-+91-9937148622 |

prerana_bgr@rediffmail.com |

  Tuesday 18th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||     

HOME   ଜିଲ୍ଲା

ନୂଆଦିଲ୍ଲୀରେ ଓଡ଼ିଶା ଭବନର ନୂତନ ବିଲ୍‍ଡିଂ ପାଇଁ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ଖର୍ଚ୍ଚ ହେବ ୯୩.୨୭ କୋଟି, ୩ଟି ବେସ୍‌ମେଣ୍ଟ ଉପରେ ୭ ମହଲା, ୪୫ଟି ରୁମ୍

26-Feb-2026



ll ନିର୍ମାଣଶୈଳୀରେ ପ୍ରତିଫଳିତ ହେବ ଓଡ଼ିଶାର ସମୃଦ୍ଧ କଳା ଓ ସଂସ୍କୃତିର ଝଲକ II

ଭବନ ଓ ସଦନ ଗୁଡିକର ରକ୍ଷଣାବେକ୍ଷଣ ପାଇଁ 
ଗୋଟିଏ ସ୍ୱତନ୍ତ୍ର ଡିଭିଜନ ସୃଷ୍ଟି ହେବ

ନୂଆଦିଲ୍ଲୀ(ପ୍ରେରଣା ଖବର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଆଜି ନୂଆଦିଲ୍ଲୀଠାରେ  ନୂତନ ଓଡ଼ିଶା ଭବନର ନିର୍ମାଣ ପାଇଁ ଶିଳାନ୍ୟାସ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏହି ନୂତନ ଭବନର ନିର୍ମାଣ ଶୈଳୀରେ  ଓଡିଶାର ସମୃଦ୍ଧ ଐତିହ୍ୟ, କଳା ଓ ସଂସ୍କୃତିର ପ୍ରତିଫଳନ ଦେଖିବାକୁ ମିଳିବ । 

ସୂଚନାଯୋଗ୍ୟ ଯେ, ପୂର୍ବରୁ ଥିବା ଭବନଟି ପୁରୁଣା ହୋଇଯାଇଥିବା ସହ ସ୍ଥାନ ଓ ସୁବିଧାର ଅଭାବ ଥିବାରୁ ବର୍ତ୍ତମାନର ଆବଶ୍ୟକତାକୁ ଆଖି ଆଗରେ ରଖି ଏହି ନୂଆ ଭବନ ନିର୍ମାଣ କରାଯାଉଛି। ଏଥିରେ ୩ଟି ବେସ୍‌ମେଣ୍ଟ, ଗ୍ରାଉଣ୍ଡ ଫ୍ଲୋର ସହିତ ଆଉ ୬ଟି ମହଲା ରହିବ। ସମସ୍ତ ଅତ୍ୟାଧୁନିକ ସୁବିଧା ସହ ୪୫ଟି ସୁଇଟ୍‌ ବ୍ୟବସ୍ଥା କରାଯିବ। ପ୍ରଥମ ମହଲାରେ ଏକ ଏକ୍‍ଜିବିସନ୍ ଏରିଆ ଏବଂ ଦ୍ୱିତୀୟ ମହଲାରେ ପ୍ରାୟ ୭୦ ଆସନ ବିଶିଷ୍ଟ କନ୍‌ଫରେନ୍ସ ହଲ୍‌ ରହିବ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏହି ପ୍ରକଳ୍ପ ପାଇଁ ଟେଣ୍ଡର ପ୍ରକ୍ରିୟା ସମାପ୍ତ ହୋଇଥିବା ବେଳେ ଖୁବ୍‌ ଶୀଘ୍ର ନିର୍ମାଣ କାମ ଆରମ୍ଭ ହେବ। ଏଥିପାଇଁ ମୋଟ ୯୩.୨୭ କୋଟି ଟଙ୍କା ବ୍ୟୟ ହେବ| 

ନୂଆଦିଲ୍ଲୀ ସହିତ ଦେଶର ବିଭିନ୍ନ ସହରରେ ଓଡ଼ିଶାର ପ୍ରଶାସନିକ ସମନ୍ୱୟ ଓ ସାଂସ୍କୃତିକ ସମ୍ପର୍କ ସୁଦୃଢ଼ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ଓଡ଼ିଶା ଭବନ ନିର୍ମାଣ ଯୋଜନା କରିଛନ୍ତି। ଆଗାମୀ ଦିନରେ ଅଯୋଧ୍ୟା, ବେଙ୍ଗାଲୁରୁ ଓ ସୁରଟରେ ଓଡିଶା ଭବନ ନିର୍ମାଣ ହେବ। ଏଥିପାଇଁ ସଂପୃକ୍ତ ରାଜ୍ୟମାନଙ୍କୁ ଜମି ମଗାଯାଇଛି ବୋଲି ସେ କହିଥିଲେ।

ଅଯୋଧ୍ୟା, ବେଙ୍ଗାଲୁରୁ ଓ ସୁରଟରେ ହେବ ଓଡିଶା ଭବନ-ମୁଖ୍ୟମନ୍ତ୍ରୀ

ସେ ଆହୁରି କହିଥିଲେ ଯେ, ରାଜ୍ୟ ସରକାରଙ୍କ ପକ୍ଷରୁ କୋଲକତା, ଚେନ୍ନାଇ ଓ ମୁମ୍ବାଇରେ ଓଡିଶା ଭବନ କାର୍ଯ୍ୟକ୍ଷମ ଅଛି। ଜନସାଧାରଣଙ୍କ ସୁବିଧା ପାଇଁ ମୁମ୍ବାଇରେ ଆଉ ଏକ ଭବନ ନିର୍ମାଣର ପ୍ରସ୍ତାବ ରହିଛି । ଏହି ସବୁ ଭବନ ଓ ସଦନ ଗୁଡିକର ରକ୍ଷଣାବେକ୍ଷଣ ପାଇଁ ଗୋଟିଏ ସ୍ୱତନ୍ତ୍ର ଡିଭିଜନ ସୃଷ୍ଟି କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ସେ ପୁଣି କହିଥିଲେ ରାଜ୍ୟର ବିଭିନ୍ନ ଜିଲ୍ଲାରୁ ଜରୁରୀ କାମରେ ଭୁବନେଶ୍ୱର ଆସୁଥିବା ଲୋକମାନଙ୍କ ପାଇଁ ଭୁବନେଶ୍ୱର ମାଷ୍ଟର କ୍ୟାଣ୍ଟିନ ଛକ ପାଖରେ ଏକ ଜନଆଶ୍ରୟ ଭବନ ନିର୍ମାଣ କରାଯିବ, ଯେଉଁଥିରେ କି ରାଜ୍ୟର ଜନସାଧାରଣଙ୍କ ପାଇଁ ସ୍ୱଳ୍ପ ମୂଲ୍ୟରେ ତିନି ଦିନର ରହଣି ବ୍ୟବସ୍ଥା କରାଯିବ।  

ନୂଆଦିଲ୍ଲୀ ଠାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ଜନଜାତି ବ୍ୟାପାର ମନ୍ତ୍ରୀ ଶ୍ରୀ ଜୁଏଲ୍‍ ଓରାମ୍‍, ଓଡିଶା ସରକାରଙ୍କ ପୂର୍ତ୍ତ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ବରଗଡ ସାଂସଦ ଶ୍ରୀ ପ୍ରଦୀପ ପୁରୋହିତ, ପୂର୍ତ୍ତ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜୟ କୁମାର ସିଂହ ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   18-Aug-2026
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   18-Aug-2026
  ଜିଲ୍ଲା  
କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   18-Aug-2026

You Might Also Like

                   
  ଜିଲ୍ଲା  

ବରୀ ରେ ବନ୍ୟା