-+91-9937148622 |

prerana_bgr@rediffmail.com |

  Friday 14th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||     

HOME   ଜିଲ୍ଲା

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

05-Mar-2026



ଭୁବନେଶ୍ୱର(ପ୍ରେରଣା ଖବର): ଆଧୁନିକ ଓଡ଼ିଶାର ଅନ୍ୟତମ ନିର୍ମାତା ତଥା ଓଡ଼ିଆ ସ୍ୱାଭିମାନର ପ୍ରତୀକ ବିଜୁବାବୁ ଜଣେ କିମ୍ବଦନ୍ତୀ ପୁରୁଷ । ସ୍ୱତନ୍ତ୍ରତା ଓ ସଫଳତାପୂର୍ଣ୍ଣ ବୈପ୍ଳବିକ ଜୀବନଶୈଳୀ ଦ୍ୱାରା ଉତ୍କଳ ଜନନୀର ‘ବୀରପ୍ରସବିନୀ’ ନାମକୁ ସେ ଯଥାର୍ଥରେ ପ୍ରତିପାଦିତ କରିପାରିଛନ୍ତି । ଜାତିର ମୁକ୍ତିଦାତା ସାଜି ଧରାପୃଷ୍ଠରେ ଅବତରଣ କରିଥିବା ଏହି ଯଶସ୍ୱୀ ଯୋଗଜନ୍ମା । ତାଙ୍କ ଜୀବଦ୍ଦଶାରେ ସେବା, ତ୍ୟାଗ, ପରୋପକାର ଓ ନିଷ୍ଠା ପରି ମାନବୀୟ ଗୁଣଗୁଡ଼ିକ ସେ ଆପଣାର କରିପାରିଥିଲେ । ଅପର ପକ୍ଷରେ ତାଙ୍କ ଭିତରେ ଦୁଃସାହସିକତା ତଥା ନିର୍ଭୀକତା ପରି ତେଜୋଦୀପ୍ତ ଗୁଣାବଳୀର ସମାହାର ସହଜାତ ଥିଲା । ଏହି ସ୍ୱାଧୀନତା ସଂଗ୍ରାମୀ, ଦୁଃସାହସିକ ବୈମାନିକ, ଲୋକପି୍ରୟ ରାଜନୀତିଜ୍ଞ ଓ ସମାଜସେବକ ଭାବରେ ନିଜ ଭୂମିକାର ସଫଳ ସଂପାଦନ କରିବା ସହିତ ସୁପ୍ତ ଓଡ଼ିଆ ମନରେ ଜାତିପ୍ରେମର ବହ୍ନି ପ୍ରଜ୍ୱଳନ କରିବାରେ ସକ୍ଷମ ହୋଇପାରିଥିଲେ । ନିଜ ସମୟର ଓଡ଼ିଶାକୁ ଅତୀତର କଳିଙ୍ଗ ଓ ନିଜକୁ ଖାରବେଳଙ୍କ ଦାୟାଦ ରୂପେ ପରିଚୟ ପ୍ରଦାନ କରି ଏକ ସମୃଦ୍ଧ ଓଡ଼ିଶା ଗଠନ ନିମନ୍ତେ ସେ ସର୍ବଦା ଚେଷ୍ଟାରତ ଥିଲେ । ବାସ୍ତବରେ ଓଡ଼ିଆ ଜାତିର ଦୁଃଖଦୁର୍ଦ୍ଦଶା ସେ ସହ୍ୟ କରିପାରୁ ନଥିଲେ । ମାଟିର ମୂର୍ତ୍ତିକାର ଓ ଝଡ଼ର ଇଗଲ ଏହି ଉତ୍ତୁଙ୍ଗ ବ୍ୟକ୍ତିତ୍ୱ ତଥା ଆଦର୍ଶ ପୁରୁଷଙ୍କ ଜୀବନୀ ଏକ ଇତିହାସ ସଦୃଶ । 

ଆଜି ବିଧାନସଭା ପରିସରରେ ପ୍ରବାଦପୁରୁଷ ମହାନ ଜନନାୟକ ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ୧୧୦ତମ ଜୟନ୍ତୀ ଉତ୍ସବ ବିଧାନସଭା ପରିସରରେ ପାଳିତ ହୋଇଯାଇଛି । ଏହି ଅବସରରେ ଯୋଗଦେଇ ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ, ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା, ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡା. କୃଷ୍ଣ ଚନ୍ଦ୍ର ମହାପାତ୍ର, ମୁଖ୍ୟ ସଚେତକ ଶ୍ରୀ ସରୋଜ ପ୍ରଧାନ, ଉପମୁଖ୍ୟ ସଚେତକ ଶ୍ରୀ ଗୋବିନ୍ଦ ଚନ୍ଦ୍ର ଦାସ, ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ଶ୍ରୀ ପ୍ରସନ୍ନ ଆଚାର୍ଯ୍ୟ, ବିଧାୟକ ଶ୍ରୀ ବାବୁ ସିଂ, ଶ୍ରୀମତୀ ପ୍ରମିଳା ମଲ୍ଲିକ, ଶ୍ରୀ ଭାସ୍କର ଚନ୍ଦ୍ର ମଢ଼େଇ, ଶ୍ରୀ ସରୋଜ ପାଢ଼ୀ, ଶ୍ରୀ ପ୍ରତାପ ଚନ୍ଦ୍ର ନାୟକ, ପୂର୍ବତନ ବିଧାୟକ ଶ୍ରୀ ଅରବିନ୍ଦ ଢାଲି, ଶ୍ରୀ ପ୍ରିୟଦର୍ଶୀ ମିଶ୍ର, ସୂଚନା ଓ ଲୋକସମ୍ପର୍କ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ହେମନ୍ତ ଶର୍ମା, ବିଧାନସଭାର ସଚିବ ଶ୍ରୀ ସତ୍ୟବ୍ରତ ରାଉତ, ସୂଚନା ଓ ଲୋକସମ୍ପର୍କ ବିଭାଗ ନିର୍ଦ୍ଦେଶକ ଶ୍ରୀ ଅନୁଜ କୁମାର ଦାସପଟ୍ଟନାୟକ, ଉତ୍କଳ ସମ୍ମିଳନୀର ବରିଷ୍ଠ କର୍ମକର୍ତ୍ତାଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ପ୍ରମୁଖ ଉପସ୍ଥିତ ରହି ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପାର୍ଘ୍ୟ ପ୍ରଦାନ ପୂର୍ବକ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ । 

ଶାଶ୍ୱତୀ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଦେଶାତ୍ମବୋଧକ ସଂଗୀତ ପରିବେଷିତ ହୋଇଥିଲା । ସୁଶ୍ରୀ ରୋଜାଲିନ୍‌ ସାହୁ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026
  ଜିଲ୍ଲା  
ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   13-Aug-2026
  ଜିଲ୍ଲା  
ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   13-Aug-2026
  ଜିଲ୍ଲା  
‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   13-Aug-2026
  ଜିଲ୍ଲା  
*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   13-Aug-2026
  ଜିଲ୍ଲା  
ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   13-Aug-2026
  ଜିଲ୍ଲା  
*ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   13-Aug-2026
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ   13-Aug-2026
  ଜିଲ୍ଲା  
ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   13-Aug-2026
  ଜିଲ୍ଲା  
ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   13-Aug-2026
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026

You Might Also Like