-+91-9937148622 |
prerana_bgr@rediffmail.com |
Monday 22nd June 2026 |
R.N.I. Regd No. ODIODI/2010/46693
Breaking News
27-Apr-2026
କଟକ(ତପନ ମହାନ୍ତି): ଟାଙ୍ଗୀ-ଚୌଦ୍ଵାର ବ୍ଲକ କାର୍ଯ୍ୟାଳୟ ଠାରେ ଆଜି ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଓ ଜିଲ୍ଲା ମାଜିଷ୍ଟ୍ରେଟ ଦତ୍ତାତ୍ରୟ ଭାଉସାହେବ ଶିନ୍ଦେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଜନ ଅଭିଯୋଗ ଶୁଣାଣିରେ ସମୁଦାୟ ୮୭ଟି ଅଭିଯୋଗ ହସ୍ତଗତ ହୋଇଥିଲା । ତନ୍ମଧ୍ୟରେ ୬୯ଟି ବ୍ୟକ୍ତିଗତ ଅଭିଯୋଗ ଏବଂ ୧୮ଗୋଟି ସାମୁହିକ ଅଭିଯୋଗ ରହିଥିଲା । ଅଭିଯୋଗ
ଶୁଣାଣି ଶିବିରରେ ୧୦ଟି ଅଭିଯୋଗର ତ୍ଵରିତ ସମାଧାନ ନିମନ୍ତେ ବିହିତ ପଦକ୍ଷେପ ଗ୍ରହଣ କରାଯାଇଥିଲା। ଏହି ଅଭିଯୋଗ ଶୁଣାଣି କାଳରେ ପୁଲିସ ଆରକ୍ଷୀ ଅଧିକ୍ଷକ ଶ୍ରୀ ବିନୀତ ଅଗ୍ରୱାଲ, ଅତିରିକ୍ତ ଜିଲ୍ଲାପାଳ କମଳଜିତ୍ ଦାସଙ୍କ
ସମେତ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ । ଭତ୍ତା,କୃଷି,ଶିକ୍ଷା ଆଦି ସମ୍ପର୍କିତ ବିଭିନ୍ନ ପଞ୍ଜିକୃତ ଅଭିଯୋଗ ର ଶୁଣାଣି ପରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନିମନ୍ତେ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।
ଏଠାରେ ସୂଚନାଯୋଗ୍ୟ ଆସନ୍ତା ୦୪ ତାରିଖରେ ବାଙ୍କୀ ବ୍ଲକ୍ କାର୍ଯ୍ୟାଳୟଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ ।