-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||     

HOME   ଜିଲ୍ଲା

ସ୍ୱାସ୍ଥ୍ୟ ସେବା ସମ୍ପର୍କିତ ସମୀକ୍ଷା ବୈଠକରେ ଯୋଗ ଦେଲେ ସ୍ୱାସ୍ଥ୍ୟ ମନ୍ତ୍ରୀ♦️ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ଯୋଜନାର ସଫଳ ରୂପାୟନ ଓ କାର୍ଯ୍ୟକାରିତା ବିଷୟରେ ଆଲୋଚନା

08-May-2026



ବଲାଙ୍ଗିର(ପ୍ରେରଣା ଖବର): ଓଡ଼ିଶା ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ମନ୍ତ୍ରୀ ଡା. ମୁକେଶ ମହାଲିଙ୍ଗ ଆଜି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ କରିଥିଲେ । ପ୍ରଥମେ ସେ ମାତୃ ଓ ଶିଶୁ ବିଭାଗକୁ ଦେଖିଥିଲେ, ପରେ ଓପିଡି ଓ ଡାଇଲେସିସ ବିଭାଗରେ ଯାଇ ରୋଗୀ ସେବା ଓ ଅନ୍ୟାନ୍ୟ ବ୍ୟବସ୍ଥା ସମ୍ପର୍କରେ ଅନୁଧ୍ୟାନ କରିଥିଲେ । ଏହି ପରିଦର୍ଶନ ପରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ପରିବାର କଲ୍ୟାଣ ଅଧିକାରୀଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷ-୨ରେ ଆଜି ଜିଲ୍ଲାର ବିଭିନ୍ନ ସ୍ୱାସ୍ଥ୍ୟ ସେବା ସମ୍ପର୍କିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକ ଅନୁଷ୍ଠିତ

ହୋଇଥିଲା । ଏହି ବୈଠକରେ ଓଡ଼ିଶା ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡା. ମୁକେଶ ମହାଲିଙ୍ଗ ମୁଖ୍ୟ ଅତିଥି ଭାବେ ଯୋଗଦାନ କରି ଜିଲ୍ଲାର ସ୍ୱାସ୍ଥ୍ୟ ସେବା ବ୍ୟବସ୍ଥାର ସମୀକ୍ଷା କରିଥିଲେ । ବୈଠକରେ ଜିଲ୍ଲାପାଳ ଗୌରୱ ଶିୱାଜୀ ଇସଲୱାର, ଭୀମଭୋଇ ମେଡିକାଲ କଲେଜ ଡିନ-ପ୍ରିନ୍ସିପାଲ ଡା. ସ୍ୱୟମପ୍ରଭା ପ୍ରଧାନ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଓ ପରିବାର କଲ୍ୟାଣ ଅଧିକାରୀ ଡା. ପୁଷ୍ପାଞ୍ଜଳି ମିଶ୍ର, ଭୀମଭୋଇ ଭେଷଜ ମହାବିଦ୍ୟାଳୟ ଅଧିକ୍ଷକ  ଡା. ବରୋଋଚି ଦାସ, ଡିପିଏଚଓ ଡା. ଯଦୁମଣି ନାୟକ, ଡିଏମଓ (ଏମଏସ) ତଥା ସୁପରିଣ୍ଟେଣ୍ଡେଣ୍ଟ ଡା. ଲଲିତ ମୋହନ ବିଶି ପ୍ରମୁଖ ମଞ୍ଚାସୀନ ଥିଲେ । ବୈଠକରେ ମାନ୍ୟବର ମନ୍ତ୍ରୀ ଜାତୀୟ ସ୍ୱାସ୍ଥ୍ୟ ମିଶନ ଅନ୍ତର୍ଗତ ମାତୃ ଓ ଶିଶୁ ସ୍ୱାସ୍ଥ୍ୟ, ଟୀକାକରଣ ଓ ପରିବାର କଲ୍ୟାଣ କାର୍ଯ୍ୟକ୍ରମର ଅଗ୍ରଗତି ସମୀକ୍ଷା କରିଥିଲେ  । ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନାର ନିରାପଦ ମାତୃତ୍ୱ ଓ ‘ଆନିମିଆ ମୁକ୍ତ ଭାରତ’ ବିଷୟରେ ଗୁରୁତ୍ୱ ଦେଇଥିଲେ । ପ୍ରବାସୀ ପ୍ରବଣ ଅଞ୍ଚଳରେ ଗର୍ଭବତୀ ମହିଳା ଓ ଶିଶୁ ମାନଙ୍କ ସ୍ୱାସ୍ଥ୍ୟ ସମ୍ପର୍କରେ ଆଶା ଓ ମେଡିକାଲ ଅଧିକାରୀଙ୍କୁ ନଜର ରଖିବା ସହ ସ୍ୱାସ୍ଥ୍ୟ ସମ୍ପର୍କିତ ସଚେତନତା ବୃଦ୍ଧି କରିବା ପାଇଁ ପରାମର୍ଶ ଦେଇଥିଲେ । ସେହିପରି ରେଫ୍ରାଲ୍ କେସରେ  ଗୁରୁତର ରୋଗୀଙ୍କୁ ତ୍ୱରାନ୍ୱିତ ଭାବେ ଆଗାମୀ ଚିକିତ୍ସା ନିମନ୍ତେ ଯଥାଶୀଘ୍ର ସ୍ଥାନାନ୍ତର କରାଯିବା ପାଇଁ ମେଡିକାଲ ଅଧିକାରୀଙ୍କୁ ପରାମର୍ଶ ଦେଇଥିଲେ। ସେହିପରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସମସ୍ତ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଆବଶ୍ୟକୀୟ ଭିତ୍ତିଭୂମି ଓ ଉପକରଣ ସ୍ଥିତି ଉପରେ ପୁଙ୍ଖାନୁପୁଙ୍ଖ ଆଲୋଚନା ହୋଇଥିଲା । ରାଜ୍ୟ ସରକାରଙ୍କ ପ୍ରଦତ୍ତ ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ଯୋଜନାର ସଫଳ ରୂପାୟନ ଓ କାର୍ଯ୍ୟକାରିତା ବିଷୟରେ ଆଲୋଚନା କରାଯାଇଥିଲା । ଏହାସହିତ ଆୟୁର୍ବେଦ ମହାବିଦ୍ୟାଳୟ, ନର୍ସିଂ ବିଦ୍ୟାଳୟ ଓ ସମସ୍ତ ମେଡିକାଲ ସଂସ୍ଥାର ନୂତନ ଓ ପୁରୁଣା କୋଠାର ଭିତ୍ତିଭୂମି, ଔଷଧ ଉପଲବ୍ଧତା ଓ କାର୍ଯ୍ୟରତ କର୍ମଚାରୀଙ୍କ ସ୍ଥିତି ସମ୍ପର୍କରେ ଜିଲ୍ଲାପାଳ, କାର୍ଯ୍ୟନିର୍ବାହୀ ସଂସ୍ଥା ଓ ଭୀମଭୋଇ ମେଡିକାଲ କଲେଜ ଡିନ-ଅଧ୍ୟକ୍ଷଙ୍କ ସହ ଭିତ୍ତିଭୂମି ସମ୍ପର୍କରେ ଆଲୋଚନା କରିଥିଲେ ।  ଖାଦ୍ୟ ଓ ଔଷଧର ଗୁଣମାନ ପରୀକ୍ଷା ପାଇଁ ଅଧିକ ସ୍ଥାନରେ ଚଢାଉ ଓ ତଦନ୍ତ କରିବାକୁ ଔଷଧ ଓ ଖାଦ୍ୟ ନିରୀକ୍ଷକଙ୍କୁ ମାନ୍ୟବର ମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ  । ମାନ୍ୟବର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡା. ମୁକେଶ ମହାଲିଙ୍ଗ ସମସ୍ତ ବିଭାଗୀୟ

ଅଧିକାରୀଙ୍କୁ ଜିଲ୍ଲାର ଶେଷ ବ୍ୟକ୍ତି ପର୍ଯ୍ୟନ୍ତ ଗୁଣାତ୍ମକ ସ୍ୱାସ୍ଥ୍ୟ ସେବା ପହଞ୍ଚାଇବା ପାଇଁ ନିର୍ଦ୍ଦେଶ ଦେଇଥିଲେ । ସେ କହିଥିଲେ ଯେ ରାଜ୍ୟ ସରକାର ବଲାଙ୍ଗିର ଜିଲ୍ଲାର ସ୍ୱାସ୍ଥ୍ୟ ଭିତ୍ତିଭୂମିର ଉନ୍ନତି ପାଇଁ ସମ୍ପୂର୍ଣ୍ଣ ପ୍ରତିଶ୍ରୁତିବଦ୍ଧ । କର୍ମରେ ଅବହେଳାକୁ କୌଣସି ପ୍ରଶୟ ନ ଦେବାକୁ ସେ ତାଗିଦ କରିଥିଲେ । ମୁଖ୍ୟ ଅତିଥି ଡା. ମୁକେଶ ମହାଲିଙ୍ଗ ଏହି ଅବସରରେ ଏଏନଏମ କର୍ମୀଙ୍କୁ ହେମୋଗ୍ଲୋବିନ ମିଟର ବଣ୍ଟନ କରିଥିଲେ । ଏହି ବୈଠକରେ ଏଡିପିଏଚଓ ସୁଧା ବାର୍ଲା, ଡିପିଏମ ରାଜେଶ ରାଓ ପଟ୍ଟନାୟକଙ୍କ ସମେତ ସମସ୍ତ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ପଦାଧିକାରୀ ଓ ବିଭାଗୀୟ କର୍ମଚାରୀମାନେ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026

You Might Also Like