-+91-9937148622 |
prerana_bgr@rediffmail.com |
Sunday 10th May 2026 |
R.N.I. Regd No. ODIODI/2010/46693
Breaking News
07-Feb-2021
ବଲାଙ୍ଗୀର (ସନ୍ତୋଷ କୁମାର ଠାକୁର): ବଲାଙ୍ଗୀର ପେନ୍ଦୁମୁଣ୍ଡାରେ ଗୋଷ୍ଠୀ ସଂଘର୍ଷ । ଉଭୟ ପରିବାର ୫ରୁ ଅଧିକ ଜଣ ଆହତ ହୋଇଛନ୍ତି । ତେବେ ଆହତଙ୍କ ମଧ୍ୟରୁ କିଛି ଲୋକ ଗୁରୁତର ଥିବା ମଧ୍ୟ ଜଣାପଡ଼ିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।
ଖବର ଅନୁଯାୟୀ, ବଲାଙ୍ଗୀର ଜିଲ୍ଲା ଗୁଡଭେଲା ବ୍ଲକ ପେନ୍ଦୁମୁଣ୍ଡା ଗାଁରେ ଗତକାଲି ବିଳମ୍ବିତ ରାତିରେ କୌଣସି କାରଣକୁ ନେଇ ବିବାଦ ଦେଖାଦେଇଥିଲା । ଯାହାର ପରିଣତି ଶେଷରେ ରକ୍ତାକ୍ତ ସଂଘର୍ଷରେ ପାଲଟିଥିଲା । ତେବେ ଏହି ଗୋଷ୍ଠୀ ସଂଘର୍ଷରେ ୫ଜଣ ଆହତ ହୋଇଥିବା ବେଳେ ୨ଜଣ ଗୁରୁତର ଥିବା ସୂଚନା ମିଳିଛି । ସମସ୍ତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ସେପଟେ ପୋଲିସ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ଛାନ୍ଭିନ୍ ଜାରି ରଖିଛି ।