-+91-9937148622 |
prerana_bgr@rediffmail.com |
Tuesday 11th August 2026 |
R.N.I. Regd No. ODIODI/2010/46693
Breaking News
11-Mar-2026
(ଡୋଲେଶ୍ୱର ବାଗ )
ନୂଆପଡ଼ା ଜିଲ୍ଲା ସଦର ମହକୁମା ସ୍ଥିତ ନେସନାଲ କଲେଜ୍ ପଡିଆ ରେ ସୁଭଦ୍ରା ଶକ୍ତି ମେଳା ଜିଲ୍ଲା ପରିଷଦ ଅଧ୍ୟକ୍ଷା ଡଲି ମାଝୀ ମୁଖ୍ୟ ଅତିଥି ରୂପେ ଯୋଗ ଦେଇ ଆନୁଷ୍ଠାନିକ ଭାବରେ ଉଦ୍ଘାଟନ କରିଛନ୍ତି। ଅତିଥି ମାନେ ଯୋଗ ଦେଇ ସୁଭଦ୍ରା ଶକ୍ତି ମେଳା ଉନ୍ନୟନ ଷ୍ଟଲ ପରିଦର୍ଶନ କରିଥିଲେ। ସଂସ୍କୃତିକ ସନ୍ଧ୍ୟା ରେ ଜିଲ୍ଲାପାଳ ନୂଆପଡ଼ା ମଧୁସୂଦନ ଦାଶ ଅଧ୍ୟକ୍ଷତା କରିଥିବା ବେଳେ ଅତିଥି ରୂପେ ଜିଲ୍ଲା ପରିଷଦ ସଭ୍ୟା ଉମା ଠାକୁର, ନୂଆପଡ଼ା ବ୍ଲକ୍ ଅଧ୍ୟକ୍ଷା ତାରେଶ୍ୱରୀ ସାହୁ, ଖରୀଆର ରୋଡ ଅଧ୍ୟକ୍ଷା ଡଃ ସୋନିଆ ଜୈନ୍, ବନଖଣ୍ଡ ଅଧିକାରୀ ଅଜିଜ ଖାନ, ଏସପି ଅମୃତପାଲ ସିଂ, ଯୋଗ ଦେଇଥିଲେ। ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ବିଦ୍ୟାପତି ପଣ୍ଡା ଧନ୍ୟବାଦ ଦେଇଥିଲେ।