-+91-9937148622 |
prerana_bgr@rediffmail.com |
Friday 13th March 2026 |
R.N.I. Regd No. ODIODI/2010/46693
Breaking News
13-Mar-2026
ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
ସୋନପୁର ବିଜୁପଟ୍ଟନାୟକ ମହିଳା ଡିଗ୍ରୀ ମହାବିଦ୍ୟାଳୟ ଠାରେ ଜାତୀୟ ସେବା ଯୋଜନା ଏବଂ ଯୁବ ରେଡକ୍ରସର ମିଳିତ ଆନୁକୂଲ୍ୟରେ ମାର୍ଚ୍ଚ ୮ ତାରିଖରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି। ଏହି ସଭାରେ ଅଧ୍ୟକ୍ଷା ରୀତାରାଣୀ ପୂଜାରୀ ଅଧ୍ୟକ୍ଷତା କରି ନାରୀ ମାନଙ୍କ ଶକ୍ତି ଓ ସୁରକ୍ଷା ଉପରେ ଆଲୋକପାତ କରିଥିଲେ। ଅଧ୍ୟାପକ କ୍ଷୀରୋଦ କୁମାର ମେହେର ମୂଖ୍ୟ ଅତିଥି ଭାବରେ ଉପସ୍ଥିତ ରହି ଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ। ଅଧ୍ୟାପିକା ସଞ୍ଜୁ ରାଣୀ ସିଂହ ସ୍ଵାଗତ ଭାଷଣ ଦେଇ ନାରୀ ସୁରକ୍ଷାର ସଚେତନତାର ବାର୍ତ୍ତା ପ୍ରଦାନ କରିଥିଲେ। ଅଧ୍ୟାପିକା ପୂର୍ଣ୍ଣିମା ମିଶ୍ର ନାରୀ ସଶକ୍ତିକରଣର ବାର୍ତ୍ତା ପ୍ରଦାନ କରି ଧନ୍ୟବାଦ ଅର୍ପଣ କରିଥିଲେ। ଏଥିରେ ମହାବିଦ୍ୟାଳୟର ସମସ୍ତ ଅଧ୍ୟାପିକା, ଅଧ୍ୟାପକ ଏବଂ କର୍ମଚାରୀ ତଥା ଦୁଇ ଶହରୁ ଉର୍ଦ୍ଧ୍ବ ଛାତ୍ରୀ ସଭାରେ ଉପସ୍ଥିତ ଥିଲେ।