-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ଫେବୃୟାରୀ ୫ରୁ୮ ପର୍ଯ୍ୟନ୍ତ ଜରାସିଂହା ନେତ୍ରଭାନୁ ହାଇସ୍କୁଲର ପ୍ଲାଟିନମ ଜୁବୁଲି

02-Feb-2026



୪ ଦିନ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ

ବଲାଙ୍ଗୀର(ପ୍ରେରଣା ଖବର): ଅବିଭକ୍ତ ବଲାଙ୍ଗୀର ଜିଲ୍ଲାର ଗ୍ରାମାଞ୍ଚଳର ପ୍ରଥମ ହାଇସ୍କୁଲ ଦେଓଗାଁବ୍ଲକ ଜରାସିଂହାର ନେତ୍ରଭାନୁ ହାଇସ୍କୁଲକୁ ୭୫ବର୍ଷ ପୁରି ୭୬ବର୍ଷରେ ପଦାର୍ପଣ କରିଛି। ଦୀର୍ଘ ୭୫ ବର୍ଷ ଧରି ଅଞ୍ଚଳର ଶିକ୍ଷାର ବିକାଶରେ ଆଲୋକବର୍ତ୍ତିକା ସାଜିଥିବା ଏହି ଅନୁଷ୍ଠାନରୁ ଶିକ୍ଷାଲାଭ କରି ବହୁତ ଛାତ୍ରଛାତ୍ରୀ ବଡବଡ ପଦବୀରେ ରହିଛନ୍ତି। ଏବେ ପ୍ରାୟ ୬,୫୦୦ରୁ ଉର୍ଦ୍ଧ୍ୱ ପୁରାତନ ଛାତ୍ରଛାତ୍ରୀ ରହିଛନ୍ତି । ଏହି ୭୫ବର୍ଷ ପୂର୍ତ୍ତି ଉପଲକ୍ଷେ ପୁରାତନଛାତ୍ରମାନଙ୍କ ପକ୍ଷରୁ ଆସନ୍ତା ଫେବୃୟାରୀ ୫ ତାରିଖରୁ ୮ ତାରିଖ ପର୍ଯ୍ୟନ୍ତ ସ୍କୁଲର ପ୍ଲାଟିନମ ଜୁବୁଲି ଉତ୍ସବ ପାଳିତ ହେବାକୁ ଯାଉଛି। ସେହି ୪ଦିନ ଜରାସିଂହା ବିଏନ ସିଂଦେଓ ଷ୍ଟାଡିୟମରେ ଉତ୍ସବ ଆୟୋଜିତ ହେବ ଓ ଏଥିରେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜିତ ହେବ ବୋଲି ଆୟୋଜକ କମିଟି ପକ୍ଷରୁ କୁହାଯାଇଛି। ଆଜି ନେତ୍ରଭାନୁ ହାଇସ୍କୁଲର ସଭାକକ୍ଷରେ ଜୁବୁଲି କମିଟି ପକ୍ଷରୁ ଏକ ସାମ୍ବାଦିକ ସମ୍ବିଳନୀ କରାଯାଇ ଗଣମାଧ୍ୟମକୁ ସୂଚନା ଦିଆଯାଇଛି । ଜୁବୁଲି କମିଟିର ସଭାପତି ଲକ୍ଷ୍ମଣ କୁମାର ମେହେର ଓ ଉପଦେଷ୍ଟା ଯଜେ୍ଞଶ୍ୱର ବାବୁ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ଯେ,ଏହି ଉତ୍ସବରେ ପ୍ରାୟ ପୁରାତନ ଛାତ୍ରମାନଙ୍କୁ ସାମିଲ କରାଯାଇଛି। ପ୍ରତ୍ୟହ ରାଜ୍ୟସ୍ତରୀୟ ନେତୃବୃନ୍ଦ ଉତ୍ସବରେ ଯୋଗଦେବେ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ମଧ୍ୟ ଆୟୋଜିତ ହେବ। ପ୍ରାୟ ୪୪ଟି ସାଂସ୍କୃତିକ ଦଳ ଯୋଗ ଦେଉଥିବା ବେଳେ ପୁରାତନ ଛାତ୍ର, ଅବସରପ୍ରାପ୍ତ ଶିକ୍ଷକ ମାନଙ୍କୁ ନେଇ ଏକ ଆଲୋଚନାଚକ୍ର ମଧ୍ୟ ଅନୁଷ୍ଠିତ ହେବାକୁ ଯାଉଛି। ଠିକ ସେହିପରି ପୁରାତନ ଛାତ୍ରଛାତ୍ରୀ ଓ ଶିକ୍ଷକ ମାନଙ୍କ ଅନୁଭୁତିର ଲେଖାଗୁଡିକୁ ନେଇ ଏକ ସୁଦୃଶ୍ୟ ସ୍ମରଣିକା ମଧ୍ୟ ପ୍ରକାଶିତ ହେବାକୁ ଯାଉଛି। ପ୍ରତ୍ୟେକଦିନ ଦିନବେଳା ଓ ସଂଧ୍ୟାରେ କାର୍ଯ୍ୟକ୍ରମ ହେବ। ୮ ତାରିଖରେ ପୁରାତନ ଛାତ୍ରଛାତ୍ରୀଙ୍କୁ ନେଇ ଏକ ଭାବବିନିମୟ କାର୍ଯ୍ୟକ୍ରମ ମଧ୍ୟ ରହିଛି । ପ୍ରଥମଦିନର ସାଧାରଣସଭାରେ ବଲାଙ୍ଗୀର ବିଧାୟକ କଳିକେଶ ନାରାୟଣ ସିଂଦେଓ, ପୂର୍ବତନମନ୍ତ୍ରୀ ତଥା ବର୍ତ୍ତମାନର ରେଢାଖୋଲ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ, ବିଧାୟକ ଡ.ଅରୁଣ ସାହୁ, ପୂର୍ବତନ ବିଧାୟକ ତଥା ସମ୍ବାଦ ଗ୍ରୁପର ଅଧ୍ୟକ୍ଷ ସୌମ୍ୟରଂଜନ ପଟ୍ଟନାୟକ, ଦ୍ୱିତୀୟ ଦିନରେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା ପିସିସି ସଭାପତି ଭକ୍ତଚରଣ ଦାସ, ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର, ଜୟଦେବ ଜେନା, ପୂର୍ବତନ ବିଧାୟକ ସନ୍ତୋଷ ସିଂ ସାଲୁଜା, ବିନୋଦ ପାତ୍ର, ତୃତୀୟ ଦିନ ସ୍ୱାସ୍ଥ୍ୟ, ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର ଓ ବୈଦ୍ୟୁତିକ ପ୍ରଯୁକ୍ତି ବିଦ୍ୟା ବିଭାଗର ମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ, ଜିଲ୍ଲାପରିଷଦ ସଭାପତି ଦେବକୀ ସାହୁ, ବଲାଙ୍ଗୀର ପୌରାଧ୍ୟକ୍ଷା ଲିକା ସାହୁ, ରସରାଜ ଅଚ୍ୟୁତ ପୁରୋହିତ ଓ ଚତୁର୍ଥ ଦିନରେ ପଞ୍ଚାୟତିରାଜ ପାନୀୟ ଜଳ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ 

ରବିନାରାୟଣ ନାଏକ,ବଲାଙ୍ଗୀର ଜିଲ୍ଲାପାଳ ଗୌରବ ଶିବାଜୀ ଇସଲୱାର,ସୁବର୍ଣ୍ଣପୁର ଜିଲ୍ଲାପାଳ ଡ.ନୃପରାଜ ସାହୁ, ବଲାଙ୍ଗୀର ଏସପି ଅଭିଲାଷ ଜୀ ଓ ସୁବର୍ଣ୍ଣପୁର ଏସପି ନାରାୟଣ ନାୟକ ଯୋଗଦେବେ ବୋଲି ସହମତି ଦେଇଥିବା କମିଟିର ସଭାପତି ଲକ୍ଷ୍ଣଣ କୁମାର ମେହେର ସୂଚନା ଦେଇଛନ୍ତି। ଆଜିର ଏହି ସାମ୍ବାଦିକ ସମ୍ବିଳନୀରେ ଜୁବୁଲି କମିଟିର ସଭାପତି ଲକ୍ଷ୍ମଣ କୁମାର ମେହେର, ଉପଦେଷ୍ଟା ଯଜେ୍ଞଶ୍ୱର ବାବୁ,ଅର୍ଥକମିଟିର ଅଧ୍ୟକ୍ଷ କରତାରସିଂ କୁମ୍ଭାର,ସ୍କୁଲର ପ୍ରଧାନଶିକ୍ଷକ ସରୋଜକୁମାର ଦଣ୍ଡସେନା, ଶିକ୍ଷୟିତ୍ରୀ ସସ୍ମିତା ସେଠ, ପ୍ରମୋଦ ସିଂନିନା, ସତ୍ୟନାରାୟଣ ପାଣି, ଉଜ୍ଜଳ ଝାଙ୍କର,ଜରାସିଂହାର ସମିତି ସଭ୍ୟ ଅମିତ ତ୍ରୀପାଠୀ,ଚିତ୍ତରଂଜନ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like