-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||     

HOME   ଦେଶ ବିଦେଶ

ଭାରତରେ ପ୍ରଥମ: ବାଲେଶ୍ୱରରେ ପ୍ରତିଷ୍ଠା ହେବ ବଜ୍ରପାତ ଗବେଷଣା କେନ୍ଦ୍ର

04-Feb-2021



ଭୁବନେଶ୍ୱର(ପ୍ରେରଣା ଖବର ବ୍ୟୁରୋ): ସାବଧାନ! ଅପରାହ୍ନ ୩ଟାରୁ ସାଢ଼େ ୩ଟା ଭିତରେ ବାଲେଶ୍ୱରର ଅମକ ୱାର୍ଡ, ମୟୂରଭଞ୍ଜ ରାଇରଙ୍ଗପୁରର ଅମକ ପଞ୍ଚାୟତର ସମକ ଗାଁରେ ବଜ୍ରପାତ ହେବା ଆଶଙ୍କା ଅଛି । ସନ୍ଧ୍ୟା ୬ଟା ୪୫ରୁ ୭ଟା ମଧ୍ୟରେ ଭଦ୍ରକ ଭଣ୍ଡାରିପୋଖରୀ ଓ କେନ୍ଦୁଝର ଆନନ୍ଦପୁରର ଉକ୍ତ ଗାଁରେ କାଳବୈଶାଖୀ ପ୍ରକୋପରେ ଝଡ଼ ତୋଫାନ ହୋଇପାରେ । ଆଗାମୀ ଦିନରେ ଉତ୍ତର ଓଡ଼ିଶାରେ ବେଶ୍‌ ଆଗୁଆ ମିଳିିଯିବ ବଜ୍ରପାତ ଓ କାଳବୈଶାଖୀ ସମ୍ପର୍କିତ ପାଣିପାଗ ସତର୍କ ସୂଚନା । ନିର୍ଦ୍ଦିଷ୍ଟ ଗାଁ ଏବଂ ୱାର୍ଡକୁ ଚିହ୍ନଟ କରି ସତର୍କ ସୂଚନା ଜାରି କରାଯିବ । ଏଭଳି ସତର୍କ ସୂଚନା ମାଧ୍ୟମରେ ବ୍ୟାପକ ଧନଜୀବନ କ୍ଷୟକ୍ଷତି ରୋକାଯାଇପାରିବ । ଏହି ଉଦ୍ଦେଶ୍ୟ ନେଇ ବାଲେଶ୍ୱରରେ ପ୍ରତିଷ୍ଠା ହେବ ବଜ୍ରପାତ ଗବେଷଣା କେନ୍ଦ୍ର (ଥଣ୍ଡରଷ୍ଟ୍ରମ ରିସର୍ଚ୍ଚ ଟେଷ୍ଟ ବେଡ୍‌) । ଦେଶରେ ପ୍ରଥମ କରି ଏଭଳି ଅତ୍ୟାଧୁନିକ ପାଣିପାଗ ଗବେଷଣା କେନ୍ଦ୍ର ଓଡ଼ିଶାର ବାଲେଶ୍ୱରରେ ପ୍ରତିଷ୍ଠା ହେବାକୁ ଯାଉଛି । ଖୁବଶୀଘ୍ର ଏ ଦିଗରେ କାମ ଆରମ୍ଭ କରିବ ଭୂ-ବିଜ୍ଞାନ ମନ୍ତ୍ରାଳୟ ।

ବଜ୍ରପାତଜନିତ ମୃତ୍ୟୁ ଓ କ୍ଷୟକ୍ଷତି ରୋକିବା ପାଇଁ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ଅତ୍ୟାଧୁନିକ ବୈଷୟିକ ଜ୍ଞାନ କୌଶଳ ଉପରେ ଗୁରୁତ୍ୱ ଦେଉଛି । ଉତ୍ତର ଓଡ଼ିଶା ବଜ୍ରପାତ ପ୍ରବଣ ଅଞ୍ଚଳ ହୋଇଥିବାରୁ ବାଲେଶ୍ୱରରୁ ଏହି ନୂଆ ଜ୍ଞାନକୌଶଳର ଉପଯୋଗ ଆରମ୍ଭ ହେବ । ଆଇଏମ୍‌ଡି ପ୍ରସ୍ତାବ ଦେଇଛି, ବାଲେଶ୍ୱରରେ ବଜ୍ରପାତ ଗବେଷଣା କେନ୍ଦ୍ର ହେବ । ଆଇଏମ୍‌ଡି, ଇସ୍ରୋ, ଭୂ ବିଜ୍ଞାନ ମନ୍ତ୍ରାଳୟ ଏବଂ ଡିଆରଡିଓ ମିଳିତ ଭାବେ ଏଥିପାଇଁ କାମ କରିବେ । ବାଲେଶ୍ୱରରେ ଅତ୍ୟାଧୁନିକ ପାଣିପାଗ ମାପକ ଯନ୍ତ୍ର ଲଗାଯିବ । ଏଭଳି ଅତ୍ୟାଧୁନିକ ଯନ୍ତ୍ରପାତି ରହିବ, ଯେମିତି କାଳବୈଶାଖୀ କିମ୍ବା ବଜ୍ରପାତ ନେଇ ଢେର ଆଗୁଆ ଏବଂ ନିର୍ଦ୍ଧିଷ୍ଟ ଅଞ୍ଚଳ ପାଇଁ ପୂର୍ବାନୁମାନ ଜାରି କରାଯାଇପାରିବ ।

ଆଇଏମ୍‌ଡି ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି, ଭାରତରେ ପ୍ରଥମ କରି ଏଭଳି ଅତ୍ୟାଧୁନିକ ବ୍ୟବସ୍ଥା କାର୍ଯ୍ୟକ୍ଷମ ହେବ । ଏହି ବ୍ୟବସ୍ଥାକୁ ପୂର୍ଣ୍ଣାଙ୍ଗ ଭାବେ କାର୍ଯ୍ୟକ୍ଷମ କରିବାକୁ ପ୍ରାୟ ୫ ବର୍ଷ ସମୟ ଲାଗିବ । ଉତ୍ତର ଓଡ଼ିଶାରେ ବଜ୍ରପାତଜନିତ ଧନଜୀବନ ହାନି ରୋକିବାରେ ଏହା ବଡ଼ ଭୂମିକା ନେବ । ବୈଜ୍ଞାନିକଙ୍କ ମିଳିତ ଟିମ୍‌ ଏ କ୍ଷେତ୍ରରେ କାମ କରିବେ । ବାତ୍ୟା, ବନ୍ୟା ଭଳି ପ୍ରାକୃତିକ ବିପର୍ଯ୍ୟୟର ସବୁବେଳେ ସାମ୍ନା କରି ଆସୁଛି ଓଡ଼ିଶା । ଆଗୁଆ ପାଣିପାଗ ସୂଚନା ଯୋଗୁ ରାଜ୍ୟ ସରକାର ଏବଂ ଓଡ଼ିଶାବାସୀ ବିପର୍ଯ୍ୟୟର ଦୃଢ଼ ମୁକାବିଲା କରିପାରୁଛନ୍ତି । ଓଡ଼ିଶାର ବିପର୍ଯ୍ୟୟ ମୁକାବିଲା ବ୍ୟବସ୍ଥା ସାରା ବିଶ୍ୱ ପାଇଁ ମଡେଲ୍‌ ପାଲଟିଛି ।

ଏଥିରେ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)ର ଭୂମିକା ମଧ୍ୟ ବେଶ୍‌ ଗୁରୁତ୍ୱପୂର୍ଣ୍ଣ । ଆଗୁଆ ସତର୍କତା ଯୋଗୁ ବିପର୍ଯ୍ୟୟ ବେଳେ ଜିରୋ କାଜୁଆଲିଟିକୁ ମନ୍ତ୍ର କରିପାରିଛି ଓଡ଼ିଶା । ମାତ୍ର ପ୍ରତିବର୍ଷ ବଜ୍ରପାତ ଓ କାଳବୈଶାଖୀ ଭଳି ପ୍ରାକୃତିକ ବିପର୍ଯ୍ୟୟରେ ବହୁ ସଂଖ୍ୟାରେ ଜୀବନ ଯାଉଛି ।

ଗତ ଡିସେମ୍ବରରେ ଜାରି ହୋଇଥିବା ରିପୋର୍ଟରୁ ଜଣାପଡ଼ିଛି ୨୦୧୯-୨୦ ଆର୍ଥିକ ବର୍ଷରେ ଦେଶରେ ବଜ୍ରପାତ କାରଣରୁ ୧୭୭୧ ଜୀବନ ଯାଇଛି । ଏଥିରେ ଉତ୍ତରପ୍ରଦେଶରେ ୨୯୩, ମଧ୍ୟପ୍ରଦେଶରେ ୨୪୮, ବିହାରରେ ୨୨୧ଜଣଙ୍କ ମୃତ୍ୟୁ ହୋଇଥିଲା । ଓଡ଼ିଶାରେ ବଜ୍ରପାତ ଯୋଗୁ ୨୦୦ଜଣଙ୍କ ମୃତ୍ୟୁ ହୋଇଥିଲା । ଓଡ଼ିଶାରେ ହୋଇଥିବା ବଜ୍ରପାତଜନିତ ମୃତ୍ୟୁରେ ଅଧିକାଂଶ ଥିଲେ ଉତ୍ତର ଓଡ଼ିଶାର ।


News Comment




Photo in News

Advertisment
Lastest News
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   10-Aug-2026
  ଜିଲ୍ଲା  
ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   10-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ   10-Aug-2026
  ଜିଲ୍ଲା  
ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   10-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026
  ଜିଲ୍ଲା  
ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   10-Aug-2026
  ଜିଲ୍ଲା  
ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   10-Aug-2026

You Might Also Like