-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ରାଜ୍ୟ

କୁଟିଆ ପଞ୍ଚାୟତରେ ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ୧୮ କୋଟି ଟଙ୍କା ପ୍ରକଳ୍ପର ଶୁଭାରମ୍ଭ, ୧୩ କୋଟିର ପ୍ରକଳ୍ପ ଉଦ୍‌ଘାଟନ, ୫ କୋଟିର ସେତୁ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ, ମୁଁ ଶୀଘ୍ର କୁଟିଆ ପଞ୍ଚାୟତ ଯିବି - ମୁଖ୍ୟମନ୍ତ୍ରୀ

05-Feb-2021



ଭୁବନେଶ୍ବର,(ପ୍ରେରଣା ଖବର ବ୍ୟୁରୋ): ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେସନ୍‌ସିଂ ମାଧ୍ୟମରେ କୋରାପୁଟ ଜିଲ୍ଲାର ପଟାଙ୍ଗି ଅଂଚଳର କୁଟିଆ ପଞ୍ଚାୟତ ପାଇଁ ୧୮ କୋଟି ଟଙ୍କାର ବିଭିନ୍ନ ପ୍ରକଲ୍ପର ଶୁଭାରମ୍ଭ କରିଛନ୍ତି। ଏଥିମଧ୍ୟରୁ ୧୩ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ ହୋଇଥିବା ବେଳେ ୫ କୋଟି ଟଙ୍କାର ଗୋଟିଏ ହାଇ ଲେଭେଲ ସେତୁ ପାଇଁ ମଧ୍ୟ ଭିତ୍ତିପ୍ରସ୍ତର ରଖାଯାଇଛି । ସମୁଦାୟ ୧୫୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ କାମ ଜାରି ରହିଛି।

   ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀ ୨୦୧୮ରେ କୁଟିଆ ପଞ୍ଚାୟତର ବିକାଶ ପାଇଁ ୧୫୦ କୋଟି ଟଙ୍କାର ପ୍ରକଳ୍ପ ଘୋଷଣା କରିଥିଲେ।

   ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସେ ଖୁବ୍‌ଶୀଘ୍ର କୁଟିଆ ଅଞ୍ଚଳକୁ ଗସ୍ତ କରି ଲୋକମାନଙ୍କୁ ଭେଟିବେ । କୁଟିଆ ଅଞ୍ଚଳକୁ ଏକ ଆଦର୍ଶ ପଞ୍ଚାୟତ ଭାବରେ ଗଠନ କରାଯିବ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ କୋଟିଆ ପଞ୍ଚାୟତରେ ଶିକ୍ଷା, ସ୍ବାସ୍ଥ୍ୟ, ଯୋଗାଯୋଗ, ପିଇବା ପାଣି, ବିଜୁଳି ଆଦି ସବୁ ସୁବିଧାର ବିକାଶ କରାଯାଇଛି ।  

ଖାଦ୍ୟ ସୁରକ୍ଷା ଠାରୁ ଆରମ୍ଭ କରି ସାମାଜିକ ନିରାପତ୍ତା ଯୋଗାଇ ଦିଆଯାଉଛି। ଜୀବନଜୀବିକା ପାଇଁ ମଧ୍ୟ ପଦକ୍ଷେପ ନିଆଯାଇଛି।

  ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମାଲକାନଗିରିରୁ ମୟୁରଭଂଜ, କୋରାପୁଟରୁ କଟକ- ସବୁ ଅଞ୍ଚଳର ବିକାଶ ପାଇଁ ସେ କାମ କରୁଛନ୍ତି । ବିକାଶର ସୁଫଳ ପ୍ରତି ପରିବାର ପାଖରେ ପହଞ୍ଚାଇବା ପାଇଁ, ରାଜ୍ୟର ସବୁ କୋଣ ଅନୁକୋଣରେ ପହଞ୍ଚାଇବା ପାଇଁ କାମ କରୁଛୁ ବୋଲି ସେ କହିଥିଲେ ।

  ଏହି ଅବସରରେ ମୁଖ୍ୟମନ୍ତ୍ରୀ  କହିଥିଲେ ଯେ ଓଡିଶା ଆମର ମା । ଓଡିଆ ଆମର ଭାଷା । ମହାପ୍ରଭୁ ଜଗନ୍ନାଥ ଆମର ବଡ ଠାକୁର । ଜଗନ୍ନାଥ ସଂସ୍କୃତି ଆମର  ସଂସ୍କୃତି। କୋରାପୁଟକୁ ଆମେ ଦ୍ବିତୀୟ ଶ୍ରୀକ୍ଷେତ୍ର ବୋଲି କହିଥାଉ । ସ୍ବାଧୀନତା ସଂଗ୍ରାମରେ ମଧ୍ୟ କୋରାପୁଟ ବଡ ଭୂମିକା ବିଷୟରେ ଆଲୋକପାତ କରି ସେ ଏହି ଅବସରରେ ଶହୀଦ ଲକ୍ଷ୍ମଣ ନାୟକଙ୍କ ପ୍ରତି ମୋର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।

   ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ଶ୍ରୀମତୀ ପଦ୍ମିନୀ ଦିଆନ କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଓ ବିକାଶ ମୂଳକ କାର୍ଯ୍ୟକ୍ରମ ଯୋଗୁ କୁଟିଆ ପଞ୍ଚାୟତରେ ବହୁତ ଉନ୍ନତି ଆସିଛି। ଗାଁର ଲୋକମାନେ ରାସ୍ତାଘାଟ, ପାଣି, ବିଜୁଳି, ଶିକ୍ଷା ଆଦି ବିଭିନ୍ନ ସୁବିଧା ପାଇପାରୁଛନ୍ତି। ଏଥିପାଇଁ ସେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ କୃତଜ୍ଞତା ପ୍ରକାଶ କରିଥିଲେ ।

କୋରାପୁଟ ଓ ପଟାଙ୍ଗିର ବିଧାୟକ ମଧ୍ୟ ଏହି ଅବସରରେ  ନିଜର ମତବ୍ୟକ୍ତ କରି କୁଟିଆ ଆଞ୍ଚଳର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିକଟରେ କୃତଜ୍ଞତା ପ୍ରକାଶ କରିଥିଲେ। କୁଟିଆ ପଞ୍ଚାୟତର ପ୍ରତିନିଧି, ସ୍ବୟଂ ସହାୟକ ଗୋଷ୍ଠୀ ସଦସ୍ୟା ମାନେ ମଧ୍ୟ ଏହି ଅବସରରେ ନିଜର ମତାମତ ରଖି କୁଟିଆ ପଞ୍ଚାୟତ ଏବଂ ସାରା ଜିଲ୍ଲାରେ ବିଭିନ୍ନ କାର୍ଯ୍ୟକ୍ରମର ସୁଫଳ ସଂପର୍କରେ କିପରି ଲୋକମାନେ ପାଉଛନ୍ତି, ସେ ବିଷୟରେ ଆଲୋକପାତ କରିଥିଲେ ।

    ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ ପାଣ୍ଡିଆନ ସଂଯୋଜନା କରିଥିଲେ।

  କୋରାପୁଟ ଜିଲ୍ଲାପାଳ ସ୍ବାଗତ ଭାଷଣ ଦେଇଥିଲେ ଏବଂ ଗ୍ରାମ୍ୟ ଉନ୍ନୟନ ପ୍ରକଳ୍ପ ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ ।

   କୁଟିଆ ଅଞ୍ଚଳର ବିକାଶ ଉପରେ ଏକ ସ୍ବତନ୍ତ୍ର ବୃତ୍ତ ଚିତ୍ର ଏହି ଅବସରରେ ପ୍ରଦର୍ଶନ କରାଯାଇଥିଲା।

ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ, ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଏବଂ ଅର୍ଥ ବିଭାଗର ପ୍ରମୁଖ ସଚିବ ଆଦି ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like