-+91-9937148622 |
prerana_bgr@rediffmail.com |
Monday 9th March 2026 |
R.N.I. Regd No. ODIODI/2010/46693
Breaking News
09-Mar-2026
ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
ସୁବର୍ଣ୍ଣପୁର ଜିଲ୍ଲାର ତରଭା ବ୍ଲକ୍ ର ମୋରାଡୁଗୁଛା ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟରେ ଜିଲ୍ଲାପାଳ ଡ଼. ନୃପରାଜ ସାହୁ ଏବଂ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ନାରାୟଣ ନାୟକଙ୍କ ଉପସ୍ଥିତିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି ।
ଏହି ଜନ ଶୁଣାଣିରେ ମୋଟ ୩୨ଟି ଅଭିଯୋଗ ଦରଖାସ୍ତ ପଞ୍ଜୀକୃତ ହୋଇଥିଲା l ତନ୍ମଧ୍ୟରୁ ୨୧ଟି ବ୍ୟକ୍ତିଗତ ସମସ୍ୟା ସମ୍ବନ୍ଧୀୟ ଏବଂ ୧୧ଟି ସାମୁହିକ ସମସ୍ୟା ସମ୍ବନ୍ଧୀୟ ଅଭିଯୋଗ ହସ୍ଥଗତ ହୋଇଥିଲା। ଜିଲ୍ଲାପାଳ ଏ ସମ୍ବନ୍ଧୀୟ ଅଧିକାରୀ ମାନଙ୍କୁ ସମୟ ସୀମା ଭିତରେ ଅଭିଯୋଗ ଗୁଡ଼ିକର ସମାଧାନ ସୁନିଶ୍ଚିତ କରିବାକୁ ନିର୍ଦ୍ଦେଶ ଦେଇଥିଲେ।
ଏହି ଅବସରରେ ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ଅଶ୍ୱିନୀ ମେହେର, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ଶ୍ରୀ ରାଜେନ୍ଦ୍ର ମାଝୀ, ଉପଜିଲ୍ଲାପାଳ, ସୋନପୁର, ଡ. ସୌମ୍ୟାରୂପା ରଥ, ତରଭା ବ୍ଲକ୍ର ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶିବାନନ୍ଦ କର୍ମୀ, ତହସିଲଦାର ତରଭା ସ୍ଵେତାଲିନା ମହାନା, ଜିଲ୍ଲାର ଡେପୁଟି କଲେକ୍ଟରଏବଂ ଅଭିଯୋଗ ପ୍ରକୋଷ୍ଠ ଅଧିକାରୀ ସୁଶ୍ରୀ ପ୍ରିୟଦର୍ଶିନୀ ସାହୁ ସହ ବିଭିନ୍ନ ବିଭାଗର ଅଧିକାରୀମାନେ ଉପସ୍ଥିତ ରହି ଅଭିଯୋଗ ଗୁଡ଼ିକର ଶୁଣାଣି କରିଥିଲେ। ଏସ ଡି ପି ଆର ଓ ପ୍ରୀତି ସୁନା ଙ୍କ ସମେତ ବ୍ଲକ ସ୍ତରୀୟ ସମସ୍ତ ସାମ୍ୱାଦିକ ଉପସ୍ଥିତ ଥିଲେ l