-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ଜିଲ୍ଲା

ମା ମଙ୍ଗଳାଙ୍କ ପୀଠରେ ୨ୟ ପାଳି ପବିତ୍ର ଚୈତ୍ର ଝାମୁଯାତ୍ରା କାକଟପୁରରେ ଭକ୍ତିମୟ ପରିବେଶ, ହଜାର ହଜାର ଭକ୍ତଙ୍କ ସମାଗମ

18-Mar-2026



କାକଟପୁର(ଚିନ୍ମୟ ବିଶ୍ୱାଳ):ପୁରୀ ଜିଲ୍ଲା କାକଟପୁରରେ ଅବସ୍ଥିତ ପ୍ରସିଦ୍ଧ ମା ମଙ୍ଗଳାଙ୍କ ପୀଠରେ ଆଜିଠାରୁ ପବିତ୍ର ଚୈତ୍ର ଝାମୁଯାତ୍ରାର ଦ୍ୱିତୀୟ ପାଳି ଆରମ୍ଭ ହୋଇଛି।ପ୍ରତିବର୍ଷ ଚୈତ୍ର ମାସରେ ଆୟୋଜିତ ଏହି ପାରମ୍ପରିକ ଧାର୍ମିକ ପର୍ବକୁ ନେଇ ମନ୍ଦିର ଅଞ୍ଚଳରେ ଭକ୍ତିମୟ ପରିବେଶ ସୃଷ୍ଟି ହୋଇଛି।ଆଜି ଚୈତ୍ର ମାସର ପ୍ରଥମ ମଙ୍ଗଳବାର ରେ ସକାଳୁ ମା ମଙ୍ଗଳାଙ୍କ ମନ୍ଦିରରେ ବିଶେଷ ପୂଜାର୍ଚ୍ଚନା ଓ ପାରମ୍ପରିକ ରୀତିନୀତି ମାଧ୍ୟମରେ ଯାତ୍ରାର ଶୁଭାରମ୍ଭ କରାଯାଇଥିଲା। ମାଆ  ଆଜି ମହାଲକ୍ଷ୍ମୀ ବେଶରେ ଦର୍ଶନ ଦେଉଛନ୍ତି ।ମା ଙ୍କର ଦର୍ଶନ ପାଇଁ ହଜାର ହଜାର ଭକ୍ତ ମନ୍ଦିରକୁ ଆସି ପୂଜାର୍ଚ୍ଚନା କରିଥିଲେ ଏବଂ ମନୋକାମନା ପୂରଣ ପାଇଁ ପ୍ରାର୍ଥନା କରିଥିଲେ।ଏହି ଚୈତ୍ର ଝାମୁଯାତ୍ରାର ମୁଖ୍ୟ ଆକର୍ଷଣ ହେଉଛି ଝାମୁ ନୃତ୍ୟ ଓ ଅଗ୍ନି ଉପରେ ଚାଲିବା ପରମ୍ପରା। ମାଙ୍କ ଉପରେ ଅତୁଟ ଆସ୍ଥା ରଖି ଭକ୍ତମାନେ ବ୍ରତ ଧାରଣ କରି ଅଗ୍ନି ଝାମୁ ଉପରେ ଚାଲି ମନୋକାମନା ପୂରଣ ପାଇଁ ପ୍ରାର୍ଥନା କରିଥାନ୍ତି।ଯାତ୍ରାକୁ ନଜରରେ ରଖି ପ୍ରଶାସନ ପକ୍ଷରୁ ବିଶେଷ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ପୋଲିସ ବଳ ସହ ସ୍ୱେଚ୍ଛାସେବୀମାନେ ଭକ୍ତମାନଙ୍କ ସୁବିଧା ଓ ଶୃଙ୍ଖଳା ରକ୍ଷା ପାଇଁ ନିୟୋଜିତ ହୋଇଛନ୍ତି।ଆଗାମୀ କିଛି ଦିନ ଧରି ଚାଲିବାକୁଥିବା ଏହି ଯାତ୍ରାକୁ ଦେଖିବା ପାଇଁ ରାଜ୍ୟର ବିଭିନ୍ନ ଅଞ୍ଚଳରୁ ଭକ୍ତମାନେ ମା ମଙ୍ଗଳାଙ୍କ ପୀଠକୁ ଆସୁଛନ୍ତି। ଯାତ୍ରା ଅବସରରେ ସମଗ୍ର କାକଟପୁର ଅଞ୍ଚଳ ଭକ୍ତି ଓ ଆନନ୍ଦରେ ମୁଗ୍ଧ ହୋଇପଡିଛି। 


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like