-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||     

HOME   ରାଜ୍ୟ

ହତ୍ୟା ପ‌ରେ କୂଅରେ ଫିଙ୍ଗିଦେଲେ; ହାତଗୋଡ଼ ବନ୍ଧା ଶବ ଉଦ୍ଧାର

08-Feb-2021



ଜଗନ୍ନାଥପ୍ରସାଦ (ପ୍ରେରଣା ଖବର) : ଗଞ୍ଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ଯୁଧିଷ୍ଠିର ବିଦ୍ୟାପୀଠ ପଛପଟେ ଥିବା ଏକ ପରିତ୍ୟକ୍ତ କୂଅରୁ ଆଜି ଜଣେ ଯୁବକଙ୍କ ହାତଗୋଡ଼ ବନ୍ଧା ଶବ ମିଳିବା ଘଟଣା ଆଲୋଡ଼ନ ସୃଷ୍ଟି କରିଛି। ମୃତକ ଜଣକ ହେଲେ, ଜଳିସାହିର ଶଙ୍କର ମହାନ୍ତି (୨୧)। ପାରିପାର୍ଶ୍ବିକ ସ୍ଥିତିରୁ ଏହା ଏକ ଯୋଜନାବଦ୍ଧ ହତ୍ୟାକାଣ୍ଡ ବୋଲି ଜଣାପଡ଼ିଛି। ମୁହଁରେ ଲାଲ୍‌ କପଡ଼ା ଏବଂ ଦୁଇ ଗୋଡ଼ ଓ ଦୁଇ ହାତକୁ ପଛରୁ ରଶିରେ ଶକ୍ତ ଭାବେ ବନ୍ଧାଯାଇଛି। ପ୍ରେମ ବ୍ୟାପାରକୁ କେନ୍ଦ୍ର କରି ଶଙ୍କରଙ୍କୁ ହତ୍ୟା କରାଯାଇ ଥାଇ ପାରେ ବୋଲି ଚର୍ଚ୍ଚା ହେଉଛି। ବିଭିନ୍ନ ଦିଗରୁ ପୁଲିସ ତଦନ୍ତ ଜାରି ରଖିଛି। ଶବ ବ୍ୟବ‌ଚ୍ଛେଦ ରିପୋର୍ଟକୁ ଅପେକ୍ଷା କରାଯାଇଛି। ମୃତକ ଶଙ୍କର ହେଉଛନ୍ତି ନୟାଗଡ଼ ଜିଲ୍ଲା ଇଟାମାଟି ଥାନା ଅଧୀନ ଚମ୍ପେଇତପୁର ଗ୍ରାମର ମୂଳବାସିନ୍ଦା। ବାପାଙ୍କ ମୃତ୍ୟୁ ପରେ ସେ ମାଆ ଇନ୍ଦୁଙ୍କ ସହ ଜଗନ୍ନାଥପ୍ରସାଦରେ ମାମୁଙ୍କ ଘ‌ରେ ୧୦ ବର୍ଷ ହେଲା ରହୁଛନ୍ତି। ଇନ୍ଦୁ ଜଣେ ଅଙ୍ଗନବାଡ଼ି ସହାୟିକା। ଶଙ୍କର ଏକ ଫାଷ୍ଟଫୁଡ୍ ସେଣ୍ଟରରେ କାମ କରୁଥିଲେ। ଗତ ପାଞ୍ଚ ତାରିଖରେ ଦୋକାନ ବନ୍ଦ ଥିବା ବେଳେ ଶଙ୍କର ସନ୍ଧ୍ୟାରେ ଘରୁ ବାହାରକୁ ଯାଇଥିଲେ। ହେଲେ ଆଉ ଫେରି ନଥିଲେ। ମାଆ ଇନ୍ଦୁ ଶୁକ୍ରବାର ରାତି ସାରା ଓ ଗତକାଲି ଶଙ୍କରଙ୍କୁ ଖୋଜାଖୋଜି କରି ଠାବ କରିପାରି ନଥିଲେ। ବନ୍ଧୁବାନ୍ଧବଙ୍କୁ ଯୋଗାଯୋଗ କରିବା ପରେ ମଧ୍ୟ ଶଙ୍କରଙ୍କ ଖୋଜ୍‌ଖବର ନମିଳିବାରୁ ଗତକାଲି ସନ୍ଧ୍ୟାରେ ଜଗନ୍ନାଥପ୍ରସାଦ ଥାନାରେ ଏତଲା ଦେଇଥିଲେ। ରାତିରୁ ହିଁ ପୁଲିସ ଖୋଳତାଡ଼ ଆରମ୍ଭ କରିଦେଇଥିଲା। ଆଜି ସକାଳେ ଯୁଧିଷ୍ଠିର ବିଦ୍ୟାପୀଠ ବିଦ୍ୟାଳୟ ପଛଭାଗ‌ରେ ଥିବା ଏକ ପରିତ୍ୟକ୍ତ କୂଅ ନିକଟରେ ‌ଗୋଟିଏ ଚପଲ୍ ଓ ଭିତରେ ଗୋଟିଏ ଚପଲ୍ ପଡ଼ିଥିଲା। ପୁଲିସ କୂ୍ଅ ପାଖରେ ପହଞ୍ଚିବା ପରେ ମୃତକ ଶଙ୍କରଙ୍କ ଅଜା ପୀତାମ୍ବରଙ୍କୁ ଡକାଯାଇଥିଲା। ଏହି ଚପଲ୍ ତାଙ୍କ ନାତିଙ୍କ ବୋଲି ପୀତାମ୍ବର କହିବା ପରେ ଅଗ୍ନିଶମ ବାହିନୀର ସହାୟତା ନିଆଯାଇଥିଲା। ଜଗନ୍ନାଥପ୍ରସାଦ ଦମକଳବାହିନୀ ଷ୍ଟେସନ୍ ଅଧିକାରୀ ବିକାଶ ମୁଦୁଲି ସଦଳବଳ ପହଞ୍ଚିବା ପରେ କୂଅ ଭିତରୁ ଶଙ୍କରଙ୍କ ହାତଗୋଡ଼ ବନ୍ଧାଯାଇଥିବା ଶବ ଉଦ୍ଧାର କରାଯାଇଥିଲା। କୌଣସି ସ୍ଥାନରେ ଦୁର୍ବୃତ୍ତ ମାନେ ତାଙ୍କୁ ହତ୍ୟା କରିବା ପରେ ଏଠାରେ ଆଣି ଫୋପାଡ଼ିଦେଇପାରିଥାନ୍ତି ବୋଲି ଜଣାପଡ଼ିଛି।ଭଞ୍ଜନଗର ଏସଡିପିଓ ଶୁଭ୍ରାଂଶୁ ଶେଖର ମିଶ୍ର, ଜଗନ୍ନାଥପ୍ରସାଦ ଥାନାଧିକାରୀ ଦିଲ୍ଲୀପ କୁମାର ସ୍ବାଇଁ, ଗାଙ୍ଗପୁର ଥାନାଧିକାରୀ ଧୀରେଶ କୁମାର ଦାଶ ଓ ତାରସିଂ ଥାନାଧିକାରୀ ସବ୍ୟସାଚୀ ମଲ୍ଲ ପହଞ୍ଚି ତଦନ୍ତ କରିଥିଲେ। ଏହାସହ ଛତ୍ରପୁରରୁ ସାଇଣ୍ଟିଫିକ୍ ଟିମ୍ ଓ ଡଗ୍‌ସ୍କ୍ବାଡ଼୍‌ ଆସି ଛାନଭିନ୍ କରିଥିବା ଜଣାପଡ଼ିଛି। ଶବକୁ ବ୍ୟବଚ୍ଛେଦ ପାଇଁ ଭଞ୍ଜନଗର ଡାକ୍ତରଖାନାକୁ ପଠାଯାଇଛି। ଏନେଇ କେସ୍ ନମ୍ବର ୩୨ ଅନୁସାରେ ଏକ ମାମଲା ରୁଜୁ ସହ ତଦନ୍ତ ଜାରି ରହିଛି। ଅନ୍ୟପକ୍ଷରେ ଏକମାତ୍ର ପୁଅକୁ ହରାଇ ମାଆ ଇନ୍ଦୁ ଭାଙ୍ଗିପଡ଼ିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026

You Might Also Like