-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||     

HOME   ଜିଲ୍ଲା

୩୫ ଲିଟର ମଦ ଜବତ, ଜଣେ ଗିରଫ

03-Feb-2026



କାଲିମେଳା(ସନ୍ତୋଷ କୁମାର ପଣ୍ଡା): ଜିଲ୍ଲାର ସାଂସ୍କୃତିକ ଗଣପର୍ବ ‘ମାଲ୍ୟବନ୍ତ ମହୋତ୍ସବ’ ସମୟରେ ଶାନ୍ତିଶୃଙ୍ଖଳା ରକ୍ଷାକୁ ନେଇ ପୋଲିସ ଓ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି। ମହୋତ୍ସବର ତୃତୀୟ ଦିନରେ ମଦ ବିକ୍ରି ଓ ସରବରାହ ବିରୋଧରେ ଲଗାତାର ଅଭିଯାନ ଚାଲିଛି।ଗତକାଲି ରାତିରେ ଏମଭି–୭୯ ଥାନା ଅଞ୍ଚଳରେ ପୋଲିସ ଚେକିଂ ସମୟରେ ପ୍ରାୟ ୩୫ ଲିଟର ଫରିନ୍ ଲିକର (ଏଫ୍‌ଏଲ୍) ଜବତ କରାଯାଇଛି। ଏହି ଘଟଣାରେ ତାଣ୍ଡାବାଇ ଗାଁର ଏନକା ସୋନ୍ଧି ନାମକ ଜଣେ ଅଭିଯୁକ୍ତକୁ ପୋଲିସ ଗିରଫ କରିଛି। ଏନେଇ କେସ୍ ନମ୍ବର ୨୧/୨୦୨୬ ରେ ମାମଲା ରୁଜୁ କରାଯାଇ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି।ସୂଚନା ଅନୁଯାୟୀ, ପୋଲିସ ଅଧିକାରୀ ଶ୍ରୀଚନ୍ଦନ ବେହେରାଙ୍କ ନେତୃତ୍ୱରେ ଏକ ଟିମ୍ ତାଣ୍ଡାବାଇ ଅଞ୍ଚଳରେ ଅବୈଧ ମଦ ବିକ୍ରି ସମ୍ବନ୍ଧୀୟ ଗୁପ୍ତ ସୂଚନା ପାଇ ଚଢ଼ାଉ କରିଥିଲେ। ଚଢ଼ାଉ ସମୟରେ ଅଭିଯୁକ୍ତଙ୍କ ହାତରୁ ଅଧିକ ପରିମାଣର ମଦ ଜବତ କରାଯାଇଥିଲା।ଏହା ପୂର୍ବରୁ କାଲିମେଳା ଥାନା ଅଞ୍ଚଳରେ ମଧ୍ୟ ମଦ ଚୋରାଚାଲାଣ ଅଭିଯୋଗରେ ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଥିବା ସୂଚନା ମିଳିଛି। ଦୁଇ ଥାନା ଅଞ୍ଚଳରେ ଲଗାତାର ଚାଲିଥିବା ଏହି କାର୍ଯ୍ୟାନୁଷ୍ଠାନ ମହୋତ୍ସବ ସମୟରେ ମଦ ବ୍ୟବସାୟ ଉପରେ ପ୍ରଶାସନର କଡ଼ା ନଜରକୁ ସ୍ପଷ୍ଟ କରୁଛି।ମହୋତ୍ସବକୁ ଦୃଷ୍ଟିରେ ରଖି ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟଙ୍କ ନିର୍ଦ୍ଦେଶ କ୍ରମେ ଜିଲ୍ଲାର ସମସ୍ତ ଲାଇସେନ୍ସପ୍ରାପ୍ତ ମଦ ଦୋକାନ ଜାନୁଆରୀ ୨୯ ତାରିଖରୁ ଫେବୃଆରୀ ୫ ପର୍ଯ୍ୟନ୍ତ ବନ୍ଦ ରଖାଯାଇଛି। ଏହା ସହ ଜିଲ୍ଲା ସୀମା ବାହାରୁ ମଦ ପ୍ରବେଶ, ସଂଗ୍ରହ ଓ ସରବରାହ ଉପରେ ସମ୍ପୂର୍ଣ୍ଣ ନିଷେଧାଜ୍ଞା ଜାରି କରାଯାଇଛି।ସୂଚନାଯୋଗ୍ୟ ଯେ, ମଦ ବନ୍ଦ ହେବାର ସୂଚନା ପୂର୍ବରୁ ମିଳିଥିବାରୁ କିଛି ଗ୍ରାମାଞ୍ଚଳର ମଦ ବ୍ୟବସାୟୀ ଆଗରୁ ଅଧିକ ପରିମାଣରେ ମଦ କିଣି ମହଜୁଦ ରଖିଥିବା ସୂଚନା ମିଳିଛି। ବର୍ତ୍ତମାନ ସେହି ମଦକୁ ଅଧିକ ଦରରେ ଗୁପ୍ତ ଭାବେ ବିକ୍ରି କରାଯାଉଥିବା ଅଭିଯୋଗ ଉଠିଛି। ଏନେଇ ପୋଲିସ ଆହୁରି କଡ଼ା ଯାଞ୍ଚ କରି ଏପରି ଅବୈଧ କାରବାରକୁ ସମୂଲେ ବନ୍ଦ କରିବା ଆବଶ୍ୟକତା ରହିଛି।ସୂତ୍ରରୁ ପ୍ରକାଶ ଯେ, ମାଲ୍ୟବନ୍ତ ମହୋତ୍ସବ ଫେବୃଆରୀ ୧ ତାରିଖରୁ ୫ ତାରିଖ ପର୍ଯ୍ୟନ୍ତ ଡିଏନକେ ଗ୍ରାଉଣ୍ଡରେ ଅନୁଷ୍ଠିତ ହେଉଛି। ରାଜ୍ୟର ବିଭିନ୍ନ ସ୍ଥାନରୁ କଳାକାର ଓ ଦର୍ଶକଙ୍କ ଭିଡ଼ ଜମୁଥିବାରୁ ପ୍ରଶାସନ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ା କରିଛି।
ଗତ ବର୍ଷ ମହୋତ୍ସବ ସମୟରେ ସୃଷ୍ଟି ହୋଇଥିବା ଅଶାନ୍ତିଜନକ ପରିସ୍ଥିତି, ବିଶେଷକରି ଏମଭି–୨୬ ଗ୍ରାମର ହିଂସାତ୍ମକ ଘଟଣା ପରେ ପ୍ରଶାସନ ଏଥର ଅଧିକ ସତର୍କତା ଅବଲମ୍ବନ କରିଛି।ପୋଲିସ ଓ ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ପଷ୍ଟ କରାଯାଇଛି ଯେ, ମହୋତ୍ସବ ସମୟରେ ମଦ ବିକ୍ରି, ସରବରାହ, ସେବନ କିମ୍ବା ଶାନ୍ତିଶୃଙ୍ଖଳା ଭଙ୍ଗ କରୁଥିବା ବ୍ୟକ୍ତିଙ୍କ ବିରୋଧରେ କଠୋର କାନୁନୀ ପଦକ୍ଷେପ ନିଆଯିବ। ଆବଶ୍ୟକ ହେଲେ ଜାତୀୟ ସୁରକ୍ଷା ଆଇନ (ଏନଏସଏ) ଲାଗୁ କରାଯିବାକୁ ମଧ୍ୟ ଚେତାବନୀ ଦିଆଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026

You Might Also Like