-+91-9937148622 |
prerana_bgr@rediffmail.com |
Wednesday 6th May 2026 |
R.N.I. Regd No. ODIODI/2010/46693
Breaking News
03-Feb-2021
ବାଲେଶ୍ୱର (ପ୍ରେରଣା ଖବର ବ୍ୟୁରୋ): ଜେଲ ଗଲେ ବାଲେଶ୍ୱର ଟାଉନ ଥାନାର ପୂର୍ବତନ ଆଇଆଇସି ସରୋଜିନୀ ନାୟକ । ଲାଂଚ ମାମଲାରେ ଛନ୍ଦି ହୋଇ ଭିଜିଲାନ୍ସ ବିଭାଗ ସହ ୭ ମାସ ଧରି ଲୁଚକାଳି ଖେଳିବା ପରେ ଶେଷରେ ଭିଜିଲାନ୍ସ କୋର୍ଟରେ ଆତ୍ମସମର୍ପଣ କରିଛନ୍ତି । ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ୨ ସପ୍ତାହ ପାଇଁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି । ସରୋଜିନୀ ବାଲେଶ୍ୱର ଟାଉନ ଥାନା ଦାୟିତ୍ୱରେ ଥିବାବେଳେ ଏକ ଜମିଜମା ବିବାଦର ସମାଧାନ ପାଇଁ ୨୫ ହଜାର ଟଙ୍କା ଲାଂଚ ମାଗିଥିବା ଭିଜିଲାନ୍ସରେ ଅଭିଯୋଗ ହୋଇଥିଲା!!
ସୂଚନା ମୁତାବକ, ସରୋଜିନୀ ବାଲେଶ୍ୱର ଟାଉନ ଥାନା ଦାୟିତ୍ୱରେ ଥିବାବେଳେ ଗତ ୨୦୨୦ ଜୁଲାଇ ୧ ତାରିଖରେ ଏକ ଜମିଜମା ମାମଲାର ସମାଧାନ ପାଇଁ ୨୫ ହଜାର ଟଙ୍କା ଲାଞ୍ଚ ମାଗିଥିବା ନେଇ ଭିଜିଲାନ୍ସରେ ଅଭିଯୋଗ ହୋଇଥିଲା। ସେବେଠାରୁ ସେ ଫେରାର୍ ଥିଲେ। ଭିଜିଲାନ୍ସ ଜେରାରୁ ବର୍ତ୍ତିବା ପାଇଁ ସେ ହାଇକୋର୍ଟରେ ଆଗୁଆ ଜାମିନ ପାଇଁ ଆବେଦନ କରିଥିଲେ ମାତ୍ର, ହାଇକୋର୍ଟ ତାଙ୍କ ଆଗୁଆ ଜାମିନ ଆବେଦନକୁ ଖାରଜ କରିଦେଇଥିଲେ। ଶେଷରେ ଆଜି ସେ ଭିଜିଲାନ୍ସ କୋର୍ଟରେ ହାଜର ହୋଇ ଆତ୍ମ ସମର୍ପଣ କରିଥିଲେ l