-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||     

HOME   ଜିଲ୍ଲା

ଜିଲ୍ଲା ଶିକ୍ଷା ବିଭାଗ ତରଫରୁ ବିଶ୍ୱ ରେଡକ୍ରସ ଦିବସ ପାଳିତ♦️ "ଲୋକଙ୍କୁ ସାହାଯ୍ୟ କରିବା ପାଇଁ ରେଡ଼କ୍ରସ ଆନ୍ଦୋଳନ ଉତ୍ସର୍ଗୀକୃତ"

08-May-2026



ବଲାଙ୍ଗୀର(ପ୍ରେରଣା ଖବର): ସ୍ଥାନୀୟ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ପରିସରରେ ଥିବା ସମ୍ମିଳନୀ କକ୍ଷରେ ଜିଲ୍ଲା ଶିକ୍ଷା ବିଭାଗ ତରଫରୁ ବିଶ୍ୱ ରେଡକ୍ରସ ଦିବସ ଉତ୍ସାହ ଓ ଉଦ୍ଦୀପନା ର ସହ ପାଳିତ ହୋଇଯାଇଛି।ସମସ୍ତ ଅତିଥି ଜନ ହେନେରୀ ଡୁନାଣ୍ଟ ଙ୍କ ଫୋଟୋ ଚିତ୍ର ରେ ପୁଷ୍ପମାଲ୍ୟ ଅର୍ପଣ ସହ ଦୀପ ପ୍ରଜ୍ବଳନ କଲାପରେ ସଭା କାର୍ଯ୍ୟ ଆରମ୍ଭ ହୋଇଥିଲା।ଚଳିତ ବର୍ଷ ର ପ୍ରସଙ୍ଗ "ମାନବିକତାରେ ଏକତା,ସଙ୍କଟ ସମୟରେ ଏକାଠି ଛିଡା ହେବା" କୁ ଆଧାର କରି ମାନବ ସେବା, ସହଯୋଗ ଓ ଭାତୃତ୍ୱ ର ସନ୍ଦେଶ ପ୍ରଚାର କରାଯାଇଥିଲା।ଏହି ଅବସରରେ ଆୟୋଜିତ ସଭାରେ ଜିଲ୍ଲା ଶିକ୍ଷାଧିକାରୀ ପ୍ରଦୀପ ନାଗ ରେଡକ୍ରସ ର ମାନବିକ କାର୍ଯ୍ୟକଳାପ ଓ ସମାଜ ସେବାରେ ଏହାର ଅବଦାନ ସମ୍ପର୍କରେ ବକ୍ତବ୍ୟ ପ୍ରଦାନ କରିବା ସହ ରେଡକ୍ରସ ର ଆଦର୍ଶ କୁ ଅନୁସରଣ କରି ସମାଜ ସେବାରେ ନିଜକୁ ସମର୍ପିତ କରିବାକୁ ସମସ୍ତ ପରାମର୍ଶଦାତାଙ୍କୁ ପ୍ରେରିତ କରିଥିଲେ।ଲୋକଙ୍କୁ ସାହାଯ୍ୟ କରିବା ପାଇଁ ରେଡ଼କ୍ରସ ଆନ୍ଦୋଳନ ଉତ୍ସର୍ଗୀକୃତ ଓ ସମାଜ ପ୍ରତି ରେଡ଼କ୍ରସ ର ଅବଦାନ କୁ ସ୍ମରଣ ଲାଗି ପ୍ରତିବର୍ଷ ବିଶ୍ୱ ସ୍ତରରେ ଏହି ଦିବସ ପାଳନ କରାଯାଉଅଛି ବୋଲି କହିଥିଲେ।ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରବୀର ପଣ୍ଡା ନିଜ ବକ୍ତବ୍ୟରେ ବିଶ୍ୱ ରେଡକ୍ରସ ଦିବସ କେବଳ ଏକ ଆନୁଷ୍ଠାନିକ ପାଳନ ନୁହେଁ,ବରଂ ମାନବତା,ସେବା ଓ ସହଯୋଗ ର ମହାନ ବାର୍ତ୍ତା କୁ ସମାଜରେ ପ୍ରଚାର କରିବାର ଏକ ସୁଯୋଗ ବୋଲି କହିବା ସହ ଛାତ୍ରଛାତ୍ରୀମାନଙ୍କ ମନରେ ସେବାଭାବ, ସହାନୁଭୂତି ଓ ସାମାଜିକ ଦାୟିତ୍ୱବୋଧ ଜାଗୃତ କରିବା ଅତ୍ୟନ୍ତ ଆବଶ୍ୟକ ବୋଲି କହିଥିଲେ।ଜିଲ୍ଲା ଜୁନିଅର ରେଡକ୍ରସ ସମ୍ପାଦକ ପ୍ରଦୀପ ପାତ୍ର ନିଜ ବକ୍ତବ୍ୟରେ ବିପଦ ସମୟରେ ଆଗକୁ ଆସି ସହଯୋଗ କରିବା,ରକ୍ତଦାନ ପ୍ରତି ସଚେତନତା ବୃଦ୍ଧି କରିବା ଓ ମାନବ କଲ୍ୟାଣରେ ନିଜକୁ ସମର୍ପିତ କରିବା ହିଁ ରେଡ଼କ୍ରସ ର ମୂଳ ଲକ୍ଷ୍ୟ ବୋଲି କହିଥିଲେ।ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ରୀନା କୁମାରୀ ବେହେରା, ସେବାଶ୍ରୀ ଭୋଇ,ପ୍ରଧାନ ଶିକ୍ଷୟତ୍ରୀ

ସନ୍ତୋଷିନୀ ସେଠୀ ମଞ୍ଚାସୀନ ଥିଲେ।ଜିଲ୍ଲା ଜୁନିଅର ରେଡକ୍ରସ ଅଫିସର ବିକାଶ ରଞ୍ଜନ ସାହୁ କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ।ସାଧନ କର୍ମୀ ଜୟକୃଷ୍ଣ ନାଏକ କାର୍ଯ୍ୟକ୍ରମ ର ସଂଯୋଜନା କରିଥିବା ବେଳେ ରାଜ୍ୟ ସାଧନ କର୍ମୀ ଘନଶ୍ୟାମ ମେହେର ଧନ୍ୟବାଦ ଅର୍ପଣ କରିଥିଲେ।ସଭା ପରେ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ସମ୍ମୁଖରେ ଦହିପାଣି ବଣ୍ଟନ କରାଯାଇଥିଲା।ପ୍ରଧାନ ଶିକ୍ଷକ ନରେନ୍ଦ୍ର ମିଶ୍ର,ଦ୍ଵିତୀ ରଞ୍ଜନ ମହାଲିଙ୍ଗ,ଜିଲ୍ଲା ର ସମସ୍ତ ବ୍ଲକ ସଂଯୋଜକ, ପରାମର୍ଶଦାତା,ସାଧନକର୍ମୀ ତଥା ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026

You Might Also Like