-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||     

HOME   ଜିଲ୍ଲା

ନାଗରିକ ବିକାଶ ସଂଗଠନ କଳାହାଣ୍ଡି ଜିଲ୍ଲା ତରଫରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ।

09-Mar-2026



କଳାହାଣ୍ଡି(ତ୍ରିନାଥ ବେଶ୍ରା )
ଆତ୍ମ ଶକ୍ତି ଟ୍ରଷ୍ଟର ରାଜ୍ୟ ସ୍ତରୀୟ ମହିଳା ଶ୍ରମଜୀବୀ ମଞ୍ଚ, ଓଡ଼ିଶା ଏବଂ ଓଡ଼ିଶା ଶ୍ରମଜୀବୀ ମଞ୍ଚର ଅନୁବନ୍ଧିତ ଜିଲ୍ଲା ସ୍ତରୀୟ ନାଗରିକ ବିକାଶ ସଂଗଠନ ଦ୍ୱାରା କଳାହାଣ୍ଡି ଜିଲ୍ଲାର ବିଭିନ୍ନ ବ୍ଲକରେ ଆନ୍ତର୍ଜାତୀୟ ମହିଳା ଦିବସ ବହୁ ଆଡ଼ମ୍ବରର ସହକାରେ ପାଳନ କରାଯାଇଛି। କୋକସରା, ଭବାନୀପାଟଣା, ଜୁନାଗଡ଼, ନର୍ଲା, ଲାଞ୍ଜିଗଡ଼, କେସିଙ୍ଗା, ମଦନ ରାମପୁର ଓ ଥୁଆମୂଳ ରାମପୁର ବ୍ଲକରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏହି ଅବସରରେ ଆଜି କୋକସରା ବ୍ଲକ ଅନ୍ତର୍ଗତ ଖୁଣ୍ଟିଆ ଗ୍ରାମରେ ଏକ ବିଶେଷ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ସ୍ଥାନୀୟ ଖୁଣ୍ଟିଆ ଗ୍ରାମ ପଞ୍ଚାୟତର ସରପଞ୍ଚ ମାଧବୀ ଧରୁଆ ମୁଖ୍ୟ ଅତିଥି ଭାବରେ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦ୍ଘାଟନ କରିଥିଲେ। ଏହି କାର୍ଯ୍ୟକ୍ରମରେ କମ୍ୟୁନିଟି ହେଲଥ୍ ଅଫିସର (CHO), ସହାୟିକା ନର୍ସ ମିଡୱାଇଫ୍ (ANM), ସ୍ଥାନୀୟ ବିଦ୍ୟାଳୟର ସହକାରୀ ଶିକ୍ଷକ, ଅଙ୍ଗନବାଡ଼ି କର୍ମୀ ଏବଂ ଆଶା କର୍ମୀମାନେ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସଫଳ କରିଥିଲେ।
କମ୍ୟୁନିଟି ସପୋର୍ଟ ଷ୍ଟାଫଙ୍କ ନେତୃତ୍ୱରେ ବିଭିନ୍ନ ଗ୍ରାମର ଶତାଧିକ ମହିଳା ଏହି କାର୍ଯ୍ୟକ୍ରମରେ ଭାଗ ନେଇଥିଲେ।

ଏହି ଅବସରରେ ଭାରତ ତଥା ଓଡ଼ିଶାର ମହୀୟସୀ ମହିଳା ନେତ୍ରୀ ସାବିତ୍ରୀ ବାଇ ଫୁଲେ, ରାଣୀ ଲକ୍ଷ୍ମୀବାଈ, ମଦର ଟେରେସା, ସରୋଜିନୀ ନାଇଡୁ ପ୍ରମୁଖଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇ ସେମାନଙ୍କ ଜୀବନୀ ଓ ସଫଳତା ଉପରେ ଆଲୋଚନା କରାଯାଇଥିଲା।
ପରବର୍ତ୍ତୀ ସମୟରେ ଗ୍ରାମ ପରିକ୍ରମା କରି "ନାରୀ ଶକ୍ତି, ରାଷ୍ଟ୍ରର ଶକ୍ତି", "ଶିକ୍ଷିତ ନାରୀ, ଉନ୍ନତ ସମାଜ" ପରି ନାରା ସବଳରେ ଉଚ୍ଚାରଣ କରି ମହିଳା ସଶକ୍ତିକରଣ ଏବଂ ମହିଳାଙ୍କ ଅଧିକାର ସମ୍ପର୍କରେ ସଚେତନତା ସୃଷ୍ଟି କରାଯାଇଥିଲା। ମହିଳା ଦିବସର ଏହି ବାର୍ତ୍ତା ଗ୍ରାମବାସୀଙ୍କ ନିକଟରେ ପହଞ୍ଚାଯାଇଥିଲା।
ଏହି ଅଭିନବ ଶୈଳୀରେ ପାଳିତ କାର୍ଯ୍ୟକ୍ରମ ଶେଷରେ ଉପସ୍ଥିତ ସମସ୍ତ    ମହିଳା ଏବଂ ଅତିଥିମାନଙ୍କ ମଧ୍ୟରେ ମିଷ୍ଟାନ୍ନ ବଣ୍ଟନ କରାଯାଇଥିଲା। ଏହି ସମଗ୍ର କାର୍ଯ୍ୟକ୍ରମକୁ ସଫଳ କରିବାରେ ଉର୍ମି ଲିଡର ବୀଣାପାଣି ସୁନାନୀ, ପ୍ରେମଶିଳା ପାଣିଗ୍ରାହୀ, ସଂଗଠନର ଜିଲ୍ଲା ସଂଯୋଜକ ଅନିଲ କୁମାର ଦାସ, ଉମେନ୍ ଫେଡରାସନ କଲ୍ୟାଣୀ ଦାସ ବ୍ଲକ୍ ସଂଯୋଜକ ଉପେନ୍ଦ୍ର ସୁନାନୀ, ବାବୁଲାଲ ତାଣ୍ଡି, ମଧୁସୂଦନ ନାୟକ,ଏବଂ ଜନସାଥୀ ତ୍ରିନାଥ ବେଶ୍ରା, ଅନିଲ ନାଗ, ପବିତ୍ର ନାୟକ, ସୀମନ୍ତିନି ବାରିକ, ଅହଲ୍ୟା ସାହୁ ,ମୁକ୍ତା ଠାକୁର, ରୁକୁଣି ହାତୀ, ଯୋଗେଶ୍ୱର ନାୟକ, ଟଙ୍କେଶ୍ୱର, ସୁଦର୍ଶନ ସନ୍ତୋଷ ବାରିକ, ଜ୍ୟୋତି ସେନାପତି, ନୌକେସି ସାହୁ, ପିତାମ୍ବର ଗୌଡ, ଧନଂଜୟ ହରପାଲ୍ ସକ୍ରିୟ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026

You Might Also Like