-+91-9937148622 |

prerana_bgr@rediffmail.com |

  Sunday 9th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||      ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   (08-Aug-2026)       ||      ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   (08-Aug-2026)       ||      *ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   (08-Aug-2026)       ||      ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   (08-Aug-2026)       ||     

HOME   ଜିଲ୍ଲା

ନୂଆପଡ଼ାରେ ଉପ-ନିର୍ବାଚନ ସୁପରିଚାଳନା ପାଇଁ ଅଧିକାରୀମାନଙ୍କୁ ସମ୍ୱର୍ଦ୍ଧିତ କଲେ ଜିଲ୍ଲାପାଳ

30-Apr-2026



ନୂଆପଡ଼ା(ପରମେଶ୍ୱର ମେହେର): ନୂଆପଡ଼ା ବିଧାନସଭା ମଣ୍ଡଳୀ-୭୧ ଉପ-ନିର୍ବାଚନ–୨୦୨୫କୁ ସୁଚାରୁ ଭାବେ ପରିଚାଳନା କରିଥିବା ଅଧିକାରୀମାନଙ୍କୁ ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ ମଧୁସୂଦନ ଦାଶ ଆଜି ସ୍ଥାନୀୟ ସଦଭାବନା ସଭାଗୃହରେ ଆୟୋଜିତ ଏକ ବିଶେଷ କାର୍ଯ୍ୟକ୍ରମରେ ସମ୍ବର୍ଦ୍ଧିତ କରିଛନ୍ତି।
ଏହି ଅବସରରେ ଜିଲ୍ଲାପାଳ ନିର୍ବାଚନ ପରିଚାଳନାରେ ଜଡିତ ପ୍ରତ୍ୟେକ ଅଧିକାରୀଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକାକୁ ଉଚ୍ଚ ସ୍ୱରରେ ପ୍ରଶଂସା କରିଥିଲେ। ସ୍ୱଚ୍ଛ, ମୁକ୍ତ ଓ ନିରପେକ୍ଷ ନିର୍ବାଚନ ସମ୍ପନ୍ନ କରିବାରେ ସେମାନଙ୍କ ଅବଦାନକୁ ସେ ଅତ୍ୟନ୍ତ ସ୍ମରଣୀୟ ବୋଲି କହିଥିଲେ। ଜିଲ୍ଲାପାଳ ନିର୍ବାଚନ ସମୟରେ ସମ୍ମୁଖୀନ ବିଭିନ୍ନ ଚାଲେଞ୍ଜ ସମ୍ପର୍କରେ ମଧ୍ୟ ସ୍ମରଣ କରିଥିଲେ ଏବଂ ସମସ୍ତଙ୍କ ଦଳଗତ ସମନ୍ୱୟ ଓ ଅକ୍ଳାନ୍ତ ପରିଶ୍ରମ ଫଳରେ ଜିଲ୍ଲା ପ୍ରଶାସନ ରାଜ୍ୟ ଓ ଜାତୀୟ ସ୍ତରରେ ଶ୍ରେଷ୍ଠ ନିର୍ବାଚନ ପୁରସ୍କାର ଅର୍ଜନ କରିପାରିଥିବା କଥା ଉଲ୍ଲେଖ କରିଥିଲେ।
ଜିଲ୍ଲାପାଳ ତାଙ୍କ ବାର୍ତ୍ତାରେ କହିଥିଲେ ଯେ ପ୍ରଶାସନର ଅନ୍ୟନାମ ହେଉଛି ଗତିଶୀଳତା ଓ ସମ୍ବେଦନଶୀଳତା। ଏହି ପରିପ୍ରେକ୍ଷିରେ ସଦ୍ୟ ସମାପ୍ତ ହୋଇଥିବା ନୂଆପଡ଼ା ଜିଲ୍ଲାରେ ୭୧-ନୂଆପଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀର ଉପ-ନିର୍ବାଚନ–୨୦୨୫ର ବହୁଳ ସଫଳତାରେ ଆପଣମାନଙ୍କର ନିଷ୍ଠାପର ଉଦ୍ୟମ, ଦଳଗତ ମନୋଭାବ, ଆନ୍ତରିକ ସ୍ୱେଚ୍ଛାକୃତ ଅବଦାନ ଓ ଦିନ-ରାତି କଠିନ ପରିଶ୍ରମ ପାଇଁ ସେ ହୃଦୟଙ୍ଗମ ଶୁଭେଚ୍ଛା, ଶୁଭକାମନା ଓ ପ୍ରଶଂସା ଜଣାଇଥିଲେ।
ସେ ଆହୁରି କହିଥିଲେ ଯେ କଷ୍ଟସାଧ୍ୟ ପରିସ୍ଥିତି ସତ୍ତ୍ୱେ ଜିଲ୍ଲାରେ ଶାନ୍ତିଶୃଙ୍ଖଳା ସହିତ ସୁଗମ ଭାବରେ ମୁକ୍ତ, ଅବାଧ ଓ ନିରପେକ୍ଷ ନିର୍ବାଚନ ସୁନିଶ୍ଚିତ କରିବାରେ ସମସ୍ତଙ୍କ ପ୍ରୟାସ ଯୁଗାନ୍ତକାରୀ ଥିଲା। ଆଗାମୀ ସେବାଜୀବନରେ ମଧ୍ୟ ସମସ୍ତେ ଏହି ଉତ୍ସାହ, ନୈତିକତା ଓ କର୍ତ୍ତବ୍ୟନିଷ୍ଠାକୁ ଅବ୍ୟାହତ ରଖି ସରକାରୀ ଦାୟିତ୍ୱ ପାଳନରେ ନୂତନ ମାନଦଣ୍ଡ ସ୍ଥାପନ କରିବେ ବୋଲି ସେ ଆଶା ବ୍ୟକ୍ତ କରିଥିଲେ।
ଏହି ସଭାରେ ଅତିରିକ୍ତ ଜିଲ୍ଲାପାଳ ସୁବାଷ ଚନ୍ଦ୍ର ରଇତ, ଉପ-ଜିଲ୍ଲାପାଳ ସୁର୍ମି ସୋରେନ, ଜିଲ୍ଲା ପରିଷଦ ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ କ୍ଷମନିଧି ଭୋଇ, ଡେପୁଟି ଜିଲ୍ଲାପାଳ (ନିର୍ବାଚନ) ଏସ୍‌.କେ. ନସିମ ସହ ଜିଲ୍ଲା ସ୍ତରର ଅନ୍ୟାନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ।
ଏଠାରେ ଉଲ୍ଲେଖଯୋଗ୍ୟ ଯେ, ନିର୍ବାଚନ ପରିଚାଳନାରେ ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ନୂଆପଡ଼ା ଜିଲ୍ଲା ପ୍ରଶାସନ ଜାତୀୟ ସ୍ତରରେ ମାନ୍ୟବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଠାରୁ ପୁରସ୍କାର ଲାଭ କରିଥିବା ସହ ରାଜ୍ୟ ସ୍ତରରେ ମଧ୍ୟ ସମ୍ମାନିତ ହୋଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   09-Aug-2026
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026
  ଜିଲ୍ଲା  
କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   09-Aug-2026
  ଜିଲ୍ଲା  
ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     09-Aug-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ   09-Aug-2026
  ଜିଲ୍ଲା  
କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    09-Aug-2026
  ରାଜ୍ୟ  
ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   09-Aug-2026

You Might Also Like