-+91-9937148622 |
prerana_bgr@rediffmail.com |
Friday 14th August 2026 |
R.N.I. Regd No. ODIODI/2010/46693
Breaking News
06-Mar-2026
ଡୁଙ୍ଗୁରିପାଲି ୫/୩: (ପ୍ରେରଣା ଖବର): ୦୫/୦୩ ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ୍ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ମାୟାବର୍ହାର ପ୍ରଧାନ ଶିକ୍ଷକ ଡ, ରବିଚନ୍ଦ୍ର ପଶାୟତଙ୍କ ମାର୍ଗଦର୍ଶନରେ ଓଡ଼ିଶା ର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ ହୋଇଯାଇଛି। ବରିଷ୍ଠ ଶିକ୍ଷକ ଦୀନବନ୍ଧୁ ପ୍ରଧାନ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ସଂସ୍କୃତ ଶିକ୍ଷକ ରାଜୁ ମେହେର ସଂଯୋଜନା କରିବା ସହ ଦିବସର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ। ଏହି ଅବସରରେ କନ୍ଦା ଗାଡ ଉଚ୍ଚ ବିଦ୍ୟାଳୟର ପୂର୍ବତନ ସାମାଜିକ ବିଜ୍ଞାନ ଶିକ୍ଷକ ସମ୍ପଦ ଖମାରୀ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଆଧୁନିକ ଓଡ଼ିଶା ଗଠନରେ ବିଜୁ ପଟ୍ଟନାୟକ ଙ୍କ ଅବଦାନ ଅତୁଳନୀୟ ବୋଲି ମତ ପ୍ରକାଶ କରିଥିଲେ । ଏହି ଅବସରରେ ଛାତ୍ରୀ ଆଭା ସାହୁ , ଆୟୁଷି ନାୟକ, ପାୟଲ ବିଶ୍ଵକର୍ମା, ପ୍ରୀତି ପ୍ରଧାନ ନିଜ ନିଜ ବକ୍ତବ୍ୟ ପ୍ରଦାନ କରିଥିଲେ। ଶେଷରେ ଶିକ୍ଷକ ଚିନ୍ମୟ କୁମାର ଦାସ ଧନ୍ୟବାଦ୍ ଅର୍ପଣ କରିଥିଲେ।
ଏହି କାର୍ଯ୍ୟକ୍ରମକୁ ସଞ୍ଜୀବ ପୂଜାରୀ, କିରଣ ପଟେଲ୍,ବିଭୀଷଣ ଖମାରୀ, ସମୀର କାଠର, ସୁରଜ୍ ଖମାରୀ, ସୋଭାଗିନି ସାହୁ,ସୂର୍ଯ୍ୟକନ୍ତୀ କାଣ୍ଡ ପ୍ରଭୁତି ସହଯୋଗ କରିଥିଲେ ।