-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||     

HOME   ଜିଲ୍ଲା

*ପ୍ରଭୂ ନୃସିଂହ ଙ୍କ ଜନ୍ମୋତ୍ସବ ମହା ସମାରୋହରେ ପାଳିତ*

03-May-2026



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
ସୋନପୁର ଠାରେ ପବିତ୍ର ନୃସିଂହ ଚତୁର୍ଦ୍ଦଶୀ ତଥା ପ୍ରଭୂ ନୃସିଂହଙ୍କ ଜନ୍ମୋତ୍ସବ ଧୂମଧାମ୍ ରେ ପାଳନ ହୋଇଯାଇଛି । ଏହି ଅବସରରେ ସୋନପୁର ସହରର ବଡ଼ବଜ଼ାର ସ୍ଥିତ ଶ୍ରୀ ନୃସିଂହ (ଗୁଣ୍ଡିଚା) ମନ୍ଦିର ପ୍ରାଙ୍ଗଣରେ ଅଷ୍ଟପ୍ରହରୀ ନାମଯଜ୍ଞ ମଧ୍ୟ ମହାସମାରୋହରେ ଅନୁଷ୍ଠିତ ହୋଇଥିଲା ବେଳେ ସମଗ୍ର ଅଞ୍ଚଳରେ ଏକ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଥିଲା ।
ନୃସିଂହ ନାମଯଜ୍ଞ କମିଟି ପକ୍ଷରୁ ଆୟୋଜିତ ନାମଯଜ୍ଞ ପାଇଁ ଗତକାଲି କଳସ ଯାତ୍ରାରେ ଶତାଧ‌ିକ ମହିଳା ମହାନଦୀ ତେନ୍ତୁଲିଘାଟରୁ କଳସରେ ଜଳଆଣି ନାମଯଜ୍ଞ ମଣ୍ଡପରେ ସ୍ଥାପନ କରିବା ପରେ ପୂଜାକାର୍ଯ୍ୟ ସହ ଅଧିବାସ ସମ୍ପନ୍ନ ହୋଇଥିଲା । ନୃସିଂହ ମନ୍ଦିରର ମୂଖ୍ୟ ପୂଜକ ସରୋଜ କର ଓ ଆନନ୍ଦ ଦାଶଙ୍କ ତତ୍ତ୍ଵାବଧାନରେ ପୂଜାକାର୍ଯ୍ୟ ତଥା ନାମଯଜ୍ଞ ସମ୍ପାଦିତ ହୋଇଥିବାବେଳେ ଚଳିତ ବର୍ଷ ଶଶାଙ୍କ ଶେଖର ମିଶ୍ର ଏବଂ ମିନାକ୍ଷୀ ମିଶ୍ର ସପତ୍ନିକ କର୍ତ୍ତା ଭାବରେ  ଦାୟିତ୍ଵ ତୁଲାଇଥିଲେ । ଏଥର ନାମଯଜ୍ଞରେ ସୁବର୍ଣ୍ଣପୁର ଜିଲ୍ଲା ସମେତ ପଡୋଶୀ ବରଗଡ, ବାଲାଙ୍ଗିର, ସମ୍ବଲପୁର ଏବଂ ବୌଦ୍ଧ ଜିଲ୍ଲାର ପ୍ରାୟ ୧୬ ଗୋଟି ସଂକୀର୍ତ୍ତନ୍ୟ ଦଳ ସାମିଲ ହୋଇଥିଲେ । ଏହି ଶୁଭ ଅବସରରେ ଶ୍ରୀ ଗୁଣ୍ଡିଚା ମନ୍ଦିରରେ ହଜାର ହଜାର ଭକ୍ତଙ୍କ ଭିଡ଼ ଦେଖିବାକୁ ମିଳିଥିଲା । ଶ୍ରଦ୍ଧାଳୁ ମାନେ ପ୍ରଭୁଙ୍କ ଦର୍ଶନ କରି ବିଭୁ କୃପା ଲାଭ କରିଥିଲେ । ପ୍ରଭୁ ନୃସିଂହଙ୍କ ପୂଜାର୍ଚ୍ଚନା, ହୋମ ଓ ଆଳତୀ ଦର୍ଶନ କରି ଭକ୍ତମାନେ ନିଜକୁ ଧନ୍ୟ ମନେ କରିଥିଲେ ।
ଅପରାହ୍ନରେ ନାମଯଜ୍ଞ ପୂର୍ଣ୍ଣହୂତି ଏଵଂ ସଂଧ୍ୟାରେ ସଂକୀର୍ତ୍ତନ୍ୟ ଦଳ ପକ୍ଷରୁ ସୁନ୍ଦର ବୈଠକି ରାତ୍ର ୧୧ ଟା ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଥିଲା । ସମସ୍ତ ଭକ୍ତ ଶ୍ରଦ୍ଧାଳୁଙ୍କ ପାଇଁ ପୂର୍ଣ୍ଣହୂତି ଓ ବୈଠକି ସଂକୀର୍ତ୍ତନ ପରେ ଉଭୟ ବେଳା ଅନ୍ନ ଭୋଜନ ବ୍ୟବସ୍ଥା କରାଯାଇଥିବା ବେଳେ ହଜାର ହଜାର ସଂଖ୍ୟାରେ ଭକ୍ତ ପ୍ରସାଦ ସେବନ କରିଥିଲେ । ନାମଯଜ୍ଞ କମିଟିର ସଭାପତି ଗୌରୀଶଙ୍କର ମହାପାତ୍ର, ସମ୍ପାଦକ ପବିତ୍ର ସାହୁ,  ଉପସଭାପତି ଗିରିଧାରୀ ତରିଆ, ସହସମ୍ପାଦକ ରାଜେନ୍ଦ୍ର ମିଶ୍ର, କୋଷାଧ୍ୟକ୍ଷ ମୁନା ବାରିକ,  ସୀତାରାମ ମହାପାତ୍ର, ବୈଦ୍ୟନାଥ ସାହୁ, ସତ୍ୟ ନାରାୟଣ ମିଶ୍ର, ସଦାନନ୍ଦ ମିଶ୍ର ପ୍ରମୁଖ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026

You Might Also Like