-+91-9937148622 |
prerana_bgr@rediffmail.com |
Tuesday 5th May 2026 |
R.N.I. Regd No. ODIODI/2010/46693
Breaking News
05-May-2026
ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
ସୁବର୍ଣ୍ଣପୁର ଜିଲ୍ଲାର ସୋନପୁର ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ମାଲିକମୁଣ୍ଡା ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି।ଏହି ଶିବିରରେ ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ଶ୍ରୀମତୀ ଅଞ୍ଜଳୀନା ପ୍ରଧାନ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ କେ. କେ. ହରିପ୍ରସାଦ ଯୋଗଦେଇ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଓ ସମସ୍ୟା ଶୁଣିଥିଲେ। ସର୍ବମୋଟ ୫୦ (ପଚାଶ)ଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରାଯାଇଥିବାବେଳେ, ସେଥି ମଧ୍ୟରୁ ୪୪ (ଚଉଳିଶ)ଟି ବ୍ୟକ୍ତିଗତ ଓ ୦୬ (ଛଅ)ଟି ସାମୁହିକ ଦରଖାସ୍ତ ଥିଲା।ଶୁଣାଣି ସମୟରେ ୦୬ (ଛଅ)ଟି ଅଭିଯୋଗର ତୁରନ୍ତ ସମାଧାନ କରାଯାଇଥିଲା। ଅନ୍ୟାନ୍ୟ ସମସ୍ତ ଦରଖାସ୍ତଗୁଡିକୁ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କ ନିକଟକୁ ପ୍ରେରଣ କରାଯାଇଛି।ଏହି ଅବସରରେ ଅତିରିକ୍ତ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ସୁବର୍ଣ୍ଣପୁର ଶ୍ରୀ କାଳିଆ ମଲ୍ଲିକ, ଉପ ଜିଲ୍ଲାପାଳ ସୁଶ୍ରୀ ସୌମ୍ୟରୂପା ରଥ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ପ୍ରତୀକ କର, ଡେପୁଟି କଲେକ୍ଟର (ଅଭିଯୋଗ) ସୁଶ୍ରୀ ପ୍ରିୟଦର୍ଶିନୀ ସାହୁଙ୍କ ସହିତ ଅନ୍ୟାନ୍ୟ ଜିଲ୍ଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।