-+91-9937148622 |
prerana_bgr@rediffmail.com |
Monday 27th April 2026 |
R.N.I. Regd No. ODIODI/2010/46693
Breaking News
27-Jan-2026
କଣ୍ଟାବାଞ୍ଜି(ପ୍ରେରଣା ଖବର): ? ତୁରେକେଲା ବ୍ଳକ ଅନ୍ତର୍ଗତ ପଖନମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ୭୭ତମ ସାଧାରଣ ତନ୍ତ୍ର ଦିବସ ପାଳିତ ହୋଇଯାଇଛି।ବିଦ୍ୟାଳୟର ପ୍ରଧାନ ଶିକ୍ଷକ ହରିଶଙ୍କର ସାହୁଙ୍କ ତତ୍ତ୍ୱାବଧାନରେ ବିଦ୍ୟାଳୟ ପ୍ରାଙ୍ଗଣରେ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି କୈବଲ୍ୟ ମାଝୀ ଜାତୀୟ ପତାକା ଉତ୍ତୋଳନ କରିଥିଲେ।ଶିଶୁ ସାହିତ୍ୟିକ ତଥା ଶିକ୍ଷକ ବିରଞ୍ଚି ନାରାୟଣ ଦାଶ ଉପସ୍ଥିତ ଛାତ୍ରଛାତ୍ରୀ ମାନଙ୍କୁ ସାଧାରଣ ତନ୍ତ୍ର ଦିବସର ତାତ୍ପର୍ଯ୍ୟ ଉପରେ ବକ୍ତବ୍ୟ ପ୍ରଦାନ କରିଥିଲେ।ଛାତ୍ରଛାତ୍ରୀ ମାନେ ବିଭିନ୍ନ ସ୍ଳୋଗାନ ଦେଇ ଗ୍ରାମ ପରିକ୍ରମା କରିଥିଲେ।ପରିକ୍ରମା ପରେ ସମସ୍ତଙ୍କୁ ମିଷ୍ଟାନ୍ନ ବଣ୍ଟନ କରାଯାଇଥିଲା।ଏହି କାର୍ଯ୍ୟକ୍ରମରେ ଶିକ୍ଷକ ଅଲେଖ ବନଗୋଲା, ଲଳିତା ମାଝୀ, ଭବାନୀ ମାଝୀ ତଥା ପରିଚାଳନା କମିଟିର ସଭ୍ୟସଭ୍ୟା ସହଯୋଗ କରିଥିଲେ।♦️♦️♦️♦️♦️♦️♦️♦️♦️♦️♦️♦️