-+91-9937148622 |
prerana_bgr@rediffmail.com |
Sunday 10th May 2026 |
R.N.I. Regd No. ODIODI/2010/46693
Breaking News
05-Feb-2021
ବାଙ୍ଗିରିପୋଷି(ପ୍ରେରଣା ଖବର) : ଦ୍ଵାରଶୁଣୀ ଘାଟିରେ ଦୁଇଟି ଟ୍ରକ୍ ମୁହାଁମୁହିଁ ଧକ୍କା । ଦୁର୍ଘଟଣା ଫଳରେ ଟ୍ରକ୍ ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିବା ବେଳେ ହେଲପର ଗୁରୁତର ଆହତ ହୋଇଛନ୍ତି ।
ସୂଚନାଯୋଗ୍ୟ ଯେ, ଗୁରୁବାର ବିଳମ୍ବିତ ରାତିରେ ଲୁହା କଣ୍ଟା ବୋଝେଇ ଏକ ମିନି ଟ୍ରକ୍ ଘାଟି ରାସ୍ତାରେ ଯାଇଥିବା ବେଳେ ବିପରୀତ ଦିଗରୁ ଆସୁଥିବା ପାଇପ ବୋଝେଇ ଟ୍ରକକୁ ଧକ୍କା ଦେଇଥିଲା । ଫଳରେ କଣ୍ଟା ବୋଝେଇ ଟ୍ରକ୍ ଡ୍ରାଇଭର ଚାପି ହୋଇଯିବାରୁ ଘଟଣା ସ୍ଥଳରେ ତାଙ୍କର ମୃତ୍ୟୁ ହୋଇଛି । ଗୁରୁତର ଅବସ୍ଥାରେ ହେଲପରଙ୍କୁ ଉଦ୍ଧାର କରି ବାରିପଦା ପିଆରଏମ ମେଡିକାଲ କଲେଜକୁ ପଠାଯାଇଛି । ଶୁକ୍ରବାର ସକାଳୁ ବାଙ୍ଗିରିପୋଷି ପୋଲିସ କ୍ରେନ୍ ସାହାଯ୍ୟରେ ଦୁର୍ଘଟଣାଗ୍ରସ୍ତ ଟ୍ରକ୍ ଦୁଇଟିକୁ ହଟାଇବା ସହ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ।