ବୋଲି ସେ ଉଲ୍ଲେଖ କରିଥିଲେ।ସେ ଆହୁରି କହିଥିଲେ ଯେ, ଗଣତନ୍ତ୍ର କେବଳ ଏକ ପ୍ରଣାଳୀ ନୁହେଁ, ଏହା ଏକ ଜୀବନ ଶୈଳୀ। ଆମେ ସମସ୍ତେ ମିଶି ସତ୍ୟ, ସହିଷ୍ଣୁତା, ଭାଇଚାରା ଓ ଶାନ୍ତିର ମୂଲ୍ୟବୋଧକୁ ଧାରଣ କରିଲେ ହେଲେ ମାତ୍ର ଦେଶ ଆଗକୁ ବଢ଼ିପାରିବ। ଏକ ସମୃଦ୍ଧ ଓ ବିକଶିତ ଭାରତ ଗଠନ ପାଇଁ ଯୁବପିଢ଼ି ଦେଶର ଉନ୍ନତିରେ ସକ୍ରିୟ ଭୂମିକା ନେବାକୁ ଆହ୍ୱାନ କରିଥିଲେ।ସମାରୋହରେ ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଦେଶଭକ୍ତିମୂଳକ ସଙ୍ଗୀତ, ନୃତ୍ୟ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ପ୍ରଦର୍ଶନ କରି ଉପସ୍ଥିତ ଦର୍ଶକଙ୍କ ମନ ଜିତିନେଇଥିଲେ। କାର୍ଯ୍ୟକ୍ରମ ଶେଷରେ ଦେଶର ଏକତା, ଅଖଣ୍ଡତା ଓ ସମ୍ବିଧାନିକ ମୂଲ୍ୟବୋଧକୁ ସୁରକ୍ଷିତ ରଖିବା ପାଇଁ ସମସ୍ତେ ସଂକଳ୍ପ ଗ୍ରହଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026

You Might Also Like