-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||     

HOME   ଜିଲ୍ଲା

ବରପାଲି ଲିଟିଲ ଏଞ୍ଜେଲସ୍ ପବ୍ଲିକ ସ୍କୁଲ ରୌପ୍ୟ ଜୟନ୍ତୀରେ ଡା.ଧୀରେନ୍ଦ୍ର ମୁଣ୍ଡଙ୍କ ଜନ୍ମ ଜୟନ୍ତୀ ପାଳିତ

23-Mar-2026



ବରପାଲି(ସୁଦାମ ଦୀପ) 
ବରଗଡ ଜିଲ୍ଲା ବରପାଲି ସ୍ଥିତ ଲିଟିଲ ଏଞ୍ଜେଲସ୍ ପବ୍ଲିକ ସ୍କୁଲ ପରିସରରେ ପ୍ରତିଷ୍ଠାତା ଡା.ଧୀରେନ୍ଦ୍ର ନାଥ ମୁଣ୍ଡଙ୍କ ୯୩ତମ ଜନ୍ମ ଜୟନ୍ତୀ ମହାସମାରୋହରେ ପାଳିତ ହୋଇଯାଇଛି । ବିଦ୍ୟାଳୟ ରୌପ୍ୟ ଜୟନ୍ତୀ ଉଦ୍‌ଯାପନୀ ଦିବସ ଅବସରରେ ଏକ ରକ୍ତଦାନ ଶିବିର ଓ ଅଷ୍ଟପ୍ରହରୀ ନାମ ସଂକୀର୍ତ୍ତନ ଆୟୋଜିତ ହୋଇଥିଲା। ଏହି ଅବସରରେ ଗତ ୨୨ ତାରିଖରେ  ପ୍ରତିଷ୍ଠାତା ସ୍ୱର୍ଗତ ଡ଼ା.ଧୀରେନ୍ଦ୍ରନାଥ ମୁଣ୍ଡଙ୍କ ପ୍ରତିମୂର୍ତ୍ତିରେ ବିଦ୍ୟାଳୟ ସଭାପତି ଡ଼ା.ସୁବ୍ରତ ମୁଣ୍ଡ ଓ ପରିଚାଳନା ନିର୍ଦ୍ଦେଶିକା ସୁନିତା ମୁଣ୍ଡ ମାଲ୍ୟାର୍ପଣ କରିଥିଲେ। ପରେ ନାମଯଜ୍ଞ ଆରମ୍ଭ ହେବା ସହ ସେମାନେ ପୂଜାକର୍ତ୍ତା ଦାୟିତ୍ବଭାର ନିର୍ବାହ କରିଥିଲେ। ଆୟୋଜିତ ରକ୍ତଦାନ ଶିବିରରେ ବିଦ୍ୟାଳୟ ଉପାଧ୍ୟକ୍ଷ ସୁଶୀଳ କୁମାର ରଥ ପ୍ରଥମେ ରକ୍ତଦାନ କରି ରକ୍ତଦାନ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିଥିଲେ । ଶିବିରରେ ସାମିଲ ରକ୍ତଦାତା ମାନେ ୧୦୦ ୟୁନିଟ ରକ୍ତଦାନ କରିଥିଲେ। ବରଗଡ ରେଡକ୍ରସ୍ ରକ୍ତଭଣ୍ଡାର ସଂସ୍ଥାକୁ ସଂଗ୍ରୃହିତ ରକ୍ତ ପ୍ରଦାନ କରାଯାଇଥିଲା। ରକ୍ତ ଭଣ୍ଡାର ପ୍ରତିନିଧି ମାନସ ରଞ୍ଜନ ବିଶି, ବୈଶାଖୁ ସୁନା, ରାକେଶ ରଣା, କୃଷ୍ଣଚନ୍ଦ୍ର ସାହୁ, ସୁଜିତ ସାହୁ ଓ ଭୁବନେଶ୍ୱର ସାହୁଙ୍କ ଦ୍ଵାରା  ରକ୍ତ ସଂଗ୍ରହ କରାଯାଇଥିଲା।  ଅନୁଷ୍ଠାନର ତରଫରୁ ରକ୍ତଦାତାମାନଙ୍କୁ ପ୍ରଶଂସାପତ୍ର ଓ ଉପହାର ପ୍ରଦାନ ମାଧ୍ୟମରେ ସମ୍ବର୍ଦ୍ଧିତ କରାଯାଇଥିଲା । ବିଦ୍ୟାଳୟର ୨୫ ବର୍ଷ ପୂର୍ତ୍ତିରେ ବିଦ୍ୟାଳୟର ମୁଖପତ୍ର 'ଆଞ୍ଜେଳିକା'କୁ ପରିଚାଳନା ନିର୍ଦ୍ଦେଶିକା ସୁନିତା ମୁଣ୍ଡ ଉନ୍ମୋଚନ କରିଥିଲେ ।  ଅଷ୍ଟପ୍ରହରୀ ନାମଯଜ୍ଞରେ ପୁରୋହିତ ଭାବେ ପଣ୍ତିତ ସାହେବ ଦାଶ, ପ୍ରଦୀପ ଦାଶ, ବଳରାମ ଦାଶ ଓ ଜଗନ୍ନାଥ ଦାଶ ପ୍ରମୁଖଙ୍କ ଦ୍ବାରା ପୂଜନ କାର୍ଯ୍ୟକ୍ରମ ସଂପାଦନ କରାଯାଇଥିଲା। ବିଦ୍ୟାଳୟ ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟିତ୍ରୀ ତଥା ବିଭିନ୍ନ ଅଞ୍ଚଳରୁ ସଂକୀର୍ତ୍ତନ୍ୟ ଦଳମାନ ଯୋଗଦେଇ ମହାମନ୍ତ୍ର ଉଚ୍ଚାରଣ ପୂର୍ବକ ପ୍ରହରଗୁଡିକର ଦାୟିତ୍ଵ ସୂଚାରୁ ରୂପେ ସଂପାଦନ କରିଥିଲେ । ଅନୁଷ୍ଠିତ ସମାରୋହରେ ମହାମନ୍ତ୍ର ଉଚ୍ଚାରଣ ସହିତ ପୂର୍ଣ୍ଣାହୁତି ପ୍ରଦାନ କରାଯିବା ସହ ଅନ୍ନପ୍ରସାଦ ବଣ୍ଟନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ସହସ୍ରାଧିକ ଲୋକଙ୍କ ସମାଗମ ହୋଇଥିଲା । ଅଧ୍ୟକ୍ଷା ମଧୁସ୍ମିତା ମୁଣ୍ଡ, ଉପାଧ୍ଯକ୍ଷ ସୁଶୀଳ କୁମାର ରଥ, ପ୍ରଶାସନିକ ଅଧିକାରୀ ମିନତି ପ୍ରଧାନ ଓ ଡୁଙ୍ଗୁରିପାଲି ବିଦ୍ୟାଳୟର ଅଧ୍ୟକ୍ଷ ଶିଶୁପାଳ କଲେତଙ୍କ ତତ୍ତ୍ଵାବଧାନରେ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀଗଣ ସକ୍ରିୟ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026

You Might Also Like