-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||     

HOME   ଜିଲ୍ଲା

ସଡ଼କ ସୁରକ୍ଷାକୁ ପ୍ରାଧାନ୍ୟ ଦେଇ କାର୍ଯ୍ୟ କରିବାକୁ ସମସ୍ତ ଆରଟିଓଙ୍କୁ ନିର୍ଦ୍ଦେଶ

05-May-2026



କଟକ (ତପନ ମହାନ୍ତି): ସଡ଼କ ଦୁର୍ଘଟଣା ହ୍ରାସ ଉପରେ ପ୍ରାଧାନ୍ୟ ଦେଇଛନ୍ତି ସରକାର । ସଡ଼କ ସୁରକ୍ଷା କାର୍ଯ୍ୟକ୍ରମ ବ୍ୟାପକ କରିବାକୁ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ନିର୍ଦ୍ଦେଶରେ ସମସ୍ତ ଉପ ପରିବହନ ଆୟୁକ୍ତ (ଡିସିଟି), ଆଞ୍ଚଳିକ ପରିବହନ ଅଧିକାରୀ (ଆରଟିଓ) ଓ ଅତିରିକ୍ତ ଆଞ୍ଚଳିକ ପରିବହନ ଅଧିକାରୀ (ଏଆରଟିଓ)ଙ୍କ ସହ ସମୀକ୍ଷା ବୈଠକ କରିଛନ୍ତି ପରିବହନ କମିସନର । ରାଜ୍ୟ ପରିବହନ ପ୍ରାଧିକରଣ କାର୍ଯ୍ୟାଳୟରେ ଅନୁଷ୍ଠିତ ଏହି ବୈଠକରେ ବରିଷ୍ଠ ଅଧିକାରୀମାନେ ସାମିଲ ହୋଇଥିବା ବେଳେ ଆଭାସୀ ଜରିଆରେ ଆରଟିଓମାନେ ଉପସ୍ଥିତ ଥିଲେ । ସଡ଼କ ଦୁର୍ଘଟଣା ହ୍ରାସ ପାଇଁ ନିଜ ନିଜ ଜିଲ୍ଲା ଅନୁଯାୟୀ ଆବଶ୍ୟକୀୟ ସମସ୍ତ ପଦକ୍ଷେପ ବ୍ୟାପକ ଭାବରେ ଗ୍ରହଣ କରିବାକୁ ସମସ୍ତ ଆରଟିଓଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।

ପରିବହନ କମିସନର ଅମିତାଭ ଠାକୁର କହିଥିଲେ, ପ୍ରତିଦିନ ଯେଉଁଭଳି ସଡ଼କ ଦୁର୍ଘଟଣା ଘଟୁଛି, ଏହା ଏକ ଚିନ୍ତାଜନକ ସ୍ଥିତି ସୃଷ୍ଟି କରୁଛି । ଏହାକୁ ହ୍ରାସ କରିବା ଦିଗରେ କଠୋର ପଦକ୍ଷେପ ଗ୍ରହଣ କରିବାକୁ ସରକାରଙ୍କ ନିର୍ଦ୍ଦେଶ ରହିଛି । ତେଣୁ ସମସ୍ତ ଆରଟିଓଙ୍କୁ ଗ୍ରାଉଣ୍ଡ ଜିରୋରରେ ଏ ଦିଗରେ ବ୍ୟାପକ କାର୍ଯ୍ୟ କରିବାକୁ ହେବ । ଅନେକ ଗାଡ଼ି ଚାଳକ ସଡ଼କ ସୁରକ୍ଷା ନିୟମ ମାନୁନାହାନ୍ତି । ମନଇଚ୍ଛା ଗାଡ଼ି ଚଲାଉଛନ୍ତି । ଆଉ ନିଜ ସହ ଅନ୍ୟମାନଙ୍କ ଜୀବନ ମଧ୍ୟ ନେଇଯାଉଛନ୍ତି । ଏହାକୁ ରୋକିବାକୁ ହେଲେ ଯୋଜନା ଭିତ୍ତିରେ ଏନଫୋର୍ସମେଣ୍ଟ କରିବାକୁ ହେବ ବୋଲି ଶ୍ରୀ ଠାକୁର କହିଛନ୍ତି । ବିଶେଷକରି, ମଦ୍ୟପାନ କରି ଗାଡ଼ି ଚଲାଇବା, ମାଲବାହୀ ଗାଡ଼ିରେ ଯାତ୍ରୀ ନେବା, ରାଜପଥରେ ଅବୈଧ ପାର୍କିଂ କରିବା, ମନଇଚ୍ଛା ଗାଡ଼ିର ଆକାରରେ ପରିବର୍ତ୍ତନ କରି ଭାରସାମ୍ୟ ହରାଇବା, ଗାଡ଼ି ଚଲାଇବା ବେଳେ ମୋବାଇଲ ବ୍ୟବହାର କରିବା ଭଳି ନିୟମ ଉଲ୍ଲଙ୍ଘନକୁ ରୋକିବାକୁ ହେବ। ଏହା ବ୍ୟତୀତ ପ୍ରତି ଜିଲ୍ଲାସ୍ତରରେ ସଡ଼କ ସୁରକ୍ଷା ପାଇଁ ଯେଉଁ ଯେଉଁ ଆହ୍ୱାନ ରହିଛି, ପ୍ରତି ବିଭାଗର ସମନ୍ୱୟ ତଥା ଜିଲ୍ଲା ପ୍ରଶାସନର ସହଯୋଗରେ ଏହାର ସମାଧାନ କରିବାକୁ ହେବ । 
ତେବେ କେବଳ ରେଗୁଲେଟର୍ ବା ନିୟନ୍ତ୍ରକ ଭୂମିକା ନିର୍ବାହ ନୁହେଁ, ଏଜୁକେଟର୍ ଭାବରେ ମଧ୍ୟ ଆଞ୍ଚଳିକ ପରିବହନ ଅଧିକାରୀଙ୍କୁ ଦାୟିତ୍ୱ ନେବାକୁ ହେବ । ଜନସାଧାରଣଙ୍କ ମଧ୍ୟରେ ନିୟମ ଉଲ୍ଲଙ୍ଘନ ଓ ଏହାର ଭୟାବହତା ସଂପର୍କରେ ସଚେତନତା ସୃଷ୍ଟି କରିବାକୁ ହେବ । ଏଥିପାଇଁ ଅଧିକରୁ ଅଧିକ ସଚେତନ ନାଗରିକଙ୍କ ସହଯୋଗ ନେଇ ସଡ଼କ ସୁରକ୍ଷାକୁ ଏକ ଅଭିଯାନ ଭାବରେ ଗ୍ରହଣ କରିବାକୁ ସେ କହିଛନ୍ତି ।
ସେହିଭଳି ଆରଟିଓମାନଙ୍କ ଦକ୍ଷତା ରିପୋର୍ଟରେ ଆଗକୁ ସଡ଼କ ସୁରକ୍ଷା ଦିଗରେ କାର୍ଯ୍ୟର ମଧ୍ୟ ଏକ ବିଶେଷ ଭୂମିକା ରହିବ ବୋଲି ସେ ସୂଚାଇ ଦେଇଛନ୍ତି । ଏହାସହ ପରିବହନ ସମ୍ୱନ୍ଧୀୟ ସେବା ପ୍ରଦାନରେ ଗତବର୍ଷ କେଉଁ ଆରଟିଓଙ୍କ ପ୍ରଦର୍ଶନ କ’ଣ ରହିଥିଲା, ତାହାର ମଧ୍ୟ ସମୀକ୍ଷା କରାଯାଇଥିଲା ।
ଏହି ଅବସରରେ ସଡ଼କ ସୁରକ୍ଷା କ୍ଷେତ୍ରରେ ବିଭାଗ ଦ୍ୱାରା ନିଆଯାଇଥିବା ବିଭିନ୍ନ ପଦକ୍ଷେପ ଓ ପରବହନ କ୍ଷେତ୍ରରେ ସଂସ୍କାର ସଂପର୍କରେ ମଧ୍ୟ ପରିବହନ ଆୟୁକ୍ତ ସୂଚନା ପ୍ରଦାନ କରିଥିଲେ । ବିଶେଷକରି, ଡ୍ରାଇଭିଂ ଲାଇସେନ୍ସ ପ୍ରଦାନରେ ସଂସ୍କାର, ଗାଡ଼ିର ଫିଟନେସରେ ସ୍ୱଚ୍ଛତା ଓ ବେପରୁଆ ଗାଡ଼ି ଚାଳକଙ୍କୁ ବୈଷୟିକ ଜ୍ଞାନକୌଶଳର ବ୍ୟବହାର କରି ନିୟନ୍ତ୍ରଣ କରିବା ଦିଗରେ ବୈଠକରେ ଗୁରୁତ୍ୱ ଦିଆଯାଇଥିଲା । ଯାତ୍ରୀବାହି ଯାନ ଗୁଡ଼ିକ ଯେପରି ଯାତ୍ରୀ ସୁରକ୍ଷାକୁ ସର୍ବୋଚ୍ଚ ପ୍ରାଥମିକତା ଦେବେ ଏ କ୍ଷେତ୍ରରେ ଆରଟିଓମାନେ କଡ଼ା ନଜର ରଖିବେ। ଏହାସହ, ବାରମ୍ବାର ଦୁର୍ଘଟଣା ଘଟୁଥିବା ସ୍ଥାନର ଉଚିତ୍ ସମୀକ୍ଷା କରି ସୁଧାର ଦିଗରେ ପ୍ରୟାସ କରିବାକୁ କୁହାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026

You Might Also Like