-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||     

HOME   ଜିଲ୍ଲା

ବରପାଲି ସରସ୍ବତୀ ମହିଳା ସଂଘ ପକ୍ଷରୁ ବିଶ୍ଵ ମହିଳା ଦିବସ ପାଳିତ

09-Mar-2026



ବରପାଲି:  (ସୁଦାମ ଦୀପ) 
ବରପାଲି ସରସ୍ଵତୀ ମହିଳାସଂଘ ଠାରେ ବିଶ୍ଵ ମହିଳା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଏଚ୍‌ଇଟିସିର ଏଆଇଏସ ଡବ୍ଲ୍ୟୁଆଇସି ଭାବରେ କାର୍ଯ୍ୟରତ ଶ୍ରୀମତୀ ସାଗରୀକା ସ୍ୱାଇଁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ସଦସ୍ୟା ନିବେଦିତା ସ୍ୱାଇଁଙ୍କ ସଂଯୋଜନାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଉପସଭାପତି ଘରଜୁଗୀ ଗଡ଼ତିଆ ତାଙ୍କ ଅଭିଭାଷଣରେ ଶିକ୍ଷାର ପ୍ରସାରରେ ନାରୀର ସଂଘର୍ଷମୟ ଇତିହାସକୁ ଉପସ୍ଥାପନ କରିବା ସହ ସଂପ୍ରତି ଶିକ୍ଷା ଦିଗରେ ନାରୀର ଗୁରୁତ୍ବପୂର୍ଣ୍ଣ ଭୂମିକା ସଂପର୍କରେ ଆଲୋଚନା କରିଥିଲେ ।  ସମ୍ପାଦିକା ସୁନିତା ମୁଣ୍ଡ ବର୍ତ୍ତମାନ ସମାଜରେ ଚାଲିଥିବା କୁସଂସ୍କାର ଓ  ମଣିଷର ମୃତ୍ୟୁପରେ ଚାଲିଥିବା ଆଡମ୍ବର ତଥା ପ୍ରହସନମୂଳକ ପ୍ରଥା, ପ୍ରାକ୍ ବିବାହ ସୁଟିଂ ପରମ୍ପରା ଭଳି କିଛି କାର୍ଯ୍ୟରେ ସଂସ୍କାର ଆଣିବାକୁ ନାରୀମାନଙ୍କୁ ଆହ୍ବାନ କରିଥିଲେ ।ବାନ୍ଧକଳାରେ ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ସୁକାନ୍ତି ମେହେର ମହିଳାମାନେ ସମାଜରେ କିପରି ନିଜ ପରିଚୟ ସୃଷ୍ଟି କରିପାରିବେ, ସେ ବିଷୟରେ ମାର୍ଗଦର୍ଶନ କରିଥିଲେ । ମୁଖ୍ୟ ଅତିଥି ନିଜ ଅଭିଭାଷଣରେ ମହିଳାମାନଙ୍କ ପାଇଁ ମିଳୁଥିବା ସରକାରୀ ଯୋଜନା ସଂପର୍କରେ ଆଲୋଚନା କରି ଭ୍ରୁଣ ହତ୍ୟା ରୋକିବାକୁ ଆହ୍ୱାନ କରିଥିଲେ । ଏହି ଅବସରରେ କବୟିତ୍ରୀ ସୌଦାମିନୀ ଖଟୁଆଙ୍କ ରଚିତ “ମାନସ କଲ୍ଲୋଳ” ପୁସ୍ତିକା ଉନ୍ମୋଚିତ ହୋଇଥିଲା । ନାରୀ ସମାଜରେ ଉଦାହରଣ ସୃଷ୍ଟି କରି ଶ୍ରବଣ ଓ କଥନ ଶକ୍ତିହୀନ ହୋଇଥିବା ସତ୍ତ୍ୱେ ମଧ୍ୟ ଏକ ବୃତ୍ତିମୂଳକ ପ୍ରଶିକ୍ଷଣ କେନ୍ଦ୍ରର ସୁପରିଚାଳନା ପାଇଁ ନୂତନ ପଧାନ ଓ ଶ୍ରୀମଦ ଭଗବତ ଗୀତାକୁ କଣ୍ଠସ୍ଥ କରିଥିବା ବାବୁପାଲିର ସୌଦାମିନୀ ଦାଶଙ୍କୁ ସମ୍ମାନିତ କରାଯାଇଥିଲା । ଗୋପୀନାଥ ମନ୍ଦିରର ଗୀତାସେବୀଗଣ ୧୫ଅଧ୍ୟାୟ ଗୀତା ପାଠ କରିଥିଲେ । ଗୀତା ପାଠ ଦ୍ବାରା ଦିନ ଚର୍ଯ୍ୟାରେ ସକାରାତ୍ମକ ପରିବର୍ତ୍ତନ ଆଣିଥାଏ - ଏହାକୁ ନେଇ ଗୀତାସେବୀମାନେ ନିଜ ଅନୁଭବରୁ ମତବ୍ୟକ୍ତ କରିଥିଲେ । ଏହି କାର୍ଯ୍ୟକ୍ରମରେ ପୁଷ୍ପା ତ୍ରିପାଠୀ, ରୀନା ଦେବତା, ବେଦମତୀ ପରିଡା, ସଞ୍ଜୁ ବେହେରା , ଅନୁପମା ପଧାନ ଆଦି ସଦସ୍ୟାଗଣଙ୍କ ସହ ସଂଘର କର୍ମକର୍ତ୍ତା ନୂତନ ପଧାନ , ସୁନିତା କୁମ୍ଭାର ଓ ସ୍ପେସିଆଲ ଏଡୁକେଟର ବିବେଶିଖା ଯୋଗ ଦେଇ କାର୍ଯ୍ୟକ୍ରମକୁ ସୂଚାରୁରୂପେ ସଂପାଦନ କରିଥିଲେ  । ପରିଶେଷରେ ସଂଘର ସଭାପତି ଲୀଳାବତୀ ତ୍ରିପାଠୀ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026

You Might Also Like