-+91-9937148622 |

prerana_bgr@rediffmail.com |

  Sunday 9th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||      ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   (08-Aug-2026)       ||      ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   (08-Aug-2026)       ||      *ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   (08-Aug-2026)       ||      ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   (08-Aug-2026)       ||      କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   (08-Aug-2026)       ||      ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ   (08-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲର ଉଦ୍‌ଘାଟନି ଉତ୍ସବ   (08-Aug-2026)       ||      ଛତିଶଗଡ଼ର ମାନ୍ୟବର ରାଜ୍ୟପାଳ ଶ୍ରୀ ରାମେନ ଡେକାଙ୍କ ସମ୍ବଲପୁର ଗସ୍ତ: ମା’ ସମଲେଶ୍ୱରୀ ମନ୍ଦିର , ହୁମା ମନ୍ଦିର ଓ ଲକ୍ଷ୍ମୀନାଥ ବେଜବରୁଆଙ୍କ ସାଧନା ଗୃହ ପରିଦର୍ଶନ କରିଲେ ରାଜ୍ୟପାଳ    (08-Aug-2026)       ||      ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ    (07-Aug-2026)       ||      ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (07-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର    (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ    (07-Aug-2026)       ||      "ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   (07-Aug-2026)       ||      ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   (07-Aug-2026)       ||      ବନ୍ୟାକ୍ଷୟକ୍ଷତିର ଆକଳନ,ଚାଷୀଙ୍କୁ ସଠିକ ଦରରେ ସାରଯୋଗାଣ ନେଇ ପ୍ରଶାସନକୁ କାଳିକେଶଙ୍କ ନିର୍ଦ୍ଦେଶ   (07-Aug-2026)       ||      ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   (07-Aug-2026)       ||     

HOME   ରାଜ୍ୟ

ଆଦିବାସୀ ଓ ପଛୁଆ ବର୍ଗଙ୍କ ଉନ୍ନତି ପାଇଁ ୬୬୪୯ କୋଟିରୁ ଉର୍ଦ୍ଧ୍ବ ବଜେଟ୍

13-Mar-2026



ଭୁବନେଶ୍ୱର(ପ୍ରେରଣା ଖବର): ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗ ପାଇଁ ୨୦୨୬–୨୭ ଆର୍ଥିକ ବର୍ଷର ବଜେଟ୍ ଉପସ୍ଥାପନା କରିଛନ୍ତି ମାନ୍ୟବର ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ । ଏହି ଅବସରରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଯୋଗ ଦେଇ ମନ୍ତ୍ରୀ ଶ୍ରୀ ଗଣ୍ଡ ଆଦିବାସୀ, ଅନୁସୂଚିତ ଜାତି, ସଂଖ୍ୟାଲଘୁ ଓ ପଛୁଆ ବର୍ଗର ଶିକ୍ଷା, ଜୀବିକା ଓ ସାମାଜିକ ଉନ୍ନତିକୁ ଲକ୍ଷ୍ୟରେ ରଖି ବଜେଟ୍ ପ୍ରସ୍ତୁତ ହୋଇଥିବା ମତ ପ୍ରକାଶ କରିଛନ୍ତି ।  

ଏହି ଅବସରରେ ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି, ଏହି ବର୍ଷ ବିଭାଗ ପାଇଁ ସର୍ବମୋଟ ୬୬୪୯ କୋଟି ୩୩ ଲକ୍ଷ ୧୨ ହଜାର ଟଙ୍କାର ବ୍ୟୟ ବରାଦ କରାଯାଇଛି । ଏଥିରେ ୫୪୦୦ କୋଟି ଟଙ୍କା କାର୍ଯ୍ୟକ୍ରମ ବ୍ୟୟ ଓ ୧୨୪୯ କୋଟିରୁ ଅଧିକ ପ୍ରଶାସନିକ ବ୍ୟୟ ଅନ୍ତର୍ଭୁକ୍ତ ରହିଛି । ଗତ ବର୍ଷର ବଜେଟ ତୁଳନାରେ ଏହା ପ୍ରାୟ ୩ ପ୍ରତିଶତ ବୃଦ୍ଧି ପାଇଛି । ବଜେଟର କାର୍ଯ୍ୟକ୍ରମ ବ୍ୟୟ ମଧ୍ୟରୁ ୩୬୧୦ କୋଟି ଟଙ୍କା ରାଜ୍ୟ ସ୍ତରୀୟ ଯୋଜନା, ୧୯୦ କୋଟି ଟଙ୍କା କେନ୍ଦ୍ରସ୍ତରୀୟ ଯୋଜନା ଓ ୧୬୦୦ କୋଟି ଟଙ୍କା କେନ୍ଦ୍ର ପ୍ରବର୍ତ୍ତିତ ଯୋଜନା ପାଇଁ ବରାଦ କରାଯାଇଛି । ଏହି ଯୋଜନାଗୁଡ଼ିକ ମୁଖ୍ୟତଃ ଶିକ୍ଷା, ଆଦିବାସୀ ଓ ଅନୁସୂଚିତ ଜାତିଙ୍କ କଲ୍ୟାଣ, ସଂଖ୍ୟାଲଘୁ ଓ ପଛୁଆ ବର୍ଗର ସାମାଜିକ ଓ ଆର୍ଥିକ ଉନ୍ନତିକୁ ଲକ୍ଷ୍ୟ କରି ପ୍ରସ୍ତୁତ କରାଯାଇଛି । 

ଶିକ୍ଷା କ୍ଷେତ୍ରରେ ସରକାର ଛାତ୍ରଛାତ୍ରୀଙ୍କୁ ବିଶେଷ ଗୁରୁତ୍ୱ ଦେଇଛନ୍ତି । ପ୍ରାୟ ୨୩ ଲକ୍ଷ ଛାତ୍ରଛାତ୍ରୀଙ୍କୁ ଛାତ୍ରବୃତ୍ତି ପ୍ରଦାନ ପାଇଁ ୨୦୯୪ କୋଟି ଟଙ୍କାର ବ୍ୟୟ ପ୍ରସ୍ତାବ ରହିଛି । ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ପ୍ରୋତ୍ସାହନ ଯୋଜନା ଓ କେନ୍ଦ୍ରୀୟ ଛାତ୍ରବୃତ୍ତି ଯୋଜନା ମାଧ୍ୟମରେ ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି ଓ ପଛୁଆ ବର୍ଗର ଛାତ୍ରଛାତ୍ରୀମାନେ ଏହାର ଲାଭ ପାଇବେ । ଏହାସହିତ ପ୍ରାକ୍‌-ମାଟ୍ରିକ୍‌ ଛାତ୍ରବୃତ୍ତିର ରାଶି ବୃଦ୍ଧି କରାଯାଇ ଖାଦ୍ୟ ଓ ଆବଶ୍ୟକୀୟ ସାମଗ୍ରୀ ପାଇଁ ଛାତ୍ରଛାତ୍ରୀମାନଙ୍କୁ ଅଧିକ ସହାୟତା ଯୋଗାଯାଉଛି । ରାଜ୍ୟରେ ଆଦିବାସୀ ଓ ଅନୁସୂଚିତ ଜାତି ଛାତ୍ରଛାତ୍ରୀଙ୍କ ଶିକ୍ଷାର ଉନ୍ନତି ପାଇଁ ବର୍ତ୍ତମାନ ୧୭୬୫ଟି ବିଦ୍ୟାଳୟ କାର୍ଯ୍ୟ କରୁଛି, ଯାହାମଧ୍ୟରୁ ୧୬୧୫ଟି ଆବାସିକ ଓ ୧୫୦ଟି ଅଣଆବାସିକ ବିଦ୍ୟାଳୟ ଅଟେ । ଏହି ବିଦ୍ୟାଳୟଗୁଡ଼ିକରେ ପ୍ରାୟ ୪ ଲକ୍ଷ ୩୮ ହଜାର ଛାତ୍ରଛାତ୍ରୀ ପାଠ ପଢୁଛନ୍ତି । ଏହାସହିତ ରାଜ୍ୟରେ ମୋଟ ୫୯୬୭ଟି ଛାତ୍ରାବାସ ଚାଲୁ ଅଛି ଯେଉଁଠାରେ ପ୍ରାୟ ୫ ଲକ୍ଷ ୫୨ ହଜାର ଛାତ୍ରଛାତ୍ରୀ ରହି ପଢ଼ୁଛନ୍ତି । ଛାତ୍ରଛାତ୍ରୀଙ୍କ ଖାଦ୍ୟ, ପାଠ୍ୟ ଉପକରଣ ଓ ଅନ୍ୟାନ୍ୟ ସୁବିଧା ପାଇଁ ବଜେଟରେ ଅତିରିକ୍ତ ଅର୍ଥ ବରାଦ କରାଯାଇଛି ।

ଡ୍ରପ୍‌ଆଉଟ୍‌ ହାର କମେଇବା ପାଇଁ ସରକାର “ସହିଦ ମାଧୋ ସିଂ ହାତଖର୍ଚ୍ଚ ଯୋଜନା” ରେ ନବମ ଶ୍ରେଣୀ ଓ ଏକାଦଶ ଶ୍ରେଣୀରେ ନାମ ଲେଖାଇବା ପରେ ଜନଜାତି ଛାତ୍ରଛାତ୍ରୀଙ୍କୁ ବାର୍ଷିକ ୫ ହଜାର ଟଙ୍କା ପ୍ରୋତ୍ସାହନ ରାଶି ପ୍ରଦାନ କରୁଛନ୍ତି । ଏହି ଯୋଜନା ପାଇଁ ବଜେଟରେ ୧୫୪ କୋଟି ଟଙ୍କା ବରାଦ କରାଯାଇଛି । ଗୁଣାତ୍ମକ ଶିକ୍ଷା ପ୍ରଦାନ ପାଇଁ “ଅନ୍ୱେଷା ଯୋଜନା” ଅଧୀନରେ ୧୭ଟି ଜିଲ୍ଲାର ୧୬୩ଟି ବେସରକାରୀ ବିଦ୍ୟାଳୟରେ ପ୍ରାୟ ୨୦,୪୭୩ ଛାତ୍ରଛାତ୍ରୀ ପଢ଼ୁଛନ୍ତି । ଏହି ଯୋଜନା ପାଇଁ ୧୫୮ କୋଟି ଟଙ୍କା ବ୍ୟୟ ପ୍ରସ୍ତାବ ରହିଛି । ଏହାସହିତ “ଆକାଂକ୍ଷା ଯୋଜନା” ଅଧୀନରେ ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ପଢ଼ୁଥିବା ଛାତ୍ରଛାତ୍ରୀଙ୍କୁ ମାଗଣା ଆବାସିକ ସୁବିଧା ଦିଆଯାଉଛି ।

ଆଦିବାସୀ ଅଞ୍ଚଳର ସମଗ୍ର ଉନ୍ନତି ପାଇଁ “ଧରତି ଆବା ଜନଜାତି ଗ୍ରାମ ଉନ୍ନତି ଅଭିଯାନ” ମାଧ୍ୟମରେ ରାଜ୍ୟର ୨୭ଟି ଜିଲ୍ଲାର ୨୩୪ଟି ବ୍ଲକ ଓ ୭୬୬୭ଟି ଗ୍ରାମକୁ ଅନ୍ତର୍ଭୁକ୍ତ କରାଯାଇଛି । ଏହା ମାଧ୍ୟମରେ ୧୦ ଲକ୍ଷରୁ ଅଧିକ ଜନଜାତି ପରିବାର ଉପକୃତ ହେବେ । ଏହି ଯୋଜନା ପାଇଁ ୩୨୫ କୋଟିରୁ ଅଧିକ ଟଙ୍କା ବରାଦ କରାଯାଇଛି ।  ସେହିପରି “ପିଏମ ଜନମନ” କାର୍ଯ୍ୟକ୍ରମ ମାଧ୍ୟମରେ ବିଶେଷ ଭାବେ ଅନୁନ୍ନତ ଜନଜାତି ସମୁଦାୟଙ୍କ ସ୍ୱାସ୍ଥ୍ୟ, ଶିକ୍ଷା ଓ ଜୀବିକାରେ ସୁଧାର ଆଣିବାକୁ ଲକ୍ଷ୍ୟ ରହିଛି । ରାଜ୍ୟର ୧୪ଟି ଜିଲ୍ଲାର ୧୭୫୧ଟି ଗ୍ରାମରେ ଏହା କାର୍ଯ୍ୟକାରୀ ହେଉଛି । ମୁଖ୍ୟମନ୍ତ୍ରୀ ଜନଜାତି ଜୀବିକା ମିଶନ ମାଧ୍ୟମରେ ଆଦିବାସୀ ପରିବାରମାନଙ୍କୁ କୃଷି, ପ୍ରାଣୀସମ୍ପଦ, ମାଛଚାଷ ଓ ଲଘୁ ଉଦ୍ୟୋଗ ମାଧ୍ୟମରେ ଜୀବିକା ବିକାଶ ପାଇଁ ସହାୟତା ଦିଆଯାଉଛି । ସାମାଜିକ ନ୍ୟାୟକୁ ସୁଦୃଢ଼ କରିବା ପାଇଁ ଅନୁସୂଚିତ ଜାତି ସହ ବିବାହକୁ ପ୍ରୋତ୍ସାହନ ଦେବା ଲକ୍ଷ୍ୟରେ ସରକାର ପ୍ରତି ଦମ୍ପତିକୁ ୨ ଲକ୍ଷ ୫୦ ହଜାର ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରୁଛନ୍ତି । ଏଥିପାଇଁ “ସୁମଙ୍ଗଳ” ନାମକ ଅନଲାଇନ ପୋର୍ଟାଲ ଆରମ୍ଭ କରାଯାଇଛି ।


ଶିକ୍ଷାର ଗୁଣାତ୍ମକ ଉନ୍ନତି, ଛାତ୍ରଛାତ୍ରୀଙ୍କ ପାଇଁ ଅଧିକ ସୁବିଧା ଓ ଆଦିବାସୀ ଅଞ୍ଚଳର ସମଗ୍ର ବିକାଶକୁ ଲକ୍ଷ୍ୟ କରି ଏହି ବଜେଟ୍‌ ପ୍ରସ୍ତୁତ କରାଯାଇଛି ବୋଲି ମନ୍ତ୍ରୀ କହିଛନ୍ତି । ଏହାଦ୍ୱାରା ରାଜ୍ୟର ଆଦିବାସୀ ଓ ପଛୁଆ ବର୍ଗଙ୍କ ଆର୍ଥିକ ଓ ସାମାଜିକ ସଶକ୍ତିକରଣ ହେବା ସହିତ ସମାବେଶୀ ଉନ୍ନତିର ଲକ୍ଷ୍ୟ ସାଧନରେ ଏହା ଏକ ମହତ୍ୱପୂର୍ଣ୍ଣ ପଦକ୍ଷେପ ହେବ ବୋଲି ମନ୍ତ୍ରୀ ଆଶା ବ୍ୟକ୍ତ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା   08-Aug-2026
  ଜିଲ୍ଲା  
ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   08-Aug-2026
  ଜିଲ୍ଲା  
ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   08-Aug-2026
  ଜିଲ୍ଲା  
ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   08-Aug-2026
  ଜିଲ୍ଲା  
ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   08-Aug-2026
  ରାଜ୍ୟ  
ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   08-Aug-2026
  ଜିଲ୍ଲା  
*ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   08-Aug-2026
  ଜିଲ୍ଲା  
ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   08-Aug-2026
କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   08-Aug-2026
  ଜିଲ୍ଲା  
ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ   08-Aug-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲର ଉଦ୍‌ଘାଟନି ଉତ୍ସବ   08-Aug-2026
  ଜିଲ୍ଲା  
ଛତିଶଗଡ଼ର ମାନ୍ୟବର ରାଜ୍ୟପାଳ ଶ୍ରୀ ରାମେନ ଡେକାଙ୍କ ସମ୍ବଲପୁର ଗସ୍ତ: ମା’ ସମଲେଶ୍ୱରୀ ମନ୍ଦିର , ହୁମା ମନ୍ଦିର ଓ ଲକ୍ଷ୍ମୀନାଥ ବେଜବରୁଆଙ୍କ ସାଧନା ଗୃହ ପରିଦର୍ଶନ କରିଲେ ରାଜ୍ୟପାଳ   08-Aug-2026

You Might Also Like