-+91-9937148622 |

prerana_bgr@rediffmail.com |

  Sunday 16th August 2026 |

| | | |

R.N.I. Regd No. ODIODI/2010/46693

Breaking News

“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||     

HOME   ଜିଲ୍ଲା

କଟକରେ ଦହିବରା ଆଳୁଦମ ଦିବସ ପାଳିତ

02-Mar-2026



କଟକ(ପ୍ରେରଣା ଖବର): କଟକ  ଭାଇଚାରା ପରମ୍ପରାରର ସ୍ୱତନ୍ତ୍ରତା ଭଳି କଟକ ଦହିବରା ଆଳୁଦମର ମଧ୍ୟ ଏକ ନିଆରା ସ୍ବାଦ ରହିଛି । ସମଗ୍ର ରାଜ୍ୟ ତଥା ଦେଶ ବିଦେଶରେ ଏହି ଖାଦ୍ୟର ବିଶେଷ ପ୍ରଚାର ପ୍ରସାର ସହ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିବା ଉଦ୍ଦେଶ୍ୟ ନେଇ କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ କଟକ ମହାନଗର ନିଗମ, କଟକ ଉନ୍ନୟନ କର୍ତ୍ତୃପକ୍ଷ ଓ ଜିଲ୍ଲାସଂସ୍କୃତି ପରିଷଦର ସହଯୋଗରେ ମାର୍ଚ୍ଚ ୧ ତାରିଖରେ କଟକ ଦହିବରା ଆଳୁଦମ ଦିବସ ପାଳନ କରାଯାଉଛି। 
ଏହି ଅବସରରେ ଆଜି ବାଲିଯାତ୍ରା ତଳ ପଡିଆ ସ୍ଥିତ କଟକ ଇନ କଟକ ଠାରେ କଟକ ଦହିବରା ଆଳୁଦମ ଦିବସ ପାଳନ କରାଯାଇଛି । କଟକ ମହାନଗର ନିଗମ ମେୟର ଶ୍ରୀ ସୁବାସ

ଚନ୍ଦ୍ର ସିଂହ ଯୋଗ ଦେଇ ଦହିବରା ଆଳୁଦମ ପ୍ରତ୍ୟେକ କଟକିଆଙ୍କ ପ୍ରିୟ ଖାଦ୍ୟ ବୋଲି କହିଥିଲେ । ଯିଏ ଯେଉଁଠି ଥାଉ ନା କାହିଁକି କଟକକୁ ଆସିଲେ ପ୍ରଥମେ ଦହିବରା ଆଳୁଦମ ହିଁ ଖୋଜିଥାଏ । ଦହିବରା ଏବେ କେବଳ କଟକରେ ସିମୀତ ହୋଇ ରହିନାହିଁ ଏହା ଦେଶ ବିଦେଶରେ ମଧ୍ୟ ନାଁ କରିସାରିଲାଣି । ବାରବାଟୀ-କଟକ ବିଧାୟିକା ଇଂ ସୋଫିଆ ଫିର୍ଦ୍ଦୋସ ଦହିବରାକୁ କଟକର ଅନ୍ୟତମ ପରିଚୟ ବୋଲି ଅଭିହିତ କରି ଏହି ଖାଦ୍ୟକୁ ଲୋକପ୍ରିୟ କରାଇବାରେ ହଦିବରା ବ୍ୟବସାୟୀମାନଙ୍କର ଭୂମିକାକୁ ପ୍ରଶଂସା କରିଥିଲେ । ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ ଶ୍ରୀ ଦତ୍ତାତ୍ରୟ ଭାଉସାହେବ ଶିନ୍ଦେ କହିଥିଲେ, ରୌପ୍ୟ ନଗରି କଟକ ସହରର ଅନ୍ୟତମ ପରିଚୟ ହେଉଛି ଦହିବରା ଆଳୁଦମ । ଏଠାକାର ବାଣିଜ୍ୟ କାରବାର ସହ ବିଭିନ୍ନ ପରମ୍ପରା ତଥା ପର୍ବପର୍ବାଣୀ ପାଳନ ହୋଇଆସୁଥିବା ବେଳେ ଗତବର୍ଷ ଠାରୁ ମାର୍ଚ୍ଚ ୧ତରିଖକୁ ଦହିବରା ଆଳୁଦମ୍ ଦିବସ ଭାବେ ପାଳିତ ହୋଇ ନୂତନ ପରମ୍ପରା ସୃଷ୍ଟି କରିପାରିଛି ବୋଲି ଜିଲ୍ଲାପାଳ ଏହି ଅବସରରେ କହିଛନ୍ତି । କାର୍ଯ୍ୟକ୍ରମ ଅବସରରେ ବରିଷ୍ଠ ଅଭିନେତା ଶ୍ରୀତମ ଦାସ, ଅରିନ୍ଦମ ଦାସ ପ୍ରମୁଖ ଉପସ୍ଥିତ ଥିଲେ ।
ଆଜି ଅନୁଷ୍ଠିତ ହହିବରା ଉତ୍ସବରେ କଟର ବିଭିନ୍ନ ଦହିବରା

ବ୍ୟବସାୟୀ ଓ ସ୍ୱୟଂ ସହାୟକ ଗୋଷ୍ଠୀର ମହିଳାମାନେ ଯୋଗ ଦେଇ ଷ୍ଟଲମାନ ଖୋଲିଥିଲେ । ଜିଲ୍ଲା ପ୍ରଶାସନ ପକ୍ଷରୁ ଅଂଶଗ୍ରହକାରୀ ଦହିବରା ବ୍ୟବସାୟୀ ଓ ଫୁଡ଼ ବ୍ଲଗରମାନଙ୍କୁ ଅତିଥିମାନଙ୍କ ଦ୍ଵାରା ପ୍ରୋତ୍ସାହନ ପୂର୍ବକ ସମ୍ବର୍ଦ୍ଧିତ କରାଯାଇ ଥିଲା। ଦହିବରା ଦିବସର ନୋଡାଲ ଅଧିକାରୀ ଅତିରିକ୍ତ ଜିଲ୍ଲାପାଳ ଡଃ. ଇପ୍‌ସିତା ପ୍ରିୟଦର୍ଶିନୀ ମିଶ୍ରଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ସମସ୍ତ କାର୍ଯ୍ୟ ସମ୍ପାଦିତ ହୋଇଥିଲା ।
 ଜିଲ୍ଲା ସଂସ୍କୃତି ଅଧିକାରୀ ଶ୍ରୀ ନଳିନୀକାନ୍ତ ସାହୁ ଓ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମସ୍ତ ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ରହି କାର୍ଯ୍ୟକ୍ରମର ସଫଳ ଆୟୋଜନ ନିମନ୍ତେ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   15-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   15-Aug-2026
  ଜିଲ୍ଲା  
*ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   15-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   15-Aug-2026
  ଜିଲ୍ଲା  
ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   15-Aug-2026
  ଜିଲ୍ଲା  
ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   15-Aug-2026
  ଜିଲ୍ଲା  
କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ରାଜ୍ୟ  
ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   15-Aug-2026
  ଜିଲ୍ଲା  
ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ   15-Aug-2026

You Might Also Like