-+91-9937148622 |
prerana_bgr@rediffmail.com |
Friday 17th April 2026 |
R.N.I. Regd No. ODIODI/2010/46693
Breaking News
16-Apr-2026
ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
ସୁବର୍ଣ୍ଣପୁର ଜିଲ୍ଲାର ଟାଉନ ହଲ ଠାରେ ଓଡିଶା ନବ ବର୍ଷ ଏବଂ ପଣା ସଂକ୍ରାନ୍ତି ସୋନପୁର ପଞ୍ଚାୟତ ସମିତି ଦ୍ୱାରା ପାଳନ କରା ଯାଇଛି । ଏହି କାର୍ଯକ୍ରମରେ ମୁଖ୍ୟ ଅତିଥି ଭାବରେ ଯୋଗ ଦାନ କରିଥିଲେ ଜିଲ୍ଲାପାଳ ଡ଼ ନୃପରାଜ ସାହୁ ।
କାର୍ଯକ୍ରମରେ ସମ୍ମାନିତ ଅତିଥି ଭାବରେ ଯୋଗ ଦେଇଥିଲେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) ଶ୍ରୀ ରାଜେନ୍ଦ୍ର ମାଝୀ, ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ଶ୍ରୀମତୀ ଅଞ୍ଜଳୀନା ପ୍ରଧାନ, ଜିଲ୍ଲା ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ, ସୋନପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ପ୍ରତୀକ କର ଏବଂ ଜିଲ୍ଲା ସଂସ୍କୃତି ଅଧିକାରୀ ଶ୍ରୀମତୀ ଯମୁନା ପ୍ରଧାନ ପ୍ରମୁଖ ଯୋଗ ଦେଇଥିଲେ ।
ଏହି ଉପଲକ୍ଷେ ଟାଉନ ହଲରେ ଓଡ଼ିଆ ପକ୍ଷ ପାଳନ ଉପରେ ଆଧାରିତ ରଙ୍ଗୋଲି ଓ ଝୋଟି ପ୍ରତିଯୋଗିତା ଆୟୋଜନ କରାଯାଇଥିଲା । ଏହା ଛଡା ହୁଳ ହୁଳି ପ୍ରତିଯୋଗିତା ମଧ୍ୟ ଆୟୋଜନ ହୋଇଥିଲା ଏବଂ ପଣା ସଂକ୍ରାନ୍ତି ଅବସରରେ ବେଲ ପଣା ବଣ୍ଟନ କରାଯାଇଥିଲା ।
ପ୍ରତିଯୋଗିତାରେ ଉତ୍ତୀର୍ଣ ହୋଇଥିବା ପ୍ରତିଯୋଗୀ ମାନଙ୍କୁ ପୁରସ୍କାର ଦିଆ ଯାଇଥିଲା ଏବଂ ସାଂସ୍କୃତିକ ଦଳ ମାନେ ତାଙ୍କ ନୃତ୍ୟ ପରିବେଷଣ କରିଥିଲେ ।