-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||     

HOME   ରାଜ୍ୟ

ହୃଦୟକୁ ହୃଦୟର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

04-Mar-2026



ବାଲିଗୁଡା(ସୁଶୀଳ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ ରଙ୍ଗର ପର୍ବ ହୋଲି ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖିବାକୁ ମିଳିଥିଲା l ରଙ୍ଗ, ଅବିର ଧରି ସେଲିବ୍ରେସନରେ ମାତିଥିଲେ ପିଲାଠୁ ବୁଢ଼ା ଓ ଯୁବକଯୁବତୀ ଏବଂ ମହିଳା। ସାଧାରଣ ଲୋକଙ୍କ ଠାରୁ ଆରମ୍ଭ କରି ରାଜନେତା। ମତୁଆଲା ହୋଇଥିଲେ ସମସ୍ତେ, କିଛି ସମୟ ପାଇଁ ରଙ୍ଗୀନ ହୋଇ ଯାଇଥିଲା ସମଗ୍ର ପରିବେଶ। ଜାତି, ଧର୍ମ,

ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ଦିନ ତମାମ ରଙ୍ଗ ଖେଳିଥିଲେ। ଫଗୁଣର ଫଗୁରେ ଭିଜି ପରସ୍ପରକୁ ରଙ୍ଗ ଲଗାଇବା ସହ ହୋଲି ଶୁଭେଚ୍ଛା ବାଣ୍ଟି ନାଚଗୀତରେ ମସଗୁଲ୍ ହୋଇଥିଲେ। ହୋଲିରେ ସ୍ଥାନୀୟ ଶ୍ରୀ ଜଗନ୍ନାଥ ମନ୍ଦିର ଓ ରାଧାକୃଷ୍ଣ ମନ୍ଦିର ତରଫରୁ ରାଧା ଦାମୋଦରଙ୍କୁ ସୁସଜ୍ଜିତ ବିମାନରେ ବସାଇ ଗାଁ ପରିକ୍ରମା କରାଇ ରଙ୍ଗ ଖେଳରେ ମାତି ଥିବା ଦେଖିବାକୁ ମିଳିଥିଲା। ହୋଲିରେ ଶତ୍ରୁ ବି ଶତ୍ରୁତାକୁ ଭୁଲିଯାଏ। ସେଥିପାଇଁ ସମସ୍ତେ ରଙ୍ଗ ଲଗାଇଲା ବେଳେ ବୁରା ନା ମାନୋ ହୋଲି ହୈ...ବୋଲି କହୁଥିବାର ଦେଖିବାକୁ ମିଳିଥିଲା l ବର୍ଷକୁ ଥରେ ମାତ୍ର ହୋଲି ପର୍ବ ଆସୁଥିବାରୁ ସମସ୍ତେ ଧୁମ୍ ଧାମ ରେ ହୋଲି ଉତ୍ସବକୁ ପାଳନ କରିବାକୁ ଅପେକ୍ଷା କରିଥାନ୍ତି। ପ୍ରତିବର୍ଷ ପରି ଚଳିତ ବର୍ଷ ମଧ୍ୟ ଅଞ୍ଚଳର ବିଭିନ୍ନ ସଂଗଠନର ସଦସ୍ୟ ମାନେ ପ୍ରତ୍ୟୁଷ ରେ ଶ୍ରୀ ଜଗନ୍ନାଥ ମନ୍ଦିରରେ ଉପସ୍ଥିତ ରହି ସମୂହ ଦୀପ ଦାନ କରିବା ସହିତ ମହାପ୍ରଭୁଙ୍କ ଠାରେ ପୂଜା ଅର୍ଚ୍ଚନା ପୂର୍ବକ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଅବିର ଲାଗି ପାଇଁ ସମର୍ପଣ କରିଥିଲେ l ସନ୍ଧ୍ୟାରେ ସନ୍ଧ୍ୟା ଆଳତୀ ଦର୍ଶନ ଓ ଭଜନ କୀର୍ତ୍ତନରେ ସାମିଲ ହେବା ସହିତ ମନ୍ଦିର ସମ୍ମୁଖରେ ରଙ୍ଗ ଅବିର ପରସ୍ପରକୁ ବୋଳି ସମ୍ମାନ ଓ ଶୁଭେଚ୍ଛା ଜ୍ଞାପନ କରିଥିବା ଦେଖିବାକୁ ମିଳିଥିଲା l ଆମ ସମାଜରେ ଥିବା

ଅପସଂସ୍କୃତି ଓ ଅପକାର୍ଯ୍ୟରୁ ଦୁରେଇ ରହିବା ସହିତ ଆମ ସମାଜର ପୂର୍ବ ଗୌରବକୁ ଫେରାଇ ଆଣିବା ହୋଲି ପର୍ବର ମୁଖ୍ୟ ଲକ୍ଷ୍ୟ। ରଙ୍ଗ ହେଉଛି ପ୍ରେମ ଓ ପବିତ୍ରତାର ଶ୍ରେଷ୍ଠ ପ୍ରତୀକ ବୋଲି ଜନ ମାନସରେ ବିଶ୍ବାସ ରହିଛି। ବିଶେଷ କରି କହିବାକୁ ଗଲେ ହୋଲି କେବଳ ରଙ୍ଗ ଖେଳିବା ନୁହେଁ ବରଂ ହୃଦୟକୁ ହୃଦୟ ସହ ଯୋଡିବାର ଏକ ପବିତ୍ର ପରମ୍ପରା ବୋଲି ଅଞ୍ଚଳ ର ବିଭିନ୍ନ ସ୍ବେଛାସେବୀ ଅନୁଷ୍ଠାନ, ସାଂସ୍କୃତିକ ଅନୁଷ୍ଠାନର ସଦସ୍ୟ ମାନେ ନିଜ ନିଜର ବକ୍ତବ୍ୟ ରଖିଥିଲେ। ଅନ୍ୟପେଟ ଏହି ହୋଲି ପର୍ବ ଅବସରରେ ଅଘଟଣ ଆଶଙ୍କା ରେ ଅଞ୍ଚଳର ସମସ୍ତ ପୋଲିସ ବିଭାଗ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଇଛି। ଯେପରି କୌଣସି ଅଘଟଣ ନଘଟିବ, ସେଥିଲାଗି ସମ୍ବେଦନଶୀଳ ସ୍ଥାନ ମାନଙ୍କରେ ବ୍ଲକିଂ-ଚେକିଂ କରିବା ସହ କଡାକଡି ପାଟ୍ରୋଲିଂ ବ୍ୟବସ୍ଥା ଗ୍ରହଣ କରାଯାଇ ଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   14-Aug-2026
  ଜିଲ୍ଲା  
ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   14-Aug-2026
  ଜିଲ୍ଲା  
ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   14-Aug-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର   14-Aug-2026
  ଜିଲ୍ଲା  
ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   14-Aug-2026
  ଜିଲ୍ଲା  
ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   14-Aug-2026
  ଜିଲ୍ଲା  
ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା   14-Aug-2026
  ଜିଲ୍ଲା  
ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   14-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026

You Might Also Like