-+91-9937148622 |
prerana_bgr@rediffmail.com |
Tuesday 22nd September 2026 |
R.N.I. Regd No. ODIODI/2010/46693
Breaking News
09-May-2026
ବଲାଙ୍ଗୀର (ପ୍ରେରଣା ଖବର): ରାଜେନ୍ଦ୍ର ଯୁବକ ସଂଘ ଦ୍ୱାରା ପରିଚାଳିତ କନ୍ଧପାଲି ସ୍ଥିତ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ର ତରଫରୁ ଏକ ଅଣ ସଂକ୍ରମକ ରୋଗ ଚିହ୍ନଟ ସ୍ବାସ୍ଥ୍ୟ ଶିବିର ସ୍ଥାନୀୟ ସିଭିଲ କୋର୍ଟ ପରିସରରେ ଅନୁଷ୍ଠିତ ହୋଇଥିଲା। ଏହି ସ୍ବାସ୍ଥ୍ୟ ଶିବିରର ମୂଳ ଉଦ୍ଦେଶ୍ୟ ଅଣ ସଂକ୍ରାମକ ରୋଗର ଚିହ୍ନଟ ସହ, ମାଗଣା ରକ୍ତ ପରୀକ୍ଷା, ମାଗଣା ଔଷଧ, ଜୀବନ ଶୈଳୀ ଓ ଖାଦ୍ୟପେୟ ଉପରେ ପରାମର୍ଶ ଏବଂ ମାଗଣା ଡାକ୍ତର ସେବା ସହ ଡାକ୍ତର ପରାମର୍ଶ ସେବା ଯୋଗାଇ ଦିଆଯାଇଥିଲା ।
ଏହି ସ୍ବାସ୍ଥ୍ୟ ଶିବିରରେ ଡାକ୍ତର ନନ୍ଦ କିଶୋର ପାଢ଼ୀ ଓ ରାଜେନ୍ଦ୍ର ଯୁବକ ସଂଘର ପରିଚାଳକ ରାଜେନ୍ଦ୍ର ପାଣିଗ୍ରାହୀଙ୍କ ସମେତ କେନ୍ଦ୍ରର ସମସ୍ତ ଷ୍ଟାଫ୍ ଯୋଗ ଦେଇଥିଲେ। ଏହି ସ୍ବାସ୍ଥ୍ୟ ଶିବିରକୁ ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ କାର୍ଯ୍ୟାଳୟ ତରଫରୁ ଏ.ପି.ଏମ ରାମାନୁଜ ପଣ୍ଡା ଓ ୟୁ.ଡି.ଏମ ଅନିଲ କୁମାର ମହାକୁର ଙ୍କ ଦ୍ୱାରା ତଦାରଖ କରାଯାଇଛି। ଏହି ସ୍ବାସ୍ଥ୍ୟ ଶିବିର ରେ ୮୦ ରୁ ଉର୍ଦ୍ଧ ସଂଖ୍ୟକ ରୋଗୀ ଚିକିତ୍ସା ଲାଭ କରିଥିଲେ।