-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||     

HOME   ଜିଲ୍ଲା

‘ମା’ ପାଟଣେଶ୍ୱରୀ’ ସ୍ମରଣିକା ଉନ୍ମୋଚିତ : ପାଟଣେଶ୍ୱରୀ ମହୋତ୍ସବ–୨୦୨୬ ଉଦଯାପିତ

05-Feb-2026



ବଲାଙ୍ଗିର : ଗତ ୧ ତାରିଖରୁ ଚାରି ଦିନ ବ୍ୟାପି ଅନୁଷ୍ଠିତ ପାଟଣେଶ୍ୱରୀ ମହୋତ୍ସବ–୨୦୨୬ ବୁଧବାର ସାରଗର୍ଭିତ କାର୍ଯ୍ୟକ୍ରମ ସହିତ  ଉଦଯାପିତ   ହୋଇଯାଇଛି। ଦେବାଳୟ ଐତିହ୍ୟ ସୁରକ୍ଷା କମିଟି ଓ ପାଟଣେଶ୍ୱରୀ କଳା ପରିଷଦ, ବଲାଙ୍ଗିର ପକ୍ଷରୁ ଆୟୋଜିତ ଏହି ମହୋତ୍ସବ ପାଟଣା ରାଜ୍ୟର ଅଧିଷ୍ଠାତ୍ରୀ ଦେବୀ ମା’ ପାଟଣେଶ୍ୱରୀଙ୍କ ମନ୍ଦିର ବଲାଙ୍ଗିରରେ ପ୍ରତିଷ୍ଠା ହୋଇଥିବାର ୧୫୦ ବର୍ଷ ପୂର୍ତ୍ତି ଉପଲକ୍ଷେ ଆୟୋଜିତ ହୋଇଥିଲା। ବୁଧବାର ଆୟୋଜିତ ଉଦ୍ୟାପନୀ ସମାରୋହ ଆୟୋଜକ କମିଟିର ସଭାପତି ଜୟକୃଷ୍ଣ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ଏଥିରେ ପାଟଣା ମହାରାଜ ତଥା ରାଜ୍ୟ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ

ସିଂହଦେଓ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ସମ୍ମାନିତ ଅତିଥି ଭାବେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ, ପୌରାଧ୍ୟକ୍ଷା ଲିକା ସାହୁ, ନାଟ୍ୟଭୂଷଣ ଜଗଦାନନ୍ଦ ଛୁରିଆ ଓ ସୁରକ୍ଷା କମିଟିର କୋଷାଧ୍ୟକ୍ଷ ଭବାନୀ ଶଙ୍କର ଭୋଇ ମଞ୍ଚାସୀନ ଥିଲେ। କମିଟିର ସଂପାଦକ ପ୍ରଶାନ୍ତ ମହାକୁର ସ୍ୱାଗତ ଭାଷଣ ଦେଇଥିବା ବେଳେ ଅର୍ଜୁନ ସାହୁ ସଭା ପରିଚାଳନା କରିଥିଲେ। ସଭାପତି ଜୟକୃଷ୍ଣ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ। ମୁଖ୍ୟ ଅତିଥି କନକ ବର୍ଦ୍ଧନ ସିଂହଦେଓ ପ୍ରଥମେ ମା’ ପାଟଣେଶ୍ୱରୀଙ୍କ ଦର୍ଶନ କରି ତିନି ଦିନ ବ୍ୟାପି ଚାଲିଥିବା ଯଜ୍ଞରେ ଆହୁତି ପ୍ରଦାନ କରି ପୂର୍ଣ୍ଣାହୁତି ସମ୍ପନ୍ନ କରିଥିଲେ। ନୂତନ ନିର୍ମିତ ଯଜ୍ଞମଣ୍ଡପକୁ ସର୍ବସାଧାରଣ ବ୍ୟବହାର ପାଇଁ ଉଦ୍‌ଘାଟନ କରାଯାଇଥିଲା। ପରେ ସେ ପୃଥ୍ୱୀରାଜ ହାଇସ୍କୁଲ ପରିସରରେ ସ୍ୱର୍ଗତ ପୃଥ୍ୱୀରାଜ ସିଂହଦେଓଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ। ସମାରୋହରେ ଅତିଥିମାନେ ମହୋତ୍ସବ ସ୍ମରଣିକା ‘ମା’ ପାଟଣେଶ୍ୱରୀ’ ଓ ଡ. ସୀମାରାଣୀ ରଥଙ୍କ ରଚିତ ଗବେଷଣା ପୁସ୍ତକ ‘ଜ୍ଞାନୋଦୟ – ଦ ଡନ୍ ଅଫ ତାନ୍ତ୍ରିକ ୱିଜଡମ୍ ଫ୍ରମ ଓଡିଶା’ ଉନ୍ମୋଚନ କରିଥିଲେ। ଏହି ଅବସରରେ କାର୍ଯ୍ୟକ୍ରମ ସଫଳ କରିବାରେ ସହଯୋଗ କରିଥିବା ବ୍ୟକ୍ତି ବିଶେଷ ଓ ସଂଗଠନମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ସକାଳେ ବିଭିନ୍ନ ଦେବୀପୀଠରୁ ଆସିଥିବା ବରୁଆମାନେ ସୁଲିଆ, ବୁଢାଦେଓ, ପାଟଖଣ୍ଡା, କନ୍ଧେନ ବୁଢି, ସାଉନ୍ତେଇ, କୁଶଙ୍ଗାଇ ଓ ମାହେଶ୍ୱରୀ ନଗର ପରିକ୍ରମା କରି ମା’ ପାଟଣେଶ୍ୱରୀଙ୍କ ଦର୍ଶନ କରିଥିଲେ। ୮୪ ଘର ଜିଲ୍ଲା ଅଘରିଆ ସମାଜ ପକ୍ଷରୁ ପ୍ରାୟ ୧୦ ହଜାର ଶ୍ରଦ୍ଧାଳୁଙ୍କ ପାଇଁ ଅନ୍ନପ୍ରସାଦ ବ୍ୟବସ୍ଥା

କରାଯାଇଥିଲା। ଅତିଥିମାନେ ତାଙ୍କ ଅଭିଭାଷଣରେ କହିଥିଲେ ଯେ, ମା’ ସମଲେଶ୍ୱରୀ ଚୌହାନ ବଂଶର କୁଳଦେବୀ ହୋଇଥିବା ବେଳେ ମା’ ପାଟଣେଶ୍ୱରୀ ଅନାଦିକାଳରୁ ପାଟଣା ରାଜ୍ୟର ଅଧିଷ୍ଠାତ୍ରୀ ଦେବୀ। ତେଣୁ ଏହି ମହୋତ୍ସବକୁ କେବଳ ୧୫୦ ବର୍ଷ ପୂର୍ତ୍ତିରେ ସୀମିତ ନ ରଖି ପ୍ରତିବର୍ଷ ଆୟୋଜନ କରାଯିବା ଉଚିତ।  ତିନି ଦିନ ବ୍ୟାପି ସନ୍ଧ୍ୟା ସମୟରେ ଆୟୋଜିତ ସାଂସ୍କୃତିକ କାର୍ଯ୍ୟକ୍ରମରେ ପଞ୍ଚମ ଅନୁଷ୍ଠାନ ପକ୍ଷରୁ ଭଜନ ସମାରୋହ, ରୁଗୁଡିପଡା ଦୁର୍ଗାପୂଜା କମିଟି ପକ୍ଷରୁ ମହାଆଳତି, ପରାୟଣ ଗାୟକ ଇପ୍ସିତ ମିଶ୍ରଙ୍କ ସତସଙ୍ଗ ଏବଂ ସମ୍ବଲପୁର କଳାକେନ୍ଦ୍ର ସହ ସଂଜ୍ୟୋତ କଳା କେନ୍ଦ୍ର, ବଲାଙ୍ଗିର ପକ୍ଷରୁ ଲୋକନୃତ୍ୟ ପରିବେଷଣ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026

You Might Also Like