-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଶୁଭଦ୍ରା ମେଳା ରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ: ୬୩୩ କୋଟି ଟଙ୍କା ର ୫୮ ଗୋଟି ନୂଆଁ ପ୍ରକଳ୍ପ ଘୋଷଣା

01-Feb-2026



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ):ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିନିକିଆ ସୁବର୍ଣ୍ଣପୁର ଗସ୍ତରେ ଆସି ସୁଭଦ୍ରା ଶକ୍ତି ମେଳାରେ ଯୋଗ ଦେବା ସହ ସୁବର୍ଣ୍ଣପୁର ଜିଲ୍ଲା ପାଇଁ ୬୩୩ କୋଟି ଟଙ୍କାର ନୂଆ ପ୍ରକଳ୍ପ ଘୋଷଣା କରିଛନ୍ତି। ୨୭୬ କୋଟି ଟଙ୍କା ମୁଲ୍ୟର ୫୮ଟି ପ୍ରକଳ୍ପର ଉଦଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ ମଧ୍ୟ କରିଛନ୍ତି । ୧୮୪୮ ଗୋଟି ଏସଏଚଜି ପାଇଁ ୧୨୬ କୋଟି ଟଙ୍କାର ସୁଧ-ମୁକ୍ତ ଋଣ ବ୍ୟବସ୍ଥା ଘୋଷଣା କରିଛନ୍ତି ।ଭୀମ ଭୋଇଙ୍କ ସମାଧି ପୀଠ ବିକାଶ ପାଇଁ ୩୫ କୋଟି ଟଙ୍କା, ମରାଡୁଗୋଚ୍ଛା ଇନ୍ ଷ୍ଟ୍ରୀମ ଷ୍ଟୋରେଜ ପାଇଁ ୫୫୭ କୋଟି ଟଙ୍କା, ସୋନପୁର ସ୍ଥିତ ସଂସ୍କୃତି ଭବନ ଠାରେ ଓପନ୍‌ ଏୟାର ଥିଏଟର ପାଇଁ ୧୧.୨୩ କୋଟି ଟଙ୍କା, ଗାନ୍ଧୀ ଷ୍ଟାଡିଅମର ନବୀକରଣ ପାଇଁ ୨୫.୨୮ କୋଟି ଟଙ୍କା, ବ୍ଲକ୍‌ ଛକ ଜଙ୍କସନ ରୋଡ ଉନ୍ନତି କରଣ ପାଇଁ ୪.୨୩ କୋଟି ଟଙ୍କା ଘୋଷଣା କରିଛନ୍ତି ଶ୍ରୀ ମାଝୀ ।ସୁବର୍ଣ୍ଣପୁର ଠାରେ ଆୟୋଜିତ ସୁଭଦ୍ରା ଶକ୍ତିମେଳାରେ ଯୋଗଦେବା ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ସ୍ୱୟଂ ସହାୟକ ଗୋଷ୍ଠୀର ଭଉଣୀମାନେ କେବଳ ଲାଭାର୍ଥୀ ନୁହନ୍ତି, ସେମାନେ ଓଡ଼ିଶା ବିକାଶ ଯାତ୍ରାରେ ଅଂଶୀଦାର । ସେମାନଙ୍କ କଠିନ ପରିଶ୍ରମ, ଶୃଙ୍ଖଳା ଏବଂ ଉଦ୍ୟୋଗୀ ମନୋଭାବ ଗ୍ରାମୀଣ ଅର୍ଥନୀତିରେ ପରିବର୍ତ୍ତନ ଆଣିଛି । 

ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ପ୍ରଥମେ ଖଲିଆପାଲି ସ୍ଥିତ ସନ୍ଥକବି ଭୀମ ଭୋଇଙ୍କ ସମାଧି ପୀଠ ପରିଦର୍ଶନ କରିବା ସହ ପରିଚାଳନା କମିଟିର ସଦସ୍ୟ ଓ ସାଧୁମାନଙ୍କ ସହିତ ଆଲୋଚନା କରିଥିଲେ । ପରେ ସୋନପୁର ରାମେଶ୍ୱର ଷ୍ଟାଡିୟମ ଠାରେ ସୁବର୍ଣ୍ଣପୁର ଜିଲ୍ଲାବାସୀଙ୍କୁ ମୁଖ୍ୟମନ୍ତ୍ରୀ ଉଦ୍‌ବୋଧନ ଦେଇ କହିଥିଲେ ଯେ, ଓଡ଼ିଶାର ସାମାଜିକ ଓ ଆଧ୍ୟାତ୍ମିକ ଚେତନାକୁ ଦିଗ୍‌ଦର୍ଶନ ଦେଇଥିବା ସନ୍ଥକବି ଭୀମ ଭୋଇଙ୍କ ସମ୍ମାନାର୍ଥେ ତାଙ୍କ ସମାଧି ପୀଠର ବ୍ୟାପକ ବିକାଶ କରାଯିବ । ଏଥି ନିମନ୍ତେ ୩୫ କୋଟି ଟଙ୍କା ଖର୍ଚ୍ଚ କରାଯିବ ।

ଏଥି ସହିତ ମୁଖ୍ୟମନ୍ତ୍ରୀ ୬୩୩ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ନିର୍ମାଣ ପାଇଁ ଘୋଷଣା କରିଥିଲେ । ଏହି ଅବସରରେ ୨୭୬ କୋଟି ଟଙ୍କା ମୂଲ୍ୟର ୫୮ ଟି ଉନ୍ନୟନ ମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କରିଛନ୍ତି । ଏଥିରେ ୧୭୩ କୋଟି ଟଙ୍କା ବ୍ୟୟରେ ୨୪ଟି ପ୍ରକଳ୍ପର ଶିଳାନ୍ୟାସ ଏବଂ ୧୦୩ କୋଟି ଟଙ୍କା ବ୍ୟୟରେ ୩୪ଟି ପ୍ରକଳ୍ପର ଉଦ୍‌ଘାଟନ କରାଯାଇଛି । ଏସବୁ ପ୍ରକଳ୍ପ ଗୁଡ଼ିକ ସଡ଼କ, ପାନୀୟ ଜଳ, ଜଳ ସେଚନ, ଶିକ୍ଷା, ସ୍ୱାସ୍ଥ୍ୟ ଭିତ୍ତିଭୂମି, ଗ୍ରାମୀଣ ବିକାଶ ଏବଂ ସହରାଞ୍ଚଳ ବିକାଶ କ୍ଷେତ୍ରକୁ ଆହୁରି ସୁଦୃଢ଼ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । 

ସୁଭଦ୍ରା ଶକ୍ତି ମେଳାରେ ୧୮୪୮ ସ୍ୱୟଂ ସହାୟକ ଗୋଷ୍ଠୀକୁ ୧୨୬ କୋଟି ଟଙ୍କାର ସୁଧ-ମୁକ୍ତ ଋଣ ପ୍ରଦାନ କରିଛନ୍ତି । ଏହି ଆର୍ଥିକ ସହାୟତା ମହିଳା ନେତୃତ୍ୱାଧୀନ ଉଦ୍ୟୋଗ ଗୁଡ଼ିକ ଆହୁରି ମଜବୁତ୍ କରିବ, ଆତ୍ମନିର୍ଭରଶୀଳତାକୁ ପ୍ରୋତ୍ସାହିତ କରିବ ଓ ସେମାନଙ୍କର ଜୀବିକା ବୃଦ୍ଧି କରିବ ବୋଲି ସେ କହିଛନ୍ତି । ଉପସ୍ଥିତ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆମର ବିକାଶ ପ୍ରକ୍ରିୟାରେ ସବୁ ବର୍ଗର ଲୋକ ସାମିଲ ହେଉଛନ୍ତି । ଗରିବ, ଆଦିବାସୀ, ମହିଳା ଓ ଯୁବବର୍ଗ ସମସ୍ତଙ୍କର ସଶକ୍ତିକରଣ ହେଉଛି । ବିକାଶ ଯେପରି ପ୍ରତ୍ୟେକ ଲୋକଙ୍କ ପାଖରେ ପହଞ୍ଚିବ ତାହା ଆମେ ସୁନିଶ୍ଚିତ କରୁଛୁ । ଗ୍ରାମାଞ୍ଚଳ ପାଇଁ ଆମେ ରାସ୍ତା, ପାନୀୟ ଜଳ ଯୋଗାଣ, ଜଳ ସେଚନ ଓ ଗୃହ ସୁବିଧାକୁ ଉନ୍ନତ କରୁଛୁ । ସହରାଞ୍ଚଳ ପାଇଁ ଆମେ ନାଗରିକ ସୁବିଧା ଓ ସାର୍ବଜନୀନ ସେବାକୁ ଉନ୍ନତ କରୁଛୁ । ସବୁ ଜିଲ୍ଲାରେ ଆମର ଶିଳ୍ପ ପ୍ରତିଷ୍ଠା ପାଇଁ ଉଦ୍ୟମ ଜାରି ରହିଛି । ସୁବର୍ଣ୍ଣପୁର ଜିଲ୍ଲାରେ ୧୦୦୦ କୋଟିରୁ ଅଧିକ ଟଙ୍କାର ଶିଳ୍ପ ପ୍ରକଳ୍ପ କାର୍ଯ୍ୟକାରୀ କରାଯାଇଛି ।  ସୁବର୍ଣ୍ଣପୁର ଜିଲ୍ଲାରେ କୃଷି, ହସ୍ତତନ୍ତ, ସଂସ୍କୃତି ଓ ପର୍ଯ୍ୟଟନର ବିକାଶ ପାଇଁ ଅପାର ସମ୍ଭାବନା ରହିଛି । ଏହି ସମ୍ଭାବନାକୁ ସଦୁପଯୋଗ କରି ଜିଲ୍ଲାରେ ସ୍ଥାୟୀ ସମୃଦ୍ଧି ଆଣିବା ପାଇଁ ଆମ ସରକାର ଉଦ୍ୟମ ଜାରି ରଖିବ । କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ଯୋଜନାର ହିତାଧିକାରୀଙ୍କୁ ସହାୟତା ରାଶି ପ୍ରଦାନ କରିଥିଲେ ।  ବୀରମହାରାଜପୁର ବିଧାୟକ ଶ୍ରୀ ରଘୁନାଥ ଜଗଦଲା କହିଥିଲେ ଯେ ଆମ ସରକାର ହେଉଛି, ଲୋକଙ୍କ ସରକାର । ଆମ ସରକାର ଆସିବାର ଏହି ଅଳ୍ପ ଦିନ ମଧ୍ୟରେ ସୁବର୍ଣ୍ଣପୁର ଜିଲ୍ଲାର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ଅନେକ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ଜିଲ୍ଲାର କୃଷି, ଜଳସେଚନ ଓ ପର୍ଯ୍ୟଟନ କ୍ଷେତ୍ରର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ତତ୍ପର ଅଛନ୍ତି ।

ଜିଲ୍ଲାପାଳ ଡକ୍ଟର ନୃପରାଜ ସାହୁ ସ୍ୱାଗତ ଭାଷଣ ଦେଇ ମୁଖ୍ୟମନ୍ତ୍ରୀ ଙ୍କ ମହାନ ହୃଦୟର ଉଦାହରଣ ଦେବା ସହ ଭୂୟସୀ ପ୍ରଶଂସା କରିଥିଲେ।  ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ଅଶ୍ୱିନୀ କୁମାର ମେହେର ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like