-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

*ସୁବର୍ଣ୍ଣପୁରରେ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳିତ*- *ଅଭିନବ ଢ଼ଙ୍ଗରେ ପ୍ରଜ୍ଞାପନ ମେଢ ର ପ୍ରଦର୍ଶନ*-

27-Jan-2026



ସୁବର୍ଣ୍ଣପୁର (ମନୋରଞ୍ଜନ  ତ୍ରିପାଠୀ ) ସୁବର୍ଣ୍ଣପୁର ଜିଲ୍ଲା ସଦର ମହକୁମା ସ୍ଥିତ ରାମେଶ୍ୱର ଷ୍ଟାଡିୟମ ଠାରେ ୭୭ ତମ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ  ଭୋର  ୪.୩୦ ଘଟିକା ସହରରେ ରାମଧୁନ ପରିବେଷଣ କରାଯାଇଥିଲା ଓ ଭୋର ୫.୩୦ ରୁ ୬.୩୦ ଘଟିକା ପର୍ଯ୍ୟନ୍ତ ପ୍ରଭାତ ଫେରି ଅନୁଷ୍ଠିତ କରାଯାଇଥିଲା। ତାପରେ ସକାଳ ୦୬.୩୦ ଟା ରୁ ସୋନପୁର ସହର ସ୍ଥିତ ସମସ୍ତ ମହାପୁରୁଷ ମାନଙ୍କ ପ୍ରତିମୂର୍ତ୍ତି ଉପରେ ଜିଲ୍ଲା ପ୍ରଶାସନ ଦ୍ଵାରା ମାଲ୍ୟାର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା । ପରେ ୮.୩୦ ବେଳେ ରାମେଶ୍ବର ଷ୍ଟାଡିୟମ୍ ଠାରେ ଅନୁଷ୍ଠିତ ଜିଲ୍ଲା ସ୍ତରୀୟ ସାଧାରଣତନ୍ତ୍ର ଦିବସରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲାପାଳ ଡ଼. ନୃପରାଜ ସାହୁ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ ପୂର୍ବକ ସମ୍ମିଳିତ ପେରେଡର ଅଭିବାଦନ ଗ୍ରହଣ କରି ସମବେତ ଜନତା ତଥା ଜିଲ୍ଲାବାସୀଙ୍କ ଉଦ୍ଦେଶ୍ୟରେ ଉଦବୋଧନ ଦେଇଥିଲେ । ସୁବର୍ଣ୍ଣପୁର ଉପ ଜିଲ୍ଲାପାଳ ଡ଼. ସୌମ୍ୟାରୂପା ରଥ ଏବଂ ଉପ ଆରକ୍ଷୀ ଅଧିକ୍ଷକ କେ.କେ. ହରିପ୍ରସାଦ ଙ୍କ ସହିତ ଅଧିକାରୀ ପ୍ରମୁଖ ଡ଼. ସାହୁ ଙ୍କୁ ମଞ୍ଚକୁ ପାଛୋଟି ନେଇଥିଲେ । ସେ ସୁବର୍ଣ୍ଣପୁରର ଗୌରବମୟ ଐତିହ୍ୟ, କଳା ସଂସ୍କୃତି ପରମ୍ପରାର ଭୂୟସୀ ପ୍ରଶଂସା କରିବା ସହିତ ଜିଲ୍ଲାର ପର୍ଯ୍ୟଟନସ୍ଥଳୀ ତଥା ଦ୍ଵିତୀୟ ବାରାଣସୀ ସହର ଏବଂ ପାଟ, ମଠା ବୟନଶିଳ୍ପ ଜିଲ୍ଲାକୁ ସ୍ଵତନ୍ତ୍ର ପରିଚୟ ପ୍ରଦାନ କରିଛି ବୋଲି କହିଥିଲେ। ଭାରତର ସ୍ଵାଧୀନତା ସଂଗ୍ରାମରେ ଅଂଶ ଗ୍ରହଣ କରିଥିବା ଦେଶ ଓ ସୁବର୍ଣ୍ଣପୁର ଜିଲ୍ଲା ସଂଗ୍ରାମୀ ମାନଙ୍କ ସ୍ମୃତି ଚାରଣ କରିଥିଲେ। ଜିଲ୍ଲାର ତଥା ଜନସାଧାରଙ୍କ ସର୍ବାଙ୍ଗୀନ ଉନ୍ନତି ପାଇଁ ସରକାରଙ୍କ  ତରଫରୁ ନିଆଯାଉଥିବା ବିଭିନ୍ନ କଲ୍ୟାଣକାରୀ ପଦକ୍ଷେପ ସମ୍ବନ୍ଧରେ ବକ୍ତବ୍ୟ ପ୍ରଦାନ କରିଥିଲେ I ସହର ରେ ନୂତନ ବସଷ୍ଟାଣ୍ଡ ଓ ରିଙ୍ଗ ରୋଡ ଶୀଘ୍ର କାର୍ଯ୍ୟକ୍ଷମ ନେଇ ଦୃଢତା ପ୍ରକାଶ କରିଥିଲେ । ଚାଷୀ ମାନଙ୍କୁ ଉଦବୋଧନ ଦେଇ ସରକାର ତଥା ଜିଲ୍ଲାପ୍ରଶାସନ ଚାଷୀ ମାନଙ୍କ ସମସ୍ୟା ପ୍ରତି ସମ୍ବେଦନଶୀଳ ଥିବାବେଳେ ସମାଧାନ କରିବାରେ ସବୁବେଳେ ଚେଷ୍ଟିତ ଅଛନ୍ତି ଓ ଆମ ଜିଲ୍ଲାରେ ଆମେ ପ୍ରାୟ ସଫଳ ହୋଇଥିବା ଏବଂ ନିର୍ଦ୍ଧାରିତ ଟାର୍ଗେଟ ୩୫ ଲକ୍ଷ କ୍ଵିଣ୍ଟାଲ ରୁ ୩୩ ଲକ୍ଷ କ୍ଵିଣ୍ଟାଲ ଧାନ ଉଠି ସାରିଥିବା ବିଷୟ ସୂଚିତ କରିଥିଲେ । ଚାଷୀଙ୍କ ଧାନ କ୍ରୟରେ କୌଣସି ଚାଷୀ ଅସୁବିଧାର ସମ୍ମୁଖୀନ ହେବେ ନାହିଁ କହିବା ସହିତ ନିର୍ଦ୍ଧାରିତ ସମୟରେ ସମସ୍ତ ଚାଷୀଙ୍କ ଧାନ କିଣାଯିବ ବୋଲି କହିଥିଲେ। ବିଭିନ୍ନ ବିଦ୍ୟାଳୟ ଓ ମହାବିଦ୍ୟାଳୟରୁ ଆସିଥିବା ୩୫ ଟି ଦଳ ପେରେଡରେ ଅଂଶଗ୍ରହଣ କରିଥିବା ବେଳେ ଜିଲ୍ଲାର ବିଭିନ୍ନ ବିଭାଗର ୧୫ଟି ଉନ୍ନୟନ ଓ କଲ୍ୟାଣକାରୀ ଯୋଜନା ତଥା ସଚେତନତା ସମ୍ମିଳିତ ପ୍ରଜ୍ଞାପନ ମେଢ଼ର ପ୍ରଦର୍ଶନ ଦର୍ଶକଙ୍କୁ ବିମୋହିତ କରିଥିଲା। ଜିଲ୍ଲାରେ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ଦେଇଥିବା ବ୍ୟକ୍ତି ବିଶେଷ, ସଂସ୍ଥା, କର୍ମଚାରୀଙ୍କୁ ମୁଖ୍ୟ ଅତିଥି ସମ୍ବର୍ଦ୍ଧିତ କରିଥିଲେ। ପ୍ୟାରେଡରେ  ଉତ୍କୃଷ୍ଟ ପ୍ରଦର୍ଶନ କରିଥିବା ଏନସିସି, ସ୍କାଉଟ, ଗାଇଡ଼, ରେଡ଼କ୍ରସ, ସିଭିଲିଆନ ଗ୍ରୁପ୍ ରୁ ବିଭିନ୍ନ ବର୍ଗରେ ୧୫ଟି ପେରେଡ ଦଳଙ୍କୁ  ଟ୍ରଫି ଓ ମାନପତ୍ର ସହ ସମ୍ମାନିତ କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like