-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ସ୍ୱର୍ଗତ ଲଳିତ କୁମାର ନାୟକଙ୍କ ସ୍ମୃତିରେ ପ୍ରତିମୂର୍ତ୍ତି ଓ ଛକ ନାମକରଣ ପାଇଁ ଏକତ୍ରିତ ହେଲେ ଲଳିତ ପ୍ରେମୀ

07-May-2026



ବଲାଙ୍ଗୀର(ପ୍ରେରଣା ଖବର): ବଲାଙ୍ଗୀର ମାଟିର ଗର୍ବ ତଥା ବିଶିଷ୍ଟ ସମାଜସେବୀ ସ୍ୱର୍ଗତ ଲଳିତ କୁମାର ନାୟକଙ୍କ ଅବଦାନକୁ ସମ୍ମାନ ଜଣାଇ ବଲାଙ୍ଗୀରର ସମସ୍ତ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଏକ ପ୍ରତିନିଧି ଦଳ ପୌରଧ୍ୟକ୍ଷା ଶ୍ରୀମତୀ ଲିକା ସାହୁ ଏବଂ କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ ବେହେରାଙ୍କୁ ସାକ୍ଷାତ କରି ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି।
ସମାଜସେବା କ୍ଷେତ୍ରରେ ଏକ ଅନନ୍ୟ ବ୍ୟକ୍ତିତ୍ୱ ଲଳିତ କୁମାର ନାୟକ କେବଳ ବଲାଙ୍ଗୀର ନୁହେଁ, ବରଂ ସମଗ୍ର ରାଜ୍ୟ ପାଇଁ ସମାଜସେବାର ଏକ ଜ୍ୱଳନ୍ତ ଉଦାହରଣ ଥିଲେ। ଦୀର୍ଘ ୪୦ ବର୍ଷ ଧରି ସେ ନିଜକୁ ଜନସେବାରେ ଉତ୍ସର୍ଗ କରିଥିଲେ। ଶ୍ରମିକ ଓ ମୂଲିଆଙ୍କ ହକ୍ ପାଇଁ ସେ ସର୍ବଦା ସ୍ୱରଉତ୍ତୋଳନ କରୁଥୁବା ସହ  ସମଗ୍ର ରାଜ୍ୟରେ ଜଣେ ଚର୍ଚ୍ଚିତ ରକ୍ତଦାତା ଭାବେ ପରିଚିତ ଥିଲେ।ହଜାର ହଜାର ଯୁବକଙ୍କୁ ଏଥିପାଇଁ ଅନୁପ୍ରାଣିତ କରିଥିଲେ। ରିକ୍ସା ଚାଳକ ସଂଘ ଠାରୁ ଆରମ୍ଭ କରି ଶତାଧିକ ସାମାଜିକ ଅନୁଷ୍ଠାନକୁ ସେ ନେତୃତ୍ୱ ପ୍ରଦାନ କରି  ଥିଲେ। ଅଜଣା ଶବ ସଂସ୍କାର ଠାରୁ ଆରମ୍ଭ କରି ରୋଗୀ ସେବା ପର୍ଯ୍ୟନ୍ତ, ପ୍ରତିଟି କ୍ଷେତ୍ରରେ ତାଙ୍କର ଉପସ୍ଥିତି ବଲାଙ୍ଗୀର ବାସୀଙ୍କୁ ଆଶ୍ୱାସନା ଦେଉଥିଲା।
ପ୍ରତିନିଧି ଦଳ ପକ୍ଷରୁ ଦିଆଯାଇଥିବା ପତ୍ରରେ ଉଲ୍ଲେଖ କରାଯାଇଛି ଯେ, ଲଳିତ ବାବୁଙ୍କ ଦେହାନ୍ତକୁ ୫ ବର୍ଷ ବିତି ଯାଇଥିଲେ ମଧ୍ୟ ସହରରେ ତାଙ୍କର କୌଣସି ସ୍ମୃତି ରକ୍ଷା କରାଯାଇନାହିଁ। ବଲାଙ୍ଗୀର ସହରର ଏକ ମୁଖ୍ୟ ଛକରେ ସ୍ୱର୍ଗତ ନାୟକଙ୍କ ଏକ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତି ସ୍ଥାପନ କରାଯିବା ସହ ସମ୍ପୃକ୍ତ ମୁଖ୍ୟ ଛକକୁ ତାଙ୍କ ନାମରେ ନାମିତ କରିବାକୁ ପ୍ରସ୍ତାବ ଦିଆଯାଇଛି, ଯାହା ଦ୍ୱାରା ତାଙ୍କର ନିସ୍ୱାର୍ଥପର ସେବାକୁ ସହରବାସୀ ସ୍ମରଣ କରିପାରିବେ। ତାସହ ବଲାଙ୍ଗୀର ସ୍ଥିତ ଶ୍ରମିକ ମଙ୍ଗଳ ଭବନର ଉପଯୁକ୍ତ ରକ୍ଷଣାବେକ୍ଷଣ ଓ ସୌନ୍ଦର୍ଯ୍ୟକରଣ କରିବାକୁ ଦାବି ହୋଇଛି, ଯାହା ସହିତ ଲଳିତ ବାବୁଙ୍କ ଭାବପ୍ରବଣତା ଜଡ଼ିତ ରହିଛି।
"ଏହି ମହାନ ବ୍ୟକ୍ତିତ୍ୱଙ୍କ ଋଣ ପରିଶୋଧ କରିବା ଅସମ୍ଭବ, କିନ୍ତୁ ତାଙ୍କ ନାମରେ ଏକ ଛକ ଓ ପ୍ରତିମୂର୍ତ୍ତି ସ୍ଥାପନ କରାଗଲେ ଏହା ଆଗାମୀ ପିଢ଼ି ପାଇଁ ପ୍ରେରଣାର ଉତ୍ସ ହେବ ବୋଲି ସମସ୍ତେ ମତ ପ୍ରକାଶ କରିଥିଲେ। ପୌରପରିଷଦ ଏହା ଉପରେ ସହାନୁଭୂତିର ସହ ବିଚାର କରିବାକୁ ଅନୁଷ୍ଠାନ ଗୁଡ଼ିକ ଅନୁରୋଧ କରିଛନ୍ତି। ପୌରାଧ୍ୟକ୍ଷା ଏବଂ କାର୍ଯ୍ୟନିର୍ବାହୀ ଅଧିକାରୀ ମଧ୍ୟ ଏହାକୁ ଯଥା ଶୀଘ୍ର କାର୍ଯ୍ୟ ରେ ପରିଣତ କରିବା ପାଇଁ ପ୍ରତିଶୃତି ଦେଇଥିଲେ।
ଆଜି ଏହି ପ୍ରତିନିଧି ଦଳ ରେ ପ୍ରଭାକର ମିଶ୍ର, ରତନ ମହାରଣା, ପ୍ରଭାସ ପାଣିଗ୍ରାହୀ, ଜ୍ୟୋତିରଞ୍ଜନ ନାୟକ, ସୋମନାଥ ମିଶ୍ର, କିଶୋର ମିଶ୍ର, ଲମ୍ବୋଦର ସାଏ, ଅମୁଲ୍ୟ ସେଠ, ମଧୁସୂଦନ ସୁନା, ଘନ ପଶାୟତ,ଗୋବିନ୍ଦ ଶତପଥି, ଉତ୍ତମ ନନ୍ଦ, ବିକାଶ ସା, କାହ୍ନl ଶତପଥି, ସୁଧାଂଶୁ ମିଶ୍ର, ବ୍ରଜ ଗୋପାଳ ସିଂ, ବିବେକାନନ୍ଦ ପଟେଲ, ଦେବାଶିଷ ଦାସ, ତାପସ ମହାନ୍ତି, ମନୋଜ ଖେତୀ, ବିଧୁଭୂଷଣ ତ୍ରିପାଠୀ, ସଂଜୀବ ସାହୁ, ପଞ୍ଚାନନ ପଟ୍ଟନାୟକ, ହରିଶଙ୍କର ଛତ୍ରିଆ, ବିଭସ ଘଡେଇ, ଲଳିତ ପୁଝାରୀ, ଅରୁଣ ନାଏକ, ମୁକେଶ ପଧାନ, ବୁଲୁ ମହାକୁର, କନ୍ଦର୍ପ ରଣା, ପ୍ରିତମ ବରା଼ଡ, ଵାପିନା ମହାରଣା, ଆଶିଷ ସିଂସହ ବହୁ ଅନୁଷ୍ଠାନର ଶତାଧିକ ସଦସ୍ୟ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like