-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ରାଜ୍ୟ

୭କୋଟି ଟଙ୍କାରେ ସତୀଚୌରା ଶ୍ମଶାନର ହେବ ନବୀକରଣ

08-May-2026



କଟକ(ତପନ ମହାନ୍ତି): କଟକର ଐତିହାସିକ ସତୀଚୌରା ଶ୍ମଶାନର ଆଧୁନିକୀକରଣ ଓ ନବୀକରଣ କାର୍ଯ୍ୟ ପାଇଁ  ଏକ ନୂତନ ଅଧ୍ୟାୟ ଆରମ୍ଭ ହୋଇଛି।  ସକାଳ ୧୦ ଟା ସମୟରେ କଟକ ମେୟର ସୁବାସ ସିଂହ କଟକ ମହାନଗର ନିଗମ ୱାର୍ଡ ନମ୍ବର ୬ ସ୍ଥିତ ସତୀଚୌରା ଶ୍ମଶାନରେ ପହଞ୍ଚି ଏହି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। କଟକ ମହାନଗର ନିଗମ ପକ୍ଷରୁ ପ୍ରାୟ ୭ କୋଟି ଟଙ୍କା ବ୍ୟୟ ବରାଦ କରାଯାଇ ଶ୍ମଶାନର ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟ ହାତକୁ ନିଆଯାଇଥିବା ବେଳେ ଗେଲ୍ ଇଣ୍ଡିଆ ପକ୍ଷରୁ ପରିବେଶ ଅନୁକୂଳ ଗ୍ୟାସ ଚୁଲା ସ୍ଥାପନ ପାଇଁ ଅତିରିକ୍ତ ୧.୫ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି। ଏହି ନବୀକରଣ ଯୋଜନାରେ ପରିଦର୍ଶକ ଓ ପରିବାର ସଦସ୍ୟଙ୍କ ସୁବିଧା ପାଇଁ ଦୁଇଟି ପ୍ରତୀକ୍ଷା ହଲ୍ (ବଡ଼ ଓ ଛୋଟ), ପୁରୁଷ ଓ ମହିଳାଙ୍କ ନିମନ୍ତେ ପୃଥକ ତଥା ଆଧୁନିକ ଶୌଚାଳୟ ଏବଂ ଗାଧୋଇବା ସ୍ଥାନର ବ୍ୟବସ୍ଥା କରାଯିବ | ଶବଦାହ ପ୍ରକ୍ରିୟାକୁ ଶୃଙ୍ଖଳିତ କରିବା ପାଇଁ ପାରମ୍ପରିକ ଜାଳେଣି କାଠର ନିରାପଦ ଷ୍ଟୋରେଜ୍ ଏବଂ ଏକ ଆଧୁନିକ ପରିବେଶ ଅନୁକୂଳ ଶବଦାହ ବର୍ଣ୍ଣର ସିଷ୍ଟମ ସ୍ଥାପନ କରାଯିବାର ଯୋଜନା ରହିଛି I ଶ୍ମଶାନର ସୌନ୍ଦର୍ଯ୍ୟକରଣ ସହ ଆଧ୍ୟାତ୍ମିକ ବାତାବରଣ ବୃଦ୍ଧି ପାଇଁ ଭଗବାନ ଶିବଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଏବଂ ଐତିହାସିକ ଗୁରୁତ୍ବ ରଖିଥ‌ିବା ବିଶିଷ୍ଟ ବ୍ୟକ୍ତିବିଶେଷଙ୍କ ନାମ ସମ୍ମାନର ସହ ସଂରକ୍ଷଣ କରିବା ପାଇଁ ଏକ ସ୍ମାରକୀ ପ୍ରାଚୀର ମଧ୍ୟ ନିର୍ମାଣ କରାଯିବ I ପୁରୁଣା ସମାଧ୍ ପଥରଗୁଡ଼ିକର ଉପଯୁକ୍ତ ସଂରକ୍ଷଣ ସହ ସୁରକ୍ଷା ପାଇଁ କମ୍ପାଉଣ୍ଡ୍ ପ୍ରାଚୀର, ନୂତନ ପ୍ରବେଶ ଦ୍ବାର, ଗାର୍ଡ ରୁମ୍ ଏବଂ ଉପଯୁକ୍ତ ଡ୍ରେନେଜ୍ ସିଷ୍ଟମ୍ ନିର୍ମାଣ କରାଯିବା ନେଇ ମେୟର ସୂଚନା ଦେଇଛନ୍ତି । ଏହି ଭିଭିପ୍ରସ୍ତର ସ୍ଥାପନ ଉତ୍ସବରେ ମେୟରଙ୍କ ସହିତ ସ୍ଥାନୀୟ ବିଧାୟିକା ଇଂ ସୋଫିଆ ଫିରଦୋସ, ଡେପୁଟି ମେୟର ସୁଶ୍ରୀ ଦମୟନ୍ତୀ ମାଝୀ, ଷ୍ଟାଣ୍ଡିଂ କମିଟି ଅଧ୍ଯକ୍ଷ ପ୍ରଦୀପ୍ତ କିଶୋର ଖୁଣ୍ଟିଆ, ଦୀପ୍ତିମୟୀ ମୂଳିଆ, ମୋନାଲିସା ଦାସ, କର୍ପୋରେଟର ରିତାଞ୍ଜଳି ବେହେରା ଏବଂ ସିଟି ଇଞ୍ଜିନିୟର ଅତନୁ ସାମନ୍ତଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଓ ଜନସାଧାରଣ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like