-+91-9937148622 |
prerana_bgr@rediffmail.com |
Saturday 29th August 2026 |
R.N.I. Regd No. ODIODI/2010/46693
Breaking News
09-Feb-2026
ଦେଓଗାଁ (ପ୍ରେରଣା ଖବର): ବଲାଙ୍ଗୀର ଜିଲ୍ଲା ଦେଓଗାଁ ବ୍ଲକ ଅନ୍ତର୍ଗତ କୁଲତାପଡା ହାଇସ୍କୁଲ ଠାରେ ପଞ୍ଚମ ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି।ଏଥିରେ ଦେଓଗାଁ ବ୍ଲକ ର ପୂର୍ବତନ ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଆଦ୍ୟ କୁମାର ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଅଶୋକ ପ୍ରଧାନ, ରମା ଯୋଶୀ, ସ୍ବାଧୀନ ମନହୀରା, ପରମେଶ୍ଵର ବାଗ ଯୋଗଦେଇଥିଲେ। ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଥିବା ବେଳେ ବିଦ୍ୟାଳୟ ସ୍ତରରେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଏବଂ କୃତୀ ଛାତ୍ରଛାତ୍ରୀ ମାନଙ୍କୁ ଅତିଥି ମାନେ ପୁରସ୍କୃତ କରିଥିଲେ। ଏଥିରେ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ସହଯୋଗ କରିଥିଲେ।