-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||     

HOME   ରାଜ୍ୟ

ଖରିଫ ବିପଣନ ବର୍ଷ ୨୦୨୫-୨୬ ରେ ରବି ଧାନ ସଂଗ୍ରହ ପାଇଁ ବଲାଙ୍ଗୀର ଜିଲ୍ଲାସ୍ତରୀୟ ଧାନ ସଂଗ୍ରହ କମିଟିର ବୈଠକ

06-May-2026



ବଲାଙ୍ଗୀରର(ଅନ୍ତର୍ଯ୍ୟାମୀ ସାହୁ): ଖରିଫ ବିପଣନ ବର୍ଷ ୨୦୨୫-୨୬ ରେ ରବି ଧାନ ସଂଗ୍ରହ ପାଇଁ ବଲାଙ୍ଗୀର ଜିଲ୍ଲାସ୍ତରୀୟ ଧାନ ସଂଗ୍ରହ କମିଟିର ବୈଠକ, ଜିଲ୍ଲାପରିଷଦ ବୈଠକ ଗୃହରେ ଜିଲ୍ଲାପାଳ ଗୌରବ ଶିୱାଜୀ ଇସଲୱାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ମାନ୍ୟବର ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଓ କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ, ମାନ୍ୟବର ଜିଲ୍ଲାପରିଷଦଅଧ୍ୟକ୍ଷା ଦେବକୀ ସାହୁ, ମାନ୍ୟବର ଉପମୁଖ୍ୟମନ୍ତ୍ରୀଙ୍କ ପ୍ରତିନିଧି, ମାନ୍ୟବର କ୍ୟାବିନେଟ ମନ୍ତ୍ରୀ (ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ)ଙ୍କ ପ୍ରତିନିଧି, ମାନ୍ୟବର ସାଂସଦଙ୍କ ପ୍ରତିନିଧି ଦିନେଶ ଶର୍ମା, ମାନ୍ୟବର ବଲାଙ୍ଗିର ବିଧାୟକଙ୍କ ପ୍ରତିନିଧି, ଅତିରିକ୍ତ ଜିଲ୍ଲାପାଳ ଡା. ବିଜୟାନନ୍ଦ ସେଠି, ଜିଲ୍ଲାପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଓ ନିର୍ବାହୀ ଅଧିକାରୀ ତରଣୀ ସୁନା, ଟିଟିଲାଗଡ ଉପଜିଲ୍ଲାପାଳ ପଦ୍ମନାଭ ସାମନ୍ତରାୟ,

ପାଟଣାଗଡ ଉପଜିଲ୍ଲାପାଳ ସୁନୀଲ କୁମାର ମେହେର, ମୁଖ୍ୟ ଯୋଗାଣ ଅଧିକାରୀ ରଞ୍ଜନ କୁମାର ପଣ୍ଡା, ବଲାଙ୍ଗିର ଜିଲ୍ଲା କୃଷକ ମହାସଂଘର ସଭାପତି ସହିତ ଯୋଗାଣ ବିଭାଗ, ସମବାୟ ବିଭାଗ, କୃଷି ବିଭାଗ, ଜଳସେଚନ ବିଭାଗ, ନିୟନ୍ତ୍ରିତ ବଜାର କମିଟିର ଅଧିକାରୀ ଓ କମିଟିର ସଦସ୍ୟମାନେ ଉପସ୍ଥିତ ଥିଲେ ।

ବୈଠକ ପ୍ରାରମ୍ଭରେ ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀ ରଞ୍ଜନ କୁମାର ପଣ୍ଡା ସମସ୍ତଙ୍କୁ ସ୍ୱାଗତ କରିଥିଲେ । ସେ ବଲାଙ୍ଗିର ଜିଲ୍ଲାରେ ରବି ଧାନ କ୍ରୟ ପ୍ରକ୍ରିୟା ସମ୍ପର୍କରେ ପ୍ରାରମ୍ଭିକ ସୂଚନା ଦେଇଥିଲେ ଓ ଏହାକୁ ସୁଚାରୁ ଭାବେ କାର୍ଯ୍ୟକାରିତା କରିବା ପାଇଁ ଗ୍ରହଣ କରାଯାଇଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ଅବଗତ କରାଇଥିଲେ ।

ବୈଠକର ନିଷ୍ପତ୍ତି ଅନୁସାରେ ଚଳିତ ବର୍ଷ ଜିଲ୍ଲାରେ ମଇ ୨୫ ଠାରୁ ରବି ଧାନ କ୍ରୟ ଆରମ୍ଭ ହେବ । ଏହି ପାଇଁ ୧୨୫ଟି ପ୍ରାଥମିକ କୃଷି ସମବାୟ ସମିତି (ପେକ୍ସ) ଓ ୧୧ଟି ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ, ସମୁଦାୟ ୧୩୬ଟି ଧାନ କ୍ରୟ କେନ୍ଦ୍ର ମାଧ୍ୟମରେ ପଞ୍ଜୀକୃତ ଚାଷୀମାନଙ୍କର  ଧାନ କ୍ରୟ କରାଯିବ । ଚଳିତ ବର୍ଷ ରବି ଧାନ ବିକ୍ରୟ ପାଇଁ ଜିଲ୍ଲାର ୧୭,୩୦୪ ଜଣ ଚାଷୀ ପଞ୍ଜୀକରଣ କରିଛନ୍ତି ।

ଗ୍ରୀଷ୍ମ ପ୍ରବାହ ଓ ଅଦିନିଆ ବର୍ଷାକୁ ଦୃଷ୍ଟିରେ ରଖି ସମସ୍ତ ଧାନ କ୍ରୟ କେନ୍ଦ୍ରରେ ଆବଶ୍ୟକ ଆନୁସାଙ୍ଗିକ ବ୍ୟବସ୍ଥା କରିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ପାନୀୟ ଜଳ, ବିଦ୍ୟୁତ୍, ଟାରପୋଲିନ୍ ଓ ଚାଷୀମାନଙ୍କ ପାଇଁ ଆଶ୍ରୟସ୍ଥଳୀ ପ୍ରତି ବିଶେଷ ଗୁରୁତ୍ୱ ଦେବାକୁ ସେ ବିଭାଗୀୟ ଅଧିକାରୀମାନଙ୍କୁ ଆଦେଶ କରିଛନ୍ତି । ଚାଷୀମାନେ ଯେପରି ରବି ଧାନ ବିକ୍ରୟକୁ ସହଜ, ସୁବିଧାଜନକ ଓ ସ୍ୱଚ୍ଛ ପରିବେଶରେ କରିପାରିବେ, ସେଥିପାଇଁ ବିଶେଷ ଯତ୍ନବାନ ହେବାକୁ ଜିଲ୍ଲାପାଳ ଜୋର ଦେଇଛନ୍ତି ।ରବି ଧାନ କ୍ରୟ ପ୍ରକ୍ରିୟା ସମ୍ପର୍କରେ ସମସ୍ତ ଚାଷୀମାନେ ସୂଚନା ପାଇପାରିବେ ସେ ସମ୍ପର୍କରେ ବ୍ୟାପକ ପ୍ରଚାର ପ୍ରସାର କରିବାକୁ ନିୟନ୍ତ୍ରିତ ବଜାର କମିଟିର ସମ୍ପାଦକମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ସେହିପରି, ସମସ୍ତ ଧାନ କ୍ରୟ

କେନ୍ଦ୍ରରେ ସିସିଟିଭି ସଂଯୋଗ ସହିତ ଏହାର ସୁଚାରୁ କାର୍ଯ୍ୟକାରିତା ସୁନିଶ୍ଚିତ କରିବା, ଧାନ ସଂଗ୍ରହ ସମ୍ପର୍କିତ ରେଜିଷ୍ଟର ଉପଲବ୍ଧ କରାଇବା, ଏବଂ ଫ୍ଲାଇଙ୍ଗ ସ୍କ୍ୱାଡ୍ ଗଠନ କରି ନିୟମିତ ତଦାରଖ କରିବା ପାଇଁ ପଦକ୍ଷେପ ଗ୍ରହଣ କରିବାକୁ ଜିଲ୍ଲାପାଳ ଆଦେଶ ଦେଇଛନ୍ତି ।

ଲୋକପ୍ରତିନିଧିମାନଙ୍କ ଦ୍ୱାରା ଆସୁଥିବା ଅଭିଯୋଗଗୁଡ଼ିକର ତଦନ୍ତ କରି, ସେଥିରେ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ସମ୍ପୃକ୍ତମାନଙ୍କୁ ଅବଗତ କରାଇବାକୁ ମଧ୍ୟ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ । ବୈଠକରେ ସହାୟକ ଯୋଗାଣ ଅଧିକାରୀ (ସଦର ମହକୁମା) ପୀତବାସ ମଲ୍ଲିକ, ଶରତ କୁମାର ରାଉତ ସହିତ ଜିଲ୍ଲା ଯୋଗାଣ ବିଭାଗ ଓ ଜିଲ୍ଲାପରିଷଦ କାର୍ଯ୍ୟାଳୟର କର୍ମଚାରୀମାନେ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026

You Might Also Like