-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||     

HOME   ଜିଲ୍ଲା

ଅନ୍ତର୍ଜାତୀୟ ମହିଳା ଦିବସରେ ବିଏମ୍ ସିର ଗଣଦୌଡ♦️ “ମହିଳାମାନଙ୍କ ଶକ୍ତି ସୁରକ୍ଷା ବଳୟରେ ପରିଣତ ହେଉ”-ବାଚସ୍ପତି

08-Mar-2026



ଭୁବନେଶ୍ୱର(ପ୍ରେରଣା ଖବର):ଭୁବନେଶ୍ୱର ମହାନଗର ନିଗମ (ବିଏମ୍ ସି) ପକ୍ଷରୁ ଆଜି ସ୍ୱଚ୍ଛତାର ବାର୍ତ୍ତା ନେଇ ଅନ୍ତର୍ଜାତୀୟ ମହିଳା ଦିବସ-୨୦୨୬ ଅବସରରେ ଏକ ଗଣ ଦୌଡ ଅନୁଷ୍ଠିତ ହୋଇଯାଇଛି । ସ୍ୱଚ୍ଛ ସର୍ବେକ୍ଷଣ ସଂପର୍କିତ ଶିକ୍ଷା, ସୂଚନା ଓ ଯୋଗାଯୋଗ (IEC) କାର୍ଯ୍ୟକ୍ରମକୁ ଏକ ନିଆରା ଢଙ୍ଗରେ ପାଳନ କରିବା ପାଇଁ ବିଏମ୍ ସି ପକ୍ଷରୁ ଆୟୋଜିତ ‘ସମ୍ପୂର୍ଣ୍ଣା’ର ପ୍ରାତଃ ଅଧିବେଶନରେ ମହିଳା ଗଣଦୌଡ ଅନୁଷ୍ଠିତ ହୋଇ ଯାଇଛି । ମାଷ୍ଟର କ୍ୟାଣ୍ଟିନ ଛକରୁ ଆରମ୍ଭ ହୋଇଥିବା ଏହି ମହିଳା ଗଣଦୌଡ ବିଏମ୍ ସି ମୁଖ୍ୟାଳୟଠାରେ ସମାପ୍ତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଓଡିଶା ବିଧାନସଭାର ମାନନୀୟା ବାଚସ୍ପତି ଶ୍ରୀମତୀ ସୁରମା ପାଢୀ ଯୋଗଦେଇଥିଲେ । ଅନ୍ୟମାନଙ୍କ ମଧ୍ୟରେ ମାନନୀୟା ମେୟର ଶ୍ରୀମତୀ ସୁଲୋନଚା ଦାସ, ଡେପୁଟି ମେୟର ଶ୍ରୀମତୀ ମଂଜୁଲତା କହଁର, କମିଶନର ଶ୍ରୀ ଚଞ୍ଚଳ ରାଣା, ଅତିରିକ୍ତ କମିଶନର ଶ୍ରୀ ରତ୍ନାକର ସାହୁ, ଶ୍ରୀମତୀ ସସ୍ମିତା ସାହୁ, ଶ୍ରୀ କୈଳାସ ଚନ୍ଦ୍ର ଦାସଙ୍କ ସମେତ ସମସ୍ତ ଷ୍ଟାଣ୍ଡିଂ କମିଟି ଅଧ୍ୟକ୍ଷା, ଅଧ୍ୟକ୍ଷ, ବହୁ କର୍ପୋରେଟର ମଂଚାସୀନ ଥିଲେ । 

ଏହି ଗଣ ଦୌଡରେ ୬୦୦ରୁ ଅଧିକ ମହିଳା ସ୍ୱୟଂସହାୟକ ଗୋଷ୍ଠୀର ସଦସ୍ୟା, ସ୍ୱଚ୍ଛସାଥୀ, ସ୍ୱଚ୍ଛ କର୍ମୀ, ବିଭିନ୍ନ ସ୍ୱେଚ୍ଛାସେବୀ ସଂଗଠନର ସଦସ୍ୟା, ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ସମେତ ବିଭିନ୍ନ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରୀମାନେ ସାମିଲ ହୋଇଥିଲେ ।  

ମହିଳାମାନଙ୍କର ଶକ୍ତି ସୁରକ୍ଷା ବଳୟରେ ପରିଣତ ହେଉ । ସମସ୍ତେ ସୁରକ୍ଷିତ ରହି ବିକାଶର ମଙ୍ଗ ଧରନ୍ତୁ ବୋଲି ଏହି ଅବସରରେ ମାନନୀୟା ବାଚସ୍ପତି ଶ୍ରୀମତୀ ପାଢୀ କହିଛନ୍ତି । 

ଭୁବନେଶ୍ୱରକୁ ସ୍ୱଚ୍ଛ ରଖିବାରେ ମହିଳାମାନେ ପ୍ରମୁଖ ଭୂମିକା ଗ୍ରହଣ କରିଛନ୍ତି । ସେହିମାନଙ୍କ କଠୋର ପରିଶ୍ରମ ପାଇଁ ଭୁବନେଶ୍ୱର ଆଜି ସମଗ୍ର ଦେଶରେ ନବମ ସ୍ଥାନରେ ରହିଛି । ସେହିମାନଙ୍କ ପାଇଁ ଆମେ ଆଜି ସୁସ୍ଥ ଓ ସ୍ୱଚ୍ଛ ରହିପାରିଛେ ବୋଲି କହିଛନ୍ତି ମାନନୀୟା ମେୟର ଶ୍ରୀମତୀ ଦାସ । ପରମ୍ପରା ଓ ସଂସ୍କୃତିଠାରୁ ଆରମ୍ଭ କରି ଆଧୁନିକତାର ଶୀର୍ଷ ପର୍ଯ୍ୟନ୍ତ ସ୍ୱଚ୍ଛତାର ମଙ୍ଗ ଧରିଛନ୍ତି ମହିଳା । ଚଳିତ ସ୍ୱଚ୍ଛ ସର୍ବେକ୍ଷଣରେ ଭୁବନେଶ୍ୱରସକୁ ଏକ ନମ୍ବର ସହର ଭାବେ ପ୍ରତିଷ୍ଠିତ କରିବା ପାଇଁ ମହିଳାମାନେ ମହିଳାମାନେ ମୁଖ୍ୟ ଭୂମିକା ଗ୍ରହଣ କରିବା ପାଇଁ ଅନୁରୋଧ କରିଛନ୍ତି ମାନନୀୟା ମେୟର । 

ଏହି ସମସ୍ତ କାର୍ଯ୍ୟକ୍ରମର ସଂଯୋଜନା କରିଥିଲେ ଅତିରିକ୍ତ କମିଶନର ଶ୍ରୀ ରତ୍ନାକର ସାହୁ ଓ ଶ୍ରୀ କୈଳାସ ଚନ୍ଦ୍ର ଦାସ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026

You Might Also Like