-+91-9937148622 |

prerana_bgr@rediffmail.com |

  Tuesday 18th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||      *କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   (17-Aug-2026)       ||      ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (17-Aug-2026)       ||      *ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   (17-Aug-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ପ୍ରିମିଅର ଲିଗ୍ ଚରଦା ହାଇସ୍କୁଲ୍ ପଡ଼ିଆରେ ଉଦଘାଟିତ ।   (17-Aug-2026)       ||      ଶିକ୍ଷକ ଯୋଗାଇବାର ପ୍ରତିଶ୍ରୁତି ପରେ ସ୍କୁଲ ଗେଟରୁ ଖୋଲିଲା ତାଲା   (17-Aug-2026)       ||      ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ବେଲପଡ଼ା ବ୍ଲକ ସଂଘର ସମ୍ମିଳନୀ ଅନଷ୍ଠିତ ଓ ନୂତନକର୍ମକର୍ତ୍ତାଙ୍କୁ ନେଇ କାର୍ଯକାରୀ କମିଟି ଗଠନ    (17-Aug-2026)       ||      ଡୁଙ୍ଗରିପାଲି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୪୪ଟି ଦରଖାସ୍ତ ଗ୍ରହଣ   (17-Aug-2026)       ||      ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା    (17-Aug-2026)       ||      ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   (17-Aug-2026)       ||      ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ    (17-Aug-2026)       ||      ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   (17-Aug-2026)       ||      ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   (17-Aug-2026)       ||     

HOME   ଜିଲ୍ଲା

*ସୁବର୍ଣ୍ଣପୁର ଠାରେ ବରିଷ୍ଠ ନାଗରିକ ଙ୍କ ପାଇଁ ଯୋଗ ଓ ସ୍ଵାସ୍ଥ୍ୟ ସଚେତନତା ଶିବିର*-

27-Feb-2026



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
ସୁବର୍ଣ୍ଣପୁର ଜିଲ୍ଲା ସଂସ୍କୃତି ଭବନ ଠାରେ ଜିଲ୍ଲା ପ୍ରଶାସନ ଓ  ଜିଲ୍ଲା ସାମାଜିକ ସୁରକ୍ଷା ଏବଂ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଦ୍ୱାରା ବରିଷ୍ଠ ନାଗରିକ ମାନଙ୍କ ନିମନ୍ତେ ଏକ ଯୋଗ ଶିବିର ଅନୁଷ୍ଠିତ ହୋଇଥିଲା। ଏହି ଯୋଗ ଶିବିରରେ ଶହେ ରୁ ଉର୍ଦ୍ଧ୍ବ ବରିଷ୍ଠ ନାଗରିକ ଅଂଶ ଗ୍ରହଣ କରିଥିଲେ। ଯୋଗ ଗୁରୁ ମନୋଜ କୁମାର ପଣ୍ଡା ଓ ଦ୍ୱିତିକୃଷ୍ଣ ପଣ୍ଡା  ଯୋଗ ପ୍ରଶିକ୍ଷଣ ପ୍ରଦାନ କରିଥିଲେ। ପରେ ପୂର୍ବାହ୍ନ ରେ ବରିଷ୍ଠ ନାଗରିକ ମାନଙ୍କ ନିମନ୍ତେ ଏକ ସ୍ଵାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଥିଲା। ଏହି ସ୍ଵାସ୍ଥ୍ୟ ଶିବିରରେ ସୁବର୍ଣ୍ଣପୁର ଜିଲ୍ଲା ସମସ୍ତ ବ୍ଲକ ରୁ ଆସିଥିବା ବରିଷ୍ଠ ନାଗରିକମାନେ ଅଂଶ ଗ୍ରହଣ କରି ନିଜ ନିଜ ର ସ୍ଵାସ୍ଥ୍ୟ ପରୀକ୍ଷା କରାଇବା ସହିତ ସେମାନଙ୍କ ପାଇଁ ଆବଶ୍ୟକୀୟ ଔଷଧ ର ମଧ୍ୟ  ଶିବିର ରେ ସୁବିଧା ନେଇ ଥିଲେ । ଯା ଦ୍ବାରା ବରିଷ୍ଠ ନାଗରିକ ମାନେ ସେମାନଙ୍କ ସ୍ଵାସ୍ଥ୍ୟ ସେବା ର ଲାଭ ପାଇଥିଲେ। 
ପରେ  ପରେ ପୂର୍ବାହ୍ନ ୧୧.୦୦ ଘଟିକା ସମୟରେ ସୁବର୍ଣ୍ଣପୁର ଜିଲ୍ଲାର ବରିଷ୍ଠ ନାଗରିକ ମାନଙ୍କୁ ନେଇ ବିଭିନ୍ନ ବିଷୟ ବସ୍ତୁ ଯଥା ସାଇବର ଅପରାଧ, ମୋବାଇଲ ଫୋନ ର ବ୍ୟବହାର, ସ୍ଵାସ୍ଥ୍ୟଗତ ସମସ୍ୟା, ପ୍ରତିଷେଧକ,ପ୍ରତିକାର ମୂଳକ ଓ ଚିକିତ୍ସା ବିଷୟରେ  ସଚେତନତା ସଭା ଜିଲ୍ଲା ସଂସ୍କୃତି ଭବନ ଠାରେ ସଚେତନ କରା ଯାଇଥିଲା l
ଏହି ସଚେତନତା ସଭାରେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼. ନୃପରାଜ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ଅନ୍ୟତମ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ଶ୍ରୀମତୀ ଅଞ୍ଜଳୀନା ପ୍ରଧାନ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀ ଉଷାରଣୀ ଦାସ, ଉପଜିଲ୍ଲାପାଳ ସୋନପୁର ସୌମ୍ୟରୂପା ରଥ, ଡ଼ି.ଏସ.ପି. ଚନ୍ଦ୍ର ଶେଖର ଶବର, ଏଲ.ଡି.ଏମ କାର୍ତ୍ତିକେଶ୍ୱର ପଣ୍ଡା, ଜିଲ୍ଲା ସାମାଜିକ ସୁରକ୍ଷା ଏବଂ ଭିନ୍ନକ୍ଷମ ସଶକ୍ତିକରଣ ଅଧିକାରୀ, ଗୋବିନ୍ଦ ବଲ୍ଲଭ ଶଡଙ୍ଗୀ, ଡି.ଇ.ଜି.ଏମ, ଗୁପ୍ତେଶ୍ୱର ରାଣା, ବରିଷ୍ଠ ନାଗରିକ ସଂଗଠନ ସଭାପତି  ଡ .ଜ୍ୟୋତିରଞ୍ଜନ ବହିଦାର ଓ ଜିଲ୍ଲା ବରିଷ୍ଠ ନାଗରିକ  ବରିଷ୍ଠ ସଦସ୍ୟ ପ୍ରଫୁଲ୍ଲ କୁମାର ରଥ ମଞ୍ଚାସିନ ଥିଲେ। ଶିବିରରେ ଗୁପ୍ତେଶ୍ୱର ରାଣା ଡିଜିଟାଲ ସାକ୍ଷରତା, ସାଇବର ସୁରକ୍ଷା ଓ ଡିଜିଟାଲ ଗିରଫ ସମ୍ପର୍କରେ ସଚେତନତା କରିଥିଲେ। ସି ଡି ଏମ୍ ଓ ଉଷାରଣୀ ଦାସ ଆୟୁଷ୍ମାନ ଭାରତ ସ୍ଵାସ୍ଥ୍ୟ ବିମା ଯୋଜନା  ଓ ବରିଷ୍ଠ ନାଗରିକ ମାନଙ୍କ ଦ୍ଵାରା ଆକ୍ରାନ୍ତ ହେଉଥିବା ବିଭିନ୍ନ ରୋଗ, ତାହାର ପ୍ରତିଷେଧକ ଓ ଚିକିତ୍ସା  ବିଷୟରେ ଅବଗତ କରାଇଥିଲେ। ଏଲଡିଏମ କାର୍ତ୍ତିକେଶ୍ୱର ପଣ୍ଡା ଆର୍ଥିକ ସାକ୍ଷରତା, ସଞ୍ଚୟ, ଅଧିକ ସୁଧ ନିବେଶର ଲୋଭରୁ ଦୂରେଇ ରହିବା, ଆର୍ଥିକ ଆନ୍ତର୍ଭୁକ୍ତିକରଣ, ପ୍ରଧାନ ମନ୍ତ୍ରୀ ଜନଧନ ଯୋଜନା ଓ ବିଭିନ୍ନ ସରକାରୀ ଆର୍ଥିକ ଯୋଜନା ସମ୍ପର୍କରେ କହିଥିଲେ। ଆର୍ଥିକ ଠକେଇ ହେଲେ ୧୯୩୦ ହେଲ୍ପଲାଇନ ରେ କଲ କରିବାକୁ  ଡି.ଏସ୍.ପି ଶ୍ରୀ ଶବର ସୂଚନା  ଦେଇ ଥିଲେ।
ଜିଲ୍ଲାପାଳ ଡ଼. ସାହୁ ବରିଷ୍ଠ ନାଗରିକମାନଙ୍କୁ ନିଜ ଶାରୀରିକ ଓ ମାନସିକ ସ୍ୱାସ୍ଥ୍ୟ ଉପରେ ଧ୍ୟାନ ଦେବାକୁ କହି ଆପଣ ମାନେ ବରିଷ୍ଠ ନୁହେଁ ବଳିଷ୍ଠ ନାଗରିକ ବୋଲି କହି ଥିଲେ।ଅତିରିକ୍ତ ଜିଲ୍ଲାପାଳ ନିଜକୁ ନିଜେ ଭଲପାଇବା ପାଇଁ ପରାମର୍ଶ ଦେଇଥିଲେ। ଏହି ଅବସରରେ ବରିଷ୍ଠ ନାଗରିକ ମାନେ ନିଜ ନିଜର ବିଭିନ୍ନ ଅନୁଭୂତି  ପ୍ରକାଶ କରିଥିଲେ। ଏହି କାର୍ଯ୍ୟକ୍ରମ ପରିଚାଳନା ରେ ଜିଲ୍ଲା ସୁଚନା ଓ ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ଅର୍ଜୁନ ମାଝୀ, ମିସ ପ୍ରୀତି ସୁନା ,ଜିଲ୍ଲା ସାମାଜିକ ସୁରକ୍ଷା କାର୍ଯ୍ୟାଳୟ ସମସ୍ତ କର୍ମଚାରୀ  ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   17-Aug-2026
  ଜିଲ୍ଲା  
ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   17-Aug-2026
  ଜିଲ୍ଲା  
ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   17-Aug-2026
  ଜିଲ୍ଲା  
ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   17-Aug-2026
  ଜିଲ୍ଲା  
ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   17-Aug-2026
  ରାଜ୍ୟ  
ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   17-Aug-2026
  ଜିଲ୍ଲା  
*କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   17-Aug-2026
  ଜିଲ୍ଲା  
ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   17-Aug-2026
  ଜିଲ୍ଲା  
*ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   17-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ପ୍ରିମିଅର ଲିଗ୍ ଚରଦା ହାଇସ୍କୁଲ୍ ପଡ଼ିଆରେ ଉଦଘାଟିତ ।   17-Aug-2026

You Might Also Like