-+91-9937148622 |

prerana_bgr@rediffmail.com |

  Friday 21st August 2026 |

| | | |

R.N.I. Regd No. ODIODI/2010/46693

Breaking News

ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||      ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   (20-Aug-2026)       ||      ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   (20-Aug-2026)       ||      ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ    (20-Aug-2026)       ||      ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   (30-Jul-2026)       ||      ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ପବିତ୍ର ଶ୍ରାବଣରେ ଦୁଇ ବେସାହାରା ଭିକ୍ଷୁକଙ୍କ ଶେଷ ସାହାରା ସାଜିଲା ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ   (20-Aug-2026)       ||      *ଲେହିଡି ଗାଁରେ ଗୋଶାଳା ପାଇଁ ଭୁମି ପୂଜନ ଓ ବୃକ୍ଷ ରୋପଣ କାର୍ଯ୍ୟ କ୍ରମ*-   (20-Aug-2026)       ||      ବଗଡ଼ାରେ ଗ୍ରୀନ୍ ଇଗଲ୍ ଆର୍ମି ପକ୍ଷରୁ ବନମହୋତ୍ସବ   (20-Aug-2026)       ||      ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   (20-Aug-2026)       ||      ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   (20-Aug-2026)       ||      ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   (20-Aug-2026)       ||      ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   (19-Aug-2026)       ||      ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   (19-Aug-2026)       ||     

HOME   ଜିଲ୍ଲା

ବିଏମ୍ ସିର ସ୍ୱଚ୍ଛ ସର୍ବେକ୍ଷଣରେ ସାମିଲ ହେଲେ ପ୍ରାୟ୧୫୦ ଶିକ୍ଷାନୁଷ୍ଠାନ,୨୦ହାଜରରୁ ଅଧିକ ଛାତ୍ରଛାତ୍ରୀ ସାମିଲ

21-Feb-2026



 ଭୁବନେଶ୍ୱର(ପ୍ରେରଣା ଖବର): ସ୍ୱଚ୍ଛ ସର୍ବେକ୍ଷଣ ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ ସି)ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଛି । ଭୁବନେଶ୍ୱରରେ ଥିବା ସମସ୍ତ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନରେ ପରିମଳ ବ୍ୟବସ୍ଥା ଯେପରି ସୁଚାରୁରୂପେ ପରିଚାଳନା ହୋଇପାରିବ, ସେ ନେଇ ଶିକ୍ଷକ, ଶିକ୍ଷୟିତ୍ରୀ ଓ ଛାତ୍ରଛାତ୍ରୀମାନଙ୍କୁ ବିଭିନ୍ନ ଉପାୟରେ ସଚେତନ କରାଯାଉଛି । ବର୍ଷତମାମ ଛାତ୍ରଛାତ୍ରୀଙ୍କ ମଧ୍ୟରେ ସ୍ୱଚ୍ଛତା ସଂପର୍କିତ ବିଭିନ୍ନ କ୍ୱଜ୍, ବକ୍ତୃତା, ପ୍ରବନ୍ଧ, ଚିତ୍ରାଙ୍କନ, ବର୍ଜ୍ୟରୁ କଳାକୃତି ବା ଓ୍ୱେଷ୍ଟ ଟୁ ଆର୍ଟ, ନୃତ୍ୟ,ଏକକ ଅଭିନୟ,  ଆଦି ପ୍ରତିଯୋଗିତା ବିଦ୍ୟାଳୟସ୍ତରରୁ ଆରମ୍ଭ କରି ମହାନଗର ସ୍ତର ପର୍ଯ୍ୟନ୍ତ ସଂଗଠିତ କରାଯାଉଛି । ଛାତ୍ରଛାତ୍ରୀଙ୍କ ମଧ୍ୟରେ ପ୍ରତିଯୋଗୀ ମନୋଭାବ ସୃଷ୍ଟି କରିବା ପାଇଁ ବର୍ଜ୍ୟରୁ କଳାକୃତି ପ୍ରଦର୍ଶନୀ ବିଦ୍ୟାଳୟ, କ୍ଲଷ୍ଟର, ଜୋନ୍ ଓ ବିଏମ୍ ସିସ୍ତର ମଧ୍ୟରେ ଆୟୋଜନ କରାଯାଉଛି । ଏହି ପ୍ରଦର୍ଶନୀରେ ଶ୍ରେଷ୍ଠ କଳାକୃତି ପାଇଁ ଛାତ୍ରଛାତ୍ରୀ, ବିଦ୍ୟାଳୟକୁ ମଧ୍ୟ ପୁରସ୍କୃତ କରାଯାଉଛି ।   

ସଂପ୍ରତ୍ତି ବିଭିନ୍ନ ବିଦ୍ୟାଳୟ ଓ ମହାବିଦ୍ୟାଳୟରେ ଆଇଇସି କାର୍ଯ୍ୟକ୍ରମ ଜାରି ରହିଛି । ଭୁବନେଶ୍ୱରେ 150ରୁ ଅଧିକ ବିଦ୍ୟାଳୟ ଓ ମହାବିଦ୍ୟାଳୟରେ ସ୍ୱଚ୍ଛତା କାର୍ଯ୍ୟକ୍ରମ ଚାଲୁ ରହିଛି । ସ୍ୱେଚ୍ଛାସେବୀ ସଂଗଠନ ଫିଡ୍ ବ୍ୟାକ୍, ବେସିକ୍ସ ମ୍ୟୁନିସପାଲ ଓ୍ୱେଷ୍ଟ ଭେନ୍ଚର ଏବଂ ବିକାଶ ବିଭିନ୍ନ ବିଦ୍ୟାଳୟ ଓ ମହାବିଦ୍ୟାଳୟରେ ସେମାନଙ୍କର ସ୍ୱଚ୍ଛତା କାର୍ଯ୍ୟକ୍ରମ ଜାରି ରଖିଛନ୍ତି । ମୁଖ୍ୟତଃ ଛାତ୍ରଛାତ୍ରୀ ଓ ଶିକ୍ଷକ ଶିକ୍ଷୟିତ୍ରୀମାନଙ୍କୁ ସଚେତନ କରାଇବା ସହ ସେମାନଙ୍କ ମଧ୍ୟରେ ପ୍ରତିଯୋଗୀ ମନୋଭାବ ସୃଷ୍ଟି କରିବା ପାଇଁ କାର୍ଯ୍ୟକ୍ରମ ଜାରି ରହିଛି । ବର୍ତ୍ତମାନ ସୁଦ୍ଧା ଫିଡ୍ ବ୍ୟାକ୍ 35ଟି ବିଦ୍ୟାଳୟରେ, ବେସିକ୍ସ ମ୍ୟୁନିସପାଲ ଓ୍ୱେଷ୍ଟ ଭେନ୍ଚର 39ଟି ଏବଂ ବିକାଶ 37 ଟି, ଏପରି ମୋଟ 111ଟି ବିଦ୍ୟାଳୟରେ ସ୍ୱଚ୍ଛ ସଚେତନତା, ବିଭିନ୍ନ ପ୍ରତିଯୋଗିତା, ଡଷ୍ଟବିନ୍ ରଖିବା, ବର୍ଜ୍ୟ ପରିଚାଳନା ଆଦି କାର୍ଯ୍ୟ କାର୍ଯ୍ୟକ୍ରମ ସଂପର୍କରେ ଛାତ୍ରଛାତ୍ରୀ ଓ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ସଚେତନ କରାଇଛନ୍ତି । ପ୍ରତି ସ୍କୁଲରେ ଜଣେ ଜଣେ ଛାତ୍ର କିମ୍ବା ଛାତ୍ରୀଙ୍କୁ ବିଦ୍ୟାଳୟର ଆମ୍ବାସଡର କରାଯାଇଛି । ଆଗାମୀ ଦିନରେ ଆହୁରି ପ୍ରାୟ 50ଟି ବିଦ୍ୟାଳୟରେ ଆଇଇସି କାର୍ଯ୍ୟକ୍ରମ କରାଯିବାକୁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି । ମୋଟ ପାଖାପାଖି ୨୦ହଜାର ଛାତ୍ରଛାତ୍ରୀଙ୍କୁ ଏହି କାର୍ଯ୍ୟକ୍ରମରେ ସାମିଲ କରିବାକୁ ଲକ୍ଷ୍ୟ ରଖାଯାଇଛି । 

ଏହା ଦ୍ୱାରା ଛାତ୍ରଛାତ୍ରୀଙ୍କ ସହ ସେମାନଙ୍କର ପରିବାର ସଦସ୍ୟ ମଧ୍ୟ ସ୍ୱଚ୍ଛ ସର୍ବେକ୍ଷଣ କାର୍ଯ୍ୟରେ ସାମିଲ ହୋଇପାରିବେ ବୋଲି କହିଛନ୍ତି ମାନନୀୟା ମେୟର ଶ୍ରୀମତୀ ସୁଲୋଚନା ଦାସ ଓ କମିଶନର ଶ୍ରୀ ଚଞ୍ଚଳ ରାଣା । ତେଣୁ ବିଦ୍ୟାଳୟ ଓ ମହାବିଦ୍ୟାଳୟ ଉପରେ ବିଶେଷ ଗୁରୁତ୍ୱାରୋପ କରାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   20-Aug-2026
  ଜିଲ୍ଲା  
ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ   20-Aug-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ   20-Aug-2026
  ଜିଲ୍ଲା  
ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   20-Aug-2026
  ଜିଲ୍ଲା  
ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   20-Aug-2026
  ଜିଲ୍ଲା  
ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   20-Aug-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   20-Aug-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   20-Aug-2026
  ଜିଲ୍ଲା  
ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   20-Aug-2026
  ରାଜ୍ୟ  
ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ   20-Aug-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   30-Jul-2026
  ଜିଲ୍ଲା  
ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   20-Aug-2026

You Might Also Like