-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||     

HOME   ରାଜ୍ୟ

ବାଲିଗୁଡା: ମାଓବାଦୀଙ୍କ ହତ୍ୟା ଘଟଣା ଭୟ, ସରପଞ୍ଚଙ୍କ ପରିବାର ଗାଁ ଛାଡିଲେ: ପୋଲିସର ଦେଖା ମିଳୁନି

07-Feb-2021



ବାଲିଗୁଡା, (ସୁଶିଲ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ବ୍ଲକ  ବେଲଘର ଥାନା ଇଲାକାରେ ଲାଲ୍ ଆତଙ୍କରେ ଲୋକେ ଥରହର। କିଛିଦିନ ତଳେ ମାଓବାଦୀଙ୍କ ବର୍ବରୋଚିତ ହତ୍ୟାକାଣ୍ଡ ଯୋଗୁ ପୁଅକୁ ହରାଇଥିବା ସରପଞ୍ଚଙ୍କ ପରିବାର ମଧ୍ୟ ମାଓବାଦୀଙ୍କ ଭୟରେ ଗାଁ  ଛାଡ଼ିଛନ୍ତି। ଭଣ୍ଡରଙ୍ଗି ସରପଞ୍ଚ ଦ୍ରୌପଦୀ ପାତ୍ରଙ୍କ ପୁଅ ଭବାନୀଙ୍କୁ ପୁଲିସ ଇନ୍‌ଫର୍ମର କହି ଗତ ଶୁକ୍ରବାର ରାତିରେ ମାଓବାଦୀ ମାନେ ନିର୍ମମ ଭାବେ ଗଳା କାଟି ହତ୍ୟା କରିଥିଲେ। ତାଙ୍କର ସମ୍ପର୍କୀୟ ଜ୍ବାଇଁ ପୀତାମ୍ବରଙ୍କ ସନ୍ଦେହଜନକ ଭାବେ ମୃତ୍ୟୁ ଓ ତାଙ୍କ ଶବ ଗତକାଲି ଉଦ୍ଧାର ହେବା ପରେ ସରପଞ୍ଚଙ୍କ ପରିବାର ଆହୁରି ଭୟଭୀତ ହୋଇପଡ଼ିଥିଲେ। ବିଭିନ୍ନ ସମୟରେ ମାଓବାଦୀଙ୍କ ଧମକଚମକ ରହୁଥିବାରୁ ସରପଞ୍ଚଙ୍କ ପରିବାର ପୁଲିସ ଉପରୁ ଆସ୍ଥା ହରାଇ ନିଜ ସୁରକ୍ଷା ପାଇଁ ଗାଁ ଛାଡ଼ି ପଡ଼ୋଶୀ ଜିଲ୍ଲା କଳାହାଣ୍ଡି ଚାଲିଯାଇଥିବା ଜଣାପଡ଼ିଛି। ଅନ୍ୟ ପକ୍ଷରେ, ଶୁକ୍ରବାର ଘଟଣା ଘଟିବା ପରେ ମଧ୍ୟ ପୁଲିସ ଘଟଣାସ୍ଥଳରେ ନ ପହଞ୍ଚିବା ଓ ଏବେ ସୁଦ୍ଧା ଗାଁକୁ ଆସି ଗ୍ରାମବାସୀ ଓ ତାଙ୍କ ପରିବାରକୁ କୌଣସି ସୁରକ୍ଷା ଯୋଗାଇ ନ ଦେବା କାରଣରୁ ଗାଁ ଲୋକେ ଏବେ ଭୟଭୀତ ଅବସ୍ଥାରେ ରହିଛନ୍ତି। ଅନ୍ୟ ଏକ ସୂଚନା ଅନୁଯାୟୀ, ଏବେ ବି ମାଓବାଦୀ ସେମାନଙ୍କ ଶକ୍ତି ବୃଦ୍ଧି ପାଇଁ ଜଙ୍ଗଲରେ ଠୁଳ ହୋଇଛନ୍ତି। ପ୍ରାୟ ଶହେରୁ ଊର୍ଦ୍ଧ୍ବ ସଶସ୍ତ୍ର ମାଓବାଦୀ ଜଙ୍ଗଲରେ ଘୂରି ବୁଲୁଛନ୍ତି । ସେମାନେ ଗାଁ ଗାଁ ବୁଲି ଲୋକଙ୍କୁ ଭୟଭୀତ କରୁଛନ୍ତି। ପୁଲିସକୁ ଖବର ଦେଲେ ପ୍ରଜାକୋର୍ଟରେ ମୃତ୍ୟୁଦଣ୍ଡ ଦିଆଯିବ ବୋଲି ଚେତାବନୀ ଦେଉଛନ୍ତି। ତେବେ ଏଥିରେ ଭୟଭୀତ ନ ହେବାକୁ ପୁଲିସ ଲୋକଙ୍କୁ କେବଳ ପରାମର୍ଶ ଦେଉଛି। ପୁଲିସ ପକ୍ଷରୁ ମାଓବାଦୀଙ୍କ ଗତିବିଧି ଉପରେ ତୀକ୍ଷ୍‌ଣ ନଜର ରଖାଯାଇଥିବା ଓ କମ୍ବିଂ ଅପରେସନ୍‌ ଜୋର୍‌ଦାର୍‌ କରାଯାଇଥିବା ପୁଲିସ ଅଧିକାରୀ ଅଭୟବାଣୀ ଦେଉଛନ୍ତି। ତଥାପି, ଲୋକମାନେ ଭୟଭୀତ ଅବସ୍ଥାରେ ରହିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026
  ଜିଲ୍ଲା  
ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   27-Sep-2026
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026

You Might Also Like