-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||     

HOME   ଜିଲ୍ଲା

କାକଟପୁର ମା ମଙ୍ଗଳା ପୀଠରେ ଚନ୍ଦନ ଯାତ୍ରା ପାଳିତ♦️ ପ୍ରାଚୀ ନଦୀରେ ଚାପ ଖେଳିଲେ ରାଧାକୃଷ୍ଣ ଭାବବିହ୍ଵଳ ଶ୍ରଦ୍ଧାଳୁ

12-May-2026



ଶ୍ରୀକ୍ଷେତ୍ର ପୁରୀରେ ମହାପ୍ରଭୁ ମାନଙ୍କର ୨୧ ଦିନିଆ ଚନ୍ଦନ ଯାତ୍ରା ଶ୍ରୀକ୍ଷେତ୍ରେ ଭଉଁରୀ ନୀତି ଥିବାବେଳେ ପୁରୀ ଜିଲ୍ଲା କାକଟପୁର ବସିନୀ ମା ମଙ୍ଗଳାଙ୍କ ପୀଠରେ ,ରାଧାକୃଷ୍ଣଙ୍କର ୨୨ଦିନ ଧରି ଚାଲୁଥିବା ଚନ୍ଦନ ଯାତ୍ରାର ଉତ୍କଳେ ଭଉଁରୀ ନୀତି ସମାପନ ହୋଇଛି। ଏହି ଚନ୍ଦନ ଯାତ୍ରା ପ୍ରଥା କେଉଁ ଆବାହନ ରୁ ରହିଆଛି। ଯାହା ଅକ୍ଷୟ ତୃତୀୟାରୁ ଆରମ୍ଭ ହୋଇ ଜ୍ୟେଷ୍ଠ ପୂର୍ଣ୍ଣିମା ବା ସ୍ନାନ ପୂର୍ଣ୍ଣିମା ପୂର୍ବରୁ ଶେଷ ହୋଇ ଥାଏ। ଏହି ସମୟରେ ପୁରୀରେ ମହାପ୍ରଭୁ ଜଗନ୍ନାଥଙ୍କ ଚଳନ୍ତି ପ୍ରତିମା (ମଦନମୋହନ, ରାମକୃଷ୍ଣ, ଦୋଳଗୋବିନ୍ଦ) ନରେନ୍ଦ୍ର ପୋଖରୀରେ ଚାପ ଖେଳିବା ସହ ଚନ୍ଦନ ଲାଗି ହୁଅନ୍ତି।ସେହିପରି ସୋମବାର ସନ୍ଧ୍ୟାରେ ମା ମଙ୍ଗଳା ମନ୍ଦିରରୁ ରାଧାକୃଷ୍ଣଙ୍କ ଚଳନ୍ତି ପ୍ରତିମାକୁ ସୁସଜ୍ଜିତ ବିମାନରେ ମଙ୍ଗଳା ମନ୍ଦିର ସେବାୟତ ମାନେ ପାରମ୍ପରିକ 

ବାଦ୍ୟ, ଘଣ୍ଟ, ଘଣ୍ଟା,ଢୋଲ,ମହୁରୀ,ଛତ୍ରୀ ଆଦି ସହ ଆତଶ ବାଜି ମାଧ୍ୟମରେ ମନ୍ଦିର ବାହାରକୁ ଠାକୁରଙ୍କୁ ଅଣାଯାଇ କାକଟପୁର ବଜାର ମଧ୍ୟରେ ଥିବା ପ୍ରାଚୀ ନଦୀ କୂଳ ଚନ୍ଦନ ମଣ୍ଡପକୁ ସୁସଜ୍ଜିତ ବିମାନରେ ରାଧାକୃଷ୍ଣଙ୍କୁ ଶୋଭାଯାତ୍ରାରେ ଅଣାଯାଇଥିଲା ।ପବିତ୍ର ଅକ୍ଷୟ ତୃତୀୟା ଠାରୁ ଆରମ୍ଭ ହୋଇ ପ୍ରତିଦିନ ସନ୍ଧ୍ୟାରେ ରାଧାକୃଷ୍ଣ ଠାକୁରମାନେ ରତ୍ନ ସିଂହାସନରୁ ଆଜ୍ଞାମାଳ ନେଇ ଚନ୍ଦନ ମଣ୍ଡପକୁ ଚାପ ଖେଳିବା ପାଇଁ ଆସିଥାନ୍ତି । ଠାକୁରମାନେ ନୌକା ବିହାର କରି ଚାପ ଖେଳିଥାନ୍ତି । ସୁଗନ୍ଧିତ ଚନ୍ଦନ ପାଣିରେ ଠାକୁରଙ୍କୁ ସ୍ନାନ କରାଯାଇ ନୂତନ ବସ୍ତ୍ର ପରିଧାନ ହେବାପରେ ବିଭିନ୍ନ ଅଳଙ୍କାରରେ ସଜିତ କରାଯାଏ ଯାହା ଗ୍ରୀଷ୍ମ ଋତୁରେ ସେମାନଙ୍କୁ ଶୀତଳତା ପ୍ରଦାନ କରେ ।ଭକ୍ତ ମାନଙ୍କ ଦ୍ୱାରା ବିଭିନ୍ନ ଫଳ ଆଦି ଠାକୁରଙ୍କ ପାଖରେ ଭୋଗ ଲାଗିଥାଏ ଏହି ଭୋଗକୁ ପନ୍ଥୀ ଭୋଗ କୁହାଯାଏ ବୋଲି ମା ମଙ୍ଗଳାଙ୍କ ସେବକ ମାନସ କୁମାର ଦୀକ୍ଷିତ କହିଥିବା ବେଳେ ପ୍ରାଚୀ ନଦୀରେ ଠାକୁରଙ୍କ ଚାପ ଖେଳ ସରିବା ପରେ ପୁନଃ ମନ୍ଦିର ସେବାୟତ ମାନେ ରାଧକୃଷ ଙ୍କୁ ନେଇ ବିମାନରେ ମନ୍ଦିରକୁ ପ୍ରତ୍ୟାବର୍ତ୍ତନ କରିଥାନ୍ତି ।ଏହି ଚନ୍ଦନ ଯାତ୍ରା ୨୨ ଦିନ ଧରି ଚାଲିଥାଏ ।ଏହା ଜଗନ୍ନାଥ ସଂସ୍କୃତିର ଏକ ଅବିଚ୍ଛେଦ୍ୟ ଅଙ୍ଗ ଯାହା କାକଟପୁର ମା ମଙ୍ଗଳାଙ୍କ ପୀଠରେ ଦେଖିବା କୁ ମିଳେ

ଭକ୍ତ ଓ ଭଗବାନଙ୍କ ସମ୍ପର୍କକୁ ନିବିଡ଼ କରିଥାଏ ।ଏହି ଚନ୍ଦନ ଯାତ୍ରା କୁ ମଙ୍ଗଳା ମନ୍ଦିର ସେବାୟତ ଙ୍କ ସହ ପୂଜା ପଣ୍ଡା ବସନ୍ତ କୁମାର ଦୀକ୍ଷିତ,ଘଣ୍ଟୁଆ ସେଅବକ,ମା ମଙ୍ଗଳା ମନ୍ଦିର ଟ୍ରଷ୍ଟି ଦାୟୀତ୍ତ୍ୱରେ ଥିବା କାକଟପୁର ତହସିଲଦାର ଅଙ୍କିତା ଅନିନ୍ଦିତା,ମା ମଙ୍ଗଳା ମନ୍ଦିର ଟ୍ରଷ୍ଟ ବୋଡ଼ର କାର୍ଯ୍ୟନିର୍ବାହୀ ଅଧିକାରୀ କୈଳାଶ ଚନ୍ଦ୍ର ଦାଶଙ୍କ ସହ ମନ୍ଦିର ଟ୍ରଷ୍ଟର କର୍ମଚାରୀ ମନେ ଏହି ଚନ୍ଦନ ଯାତ୍ରାକୁ ସୁଚାରୁରୂପେ ପାଳନ କରିଥିଲେ ।

(ଚିନ୍ମୟ ବିଶ୍ୱାଳଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026

You Might Also Like