-+91-9937148622 |

prerana_bgr@rediffmail.com |

  Tuesday 7th July 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   (07-Jul-2026)       ||      ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   (06-Jul-2026)       ||      ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   (06-Jul-2026)       ||      ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   (06-Jul-2026)       ||      ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (06-Jul-2026)       ||      ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   (06-Jul-2026)       ||      *ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   (06-Jul-2026)       ||      ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||      ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   (05-Jul-2026)       ||      ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   (05-Jul-2026)       ||      ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   (05-Jul-2026)       ||      ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   (05-Jul-2026)       ||      ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ    (05-Jul-2026)       ||      କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ    (05-Jul-2026)       ||      ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ    (05-Jul-2026)       ||     

HOME   ଜିଲ୍ଲା

"ଭକ୍ତିର ମହୋତ୍ସବରେ ମଗ୍ନ ନୀଳଜି: ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ଶ୍ରୀରାମ ଜନ୍ମୋତ୍ସବ ପାଳିତ"

27-Mar-2026



ସିନାପାଲି,(ଚିନ୍ତାମଣି ନେତାମ):
ନୂଆପଡା ଜିଲ୍ଲା ସିନାପାଲି ବ୍ଲକ ଅନ୍ତର୍ଗତ ନୀଳଜି ଗ୍ରାମରେ ଅବସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ଭାବଭରା ଓ ଭକ୍ତିମୟ ପରିବେଶ ମଧ୍ୟରେ ଶ୍ରୀରାମ ଜନ୍ମୋତ୍ସବ ଧୁମଧାମରେ ପାଳିତ ହୋଇଯାଇଛି।
ଏହି ଅବସରରେ ଆୟୋଜିତ ସଭାକାର୍ଯ୍ୟରେ ଶିଶୁମନ୍ଦିର ପରିଚାଳନା ସମିତିର ସଭାପତି ଶ୍ରୀଯୁକ୍ତ ସତ୍ୟବ୍ରତ ଗହୀର ସଭାପତିତ୍ୱ କରିଥିଲେ। ମୁଖ୍ୟ ଅତିଥି ଭାବେ ବିଶ୍ୱହିନ୍ଦୁ ପରିଷଦ ଓଡିଶା ପଶ୍ଚିମ ପ୍ରାନ୍ତର ସହ-ସମ୍ପାଦକ ଶ୍ରୀଯୁକ୍ତ ମୋହନ ଚରଣ ଦାସ,ସମ୍ମାନିତ ଅତିଥି ଭାବେ ଶ୍ରୀଯୁକ୍ତ ଲକ୍ଷ୍ମଣ ପ୍ରଧାନ ଉପସ୍ଥିତ ଥିଲେ। ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ପ୍ରସାନନ୍ଦ କୁମ୍ଭାର ଅତିଥି ପରିଚୟ ପ୍ରଦାନ କରିଥିଲେ।
ସଭାର ଆରମ୍ଭରେ ଅତିଥିଗଣ ମର୍ଯ୍ୟାଦା ପୁରୁଷୋତ୍ତମ ପ୍ରଭୁ ଶ୍ରୀରାମ, ବିଦ୍ୟାଦାତ୍ରୀ ମା ସରସ୍ବତୀ ଓ ଭାରତ ମାତାଙ୍କ ଫୋଟୋଚିତ୍ରରେ ଫୁଲ-ଚନ୍ଦନ ଅର୍ପଣ କରି ଧୂପ, ଦୀପ ଓ ନୈବେଦ୍ୟ ପ୍ରଦାନ ସହ ପୂଜାର୍ଚ୍ଚନା କରିଥିଲେ। ଏହାପରେ ମୁଖ୍ୟ ଅତିଥିଙ୍କୁ ଫୁଲ, ଚନ୍ଦନ ଓ ଉପହାର ଦେଇ ସମ୍ମାନିତ କରାଯାଇଥିଲା।ମୁଖ୍ୟ ଅତିଥି ଓ ସଭାପତି ତାଙ୍କ ଅଭିଭାଷଣରେ ପ୍ରଭୁ ଶ୍ରୀରାମଙ୍କ ପ୍ରଜାବତ୍ସଳତା, ସୁଶାସନ, ଭ୍ରାତୃପ୍ରେମ, ପିତୃବଚନ ପାଳନ ଓ ମିତ୍ରତା ପରି ମହାନ ଗୁଣଗୁଡିକୁ ଉଲ୍ଲେଖ କରି ଶିଶୁମାନଙ୍କୁ ସେଗୁଡିକୁ ଜୀବନରେ ଅନୁସରଣ କରିବାକୁ ପ୍ରେରିତ କରିଥିଲେ।ଏହି ଅବସରରେ ପ୍ରଭୁ ଶ୍ରୀରାମ, ମାତା ସୀତା ଓ ଭ୍ରାତା ଲକ୍ଷ୍ମଣଙ୍କ ବେଶଭୂଷାରେ ଆସିଥିବା ଶିଶୁମାନଙ୍କୁ ଅତିଥିମାନେ ଟ୍ରଫି ପ୍ରଦାନ କରି ଉତ୍ସାହିତ କରିଥିଲେ, ଯାହା ସମସ୍ତଙ୍କ ମନକୁ ଆକର୍ଷିତ କରିଥିଲା।
ଆଚାର୍ଯ୍ୟ ଶ୍ରୀ ବୀରଭଦ୍ର ସା ସଭାକାର୍ଯ୍ୟକୁ ସୁଚାରୁ ଭାବେ ସଂଚାଳନା କରିଥିଲେ। ସଭା ଶେଷରେ ଶ୍ରୀଯୁକ୍ତ ଲକ୍ଷ୍ମଣ ପ୍ରଧାନ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ। ଏହି ଉତ୍ସବକୁ ସଫଳ କରିବାରେ ସମସ୍ତ ଆଚାର୍ଯ୍ୟ ଓ ଆଚାର୍ଯ୍ୟାମାନଙ୍କ ଗୁରୁତ୍ୱପୂର୍ଣ୍ଣ ସହଯୋଗ ରହିଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   07-Jul-2026
  ଜିଲ୍ଲା  
ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   06-Jul-2026
  ଜିଲ୍ଲା  
ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   06-Jul-2026
  ଜିଲ୍ଲା  
ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   06-Jul-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   06-Jul-2026
  ଜିଲ୍ଲା  
ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   06-Jul-2026
  ଜିଲ୍ଲା  
*ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   06-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   06-Jul-2026
  ରାଜ୍ୟ  
କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି   05-Jul-2026
  ଜିଲ୍ଲା  
ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   05-Jul-2026
  ରାଜ୍ୟ  
ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   05-Jul-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ   05-Jul-2026

You Might Also Like