-+91-9937148622 |
prerana_bgr@rediffmail.com |
Thursday 11th June 2026 |
R.N.I. Regd No. ODIODI/2010/46693
Breaking News
22-Apr-2026
ତୁଷୁରା- ବଲାଙ୍ଗିର ଜିଲ୍ଲା ଗୁଡଭେଲା ବ୍ଲକ୍ ଅନ୍ତର୍ଗତ ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁଷୁରା ଠାରେ ଚଳିତ ଶିକ୍ଷାବର୍ଷ ୨୦୨୬-୨୭ ର ପୋଷାକ ବିତରଣ ଉତ୍ସବ ପ୍ରଧାନ ଶିକ୍ଷକ ଡ. ହେମନ୍ତ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇ ଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ସାଧନ ସଂଯୋଜକ ଜଗ ମୋହନ ତ୍ରିପାଠୀ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ପୋଷାକ ବିତରଣ କରିଥିଲେ। ମାଗଣା ପୋଷାକ, ମାଗଣା ମଧ୍ୟାହ୍ନ ଭୋଜନ ଓ ମାଗଣା ପାଠ୍ୟପୁସ୍ତକ ଛାତ୍ରଛାତ୍ରୀଙ୍କୁ ସରକାରୀ ସ୍କୁଲକୁ ଆକର୍ଷିତ କରିବା ସହ ଡ୍ରପ୍ ଆଉଟ୍ ହାର କମାଇବାରେ ସହାୟକ ହେବ ବୋଲି ମୁଖ୍ୟ ଅତିଥି ଶ୍ରୀ ତ୍ରିପାଠୀ କହିଥିଲେ। ସହକାରୀ ଶିକ୍ଷୟିତ୍ରୀ ରଞ୍ଜିତା ନାଗ, ବିନ୍ଦୁ ମାହାଣା ଓ ଆକାଂକ୍ଷା ରାଣୀ ଯୋଶୀ ସହଯୋଗ କରିଥିଲେ। ଶେଷରେ ବରିଷ୍ଠ ଶିକ୍ଷୟତ୍ରୀ ପ୍ରଶାନ୍ତି ଦାସ ଧନ୍ୟବାଦ ଅର୍ପଣ କରିଥିଲେ।